Posted inଜାତୀୟ

ମୋଦିଙ୍କ ଗ୍ରାଣ୍ଡ ଓ୍ବେଲକମ ପାଇଁ ଭାଜପାର ପ୍ରସ୍ତୁତି

ନୂଆଦିଲ୍ଲୀ,୨୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଓ ମିଶ୍ର(ଇଜିପ୍ଟ)ର ରାଜକୀୟ ଗସ୍ତ ପରେ ରବିବାର ୨୫ ଜୁନକୁ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରୁଛନ୍ତି। ମୋଦିଙ୍କ ବିମାନ ରାତି ପ୍ରାୟ ୧୨ଟା ୩୦ରେ ପାଲମ ଏୟାରପୋର୍ଟରେ ପହଞ୍ଚିବ। ସେଠାରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରିବାକୁ ଭାରତୀୟ ଜନତା ପାର୍ଟି(ଭାଜପା) ବଡ ଧରଣର ପ୍ରସ୍ତୁତି କରିଛି। ଦିଲ୍ଲୀର ସମସ୍ତ ଏମପି ମୋଦିଙ୍କୁ ସ୍ବାଗତ କରିବାକୁ ବିମାନ ବନ୍ଦରରେ ଉପସ୍ଥିତ ରହିବେ। ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରାତି ପ୍ରାୟ ୧୧ଟା ୪୫ରେ ଏୟାରପୋର୍ଟରେ ପହଞ୍ଚିଯିବେ।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ୨୦ଜୁନରେ ଆମେରିକା ରାଜକୀୟ ଗସ୍ତରେ ଯାଇଥିଲେ। ସେଠାରେ, ସେ ପ୍ରଥମେ ୨୧ଜୁନରେ ନ୍ୟୁୟର୍କର ମିଳିତ ଜାତିସଂଘ ମୁଖ୍ୟାଳୟରେ ଯୋଗ ଦିବସ ପାଳନ କରିଥିଲେ। ଅଗ୍ରଣୀ କମ୍ପାନୀର ସିଇଓମାନଙ୍କ ସହ ମଧ୍ୟ ସେ ଏକ ବୈଠକ କରିଥିଲେ। ଆମେରିକାର ରାଷ୍ଟ୍ରପତି ଭବନ ହ୍ବାଇଟ ହାଉସରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ତାଙ୍କର ଦ୍ୱିପାକ୍ଷିକ ବୈଠକ ମଧ୍ୟ ହୋଇଥିଲା।
ଆମେରିକା ଗସ୍ତ ପରେ ମୋଦି ଦୁଇ ଦିନିଆ ଗସ୍ତରେ ଶନିବାର (ଜୁନ ୨୪)ରେ ପ୍ରଧାନମନ୍ତ୍ରୀ ଇଜିପ୍ଟର କାଇରୋରେ ପହଞ୍ଚିଥିଲେ। ଇଜିପ୍ଟର ରାଷ୍ଟ୍ରପତି ଏଲ-ସିସିଙ୍କ ନିମନ୍ତ୍ରଣରେ ପ୍ରଧାନମନ୍ତ୍ରୀ ଇଜିପ୍ଟ ଗସ୍ତରେ ଯାଇଥିଲେ। ଗତ ୨୬ ବର୍ଷ ମଧ୍ୟରେ ଇଜିପ୍ଟରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ଗସ୍ତ ଥିଲା। ଏହି ସମୟରେ ସେ ଦୁଇ ଦେଶ ମଧ୍ୟରେ ରଣନୀତିକ ସମ୍ପର୍କକୁ ଆଗକୁ ବଢାଇବା ପାଇଁ ରାଷ୍ଟ୍ରପତି ଅବଦେଲ ଫତ୍ତାହ ଅଲ-ସିସିଙ୍କ ସମେତ ଇଜିପ୍ଟର ନେତୃତ୍ୱଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri