Posted inଜାତୀୟ

ପ୍ରଶ୍ନ ଘେରରେ କେନ୍ଦ୍ର ମନ୍ତ୍ରୀଙ୍କ ନାଗରିକତା

ନୂଆଦିଲ୍ଲୀ,୧୮।୭: ମୌସମୀ ଅଧିବେଶନ ପୂର୍ବରୁ ରାଜ୍ୟ ଗୃହ ମନ୍ତ୍ରୀ ନିଶିତ ପ୍ରାମାଣିକଙ୍କ ଜନ୍ମ ସ୍ଥାନ ଓ ନାଗରିକତା ଉପରେ ପ୍ରଶ୍ନ ଉଠିଛି। ଏ ସମ୍ପର୍କରେ ତଦନ୍ତ ନିର୍ଦ୍ଦେଶ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଥିଲେ ଆସାମର କଂଗ୍ରେସ ଏମ୍‌ପି ରିପୁନ ବୋରା।

ନିକଟରେ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିବା ୩୫ ବର୍ଷୀୟ ପ୍ରାମାଣିକଙ୍କ ନାଗରିକତା ଉପରେ ତୃଣମୂଳ କଂଗ୍ରେସ ମଧ୍ୟ ପ୍ରଶ୍ନ ଉଠାଇଛି। ରାଜ୍ୟ ସଭା ଏମ୍‌ପି ବୋର୍ଡ ଠିକ୍‌ ପ୍ରଶ୍ନ ଉଠାଇଥିବା ଟୁଇଟ୍‌ କରିଛନ୍ତି ପଶ୍ଚିମ ବଙ୍ଗ ଶିକ୍ଷା ମନ୍ତ୍ରୀ ବ୍ରତ୍ୟ ବାସୁ। କେନ୍ଦ୍ର ମନ୍ତ୍ରୀ ପ୍ରାମାଣିକ ଜଣେ ବାଂଲାଦେଶ ନାଗରିକ ହୋଇଥିବା ଜାଣିବା ପରେ ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି ରାଜ୍ୟର ଆଉ ଜଣେ ମନ୍ତ୍ରୀ ଇନ୍ଦ୍ରନୀଲ ସେନ।

ତେବେ ଏ ସମ୍ପର୍କରେ ଭାଜପା ପ୍ରବକ୍ତା ସମିକ ଭଟ୍ଟାଚାର୍ଯ୍ୟ କହିଛନ୍ତି, କେବଳ ଆଙ୍ଗୁଠି ଉଠାଇ ଦେଲେ ହେବ ନାହିଁ। ପ୍ରମାଣ ମଧ୍ୟ କରିବାକୁ ପଡ଼ିବ। ପଶ୍ଚିମବଙ୍ଗ ଏମ୍‌ପିଙ୍କ ନାଗରିକତା ବିରୋଧରେ ଏପର୍ଯ୍ୟନ୍ତ କେହି କୌଣସି ପ୍ରକାର ପ୍ରମାଣ ଦେଇ ନାହାନ୍ତି।

ତେବେ ଏକ ଫେସବୁକ ପୋଷ୍ଟ ଯୋଗୁ ପଶ୍ଚିମବଙ୍ଗ ଏମ୍‌ପିଙ୍କ ନାଗରିକତା ପ୍ରଶ୍ନ ଘେରକୁ ଆସିଛି। ଉକ୍ତ ପୋଷ୍ଟରେ ରାଜ୍ୟ ଗୃହ ମନ୍ତ୍ରୀଙ୍କ ପାଇଁ ଲେଖା ହୋଇଥିଲା, ବାଂଲାଦେଶର ଗାଇବନ୍ଧୁ ଜିଲାର ପାଲାଶବାରି ଥାନା ଅନ୍ତର୍ଗତ ହରିନାଥପୁରର ସଫଳ ପୁତ୍ର। ବାଂଲାଦେଶର ଧାର୍ମିକ ସଂଗଠନ ‘ପୁଜାର ମେଲା’ ପକ୍ଷରୁ ଏହି ପୋଷ୍ଟ ଶେୟାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri