Posted inଜାତୀୟ

ଆମ ସହିତ ବୈମାତୃକ ବ୍ୟବହାର କରୁଛି ଭାଜପା: ଶିନ୍ଦେଙ୍କ ସମର୍ଥକ…

ମୁମ୍ବାଇ,୨୭।୫ : ମହାରାଷ୍ଟ୍ରର ଭାଜପା ଏବଂ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ସମର୍ଥକ ମଧ୍ୟରେ ଥିବା ମିଳିତ ମେଣ୍ଟ ସରକାରର ଫାଟ ବଢୂଥିବା ଚର୍ଚ୍ଚା ହେଉଛି। ଶିନ୍ଦେଙ୍କ ଶିବସେନା ଏମପି ଗଜାନନ କୀର୍ତ୍ତିକର ଭାଜପା ସେମାନଙ୍କ ପ୍ରତି ସାବତ ମା ଭଳି ବ୍ୟବହାର କରୁଥିବା ଅଭିଯୋଗ କରିଛନ୍ତି।

ଆମେ ୧୩ ଏମପି ଶିନ୍ଦେଙ୍କ ସହ ଏନଡିଏ ସହ ଜଡିତ ବୋଲି ସେ କହିଛନ୍ତି। ଆମକୁ ଏନଡିଏ ର ସହଯୋଗୀ ଭାବରେ ବିବେଚନା କରାଯିବା ଉଚିତ। ଆମର କାର୍ଯ୍ୟ ସମାପ୍ତ ହେବା ଜରୁରୀ । ମୁଁ ମଧ୍ୟ ଶିନ୍ଦେଙ୍କୁ ଭାଜପାରେ ଏଭଳି ସମ୍ପର୍କରେ ଏକ ବୈଠକରେ କହିଛି।

୨୦୨୪ ଲୋକସଭା ନିର୍ବାଚନ ପାଇଁ ଭାଜପା ସହ ଆସନ ବାଣ୍ଟିବା ନେଇ କୀର୍ତ୍ତିକର କହିଛନ୍ତି ମହାରାଷ୍ଟ୍ରର ମୋଟ ୪୮ଟି ସିଟ ମଧ୍ୟରୁ ଶିନ୍ଦେ ଦଳ ୨୨ ଟି ଆସନ ପାଇଁ ଦାବି କରୁନାହାଁନ୍ତି, ବରଂ ଏନେଇ ପ୍ରସ୍ତୁତି ମଧ୍ୟ କରିଛନ୍ତି। ଏହା ୨୦୧୯ ରେ ସିଟ ବଣ୍ଟନ ଫର୍ମୁଲା ସମାନ ରହିଛି। ସେତେବେଳେ ଶିବସେନା ୨୩ ଟି ଆସନରେ ଏବଂ ଭାଜପା ୨୬ ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ଏଥିମଧ୍ୟର ଭାଜପା ୨୨ ଟି ଏବଂ ଶିବସେନା ୧୮ ଟି ସିଟ ଜିତିଥିଲା।

ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ କହିଛନ୍ତି, ଗଜାନନ କୀର୍ତ୍ତିକର ଏପରି କିଛି କହି ନାହାଁନ୍ତି। ଏହି ଖବର ଭିତ୍ତିହୀନ। ଆମ ମଧ୍ୟରେ କୌଣସି ଅସୁବିଧା ନାହିଁ। ଶିବସେନା ଏବଂ ଭାଜପା ସମନ୍ବୟ ରକ୍ଷା କରି କାର୍ଯ୍ୟ କରୁଛନ୍ତି। ଭବିଷ୍ୟତରେ ମଧ୍ୟ ମେଣ୍ଟ ସ୍ଥିତି ଏହିପରି ରହିବାକୁ ଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri