କୀର୍ତ୍ତନ ଦାସଙ୍କ ଉପରେ ଭରସା କଲା ଭାଜପା, ଦେଲା ଏହି ଗୁରୁଦାୟିତ୍ୱ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଗଞ୍ଜାମ,୧୩।୪(ଅନାଥ ତରାଇ): ଭାରତୀୟ ଜନତା ପାର୍ଟିର ଜଣେ ଦକ୍ଷ ତଥା ନିଷ୍ଠାପର ସଂଗଠକ ଭାବେ ପରିଚିତ କୀର୍ତ୍ତନ ଦାସଙ୍କୁ ଦ୍ୱିତୀୟଥର ପାଇଁ ଗଞ୍ଜାମ ଜିଲା ଭାଜପା ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲା ସଭାପତି ଭାବେ ନିଯୁକ୍ତି ମିଳିଛି। ତାଙ୍କ କାର୍ଯ୍ୟଦକ୍ଷତା ଓ ଦଳ ପ୍ରତି ଥିବା ସମର୍ପଣକୁ ସମ୍ମାନ ଜଣାଇ ଦଳ ତାଙ୍କ ଉପରେ ପୁଣିଥରେ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ନ୍ୟସ୍ତ କରିଛି। ଏହି ସଫଳତା ପାଇଁ କୀର୍ତ୍ତନ ଦାସ ଭାଜପାର କେନ୍ଦ୍ରୀୟ ଓ ରାଜ୍ୟ ନେତୃତ୍ୱଙ୍କ ପ୍ରତି ନିଜର ଗଭୀର କୃତଜ୍ଞତା ପ୍ରକାଶ କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରୀୟ ଅଧ୍ୟକ୍ଷ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଂଗଠନ ମହାମନ୍ତ୍ରୀ ମାନସ ରଞ୍ଜନ ମହାନ୍ତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ଜିଲା ସଭାପତି ସରୋଜ ସାବତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ, ମନ୍ତ୍ରୀ ବିଭୂତି ଭୂଷଣ ଜେନା ଏବଂ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ପ୍ରତି ମଧ୍ୟ ସେ ନିଜର କୃତଜ୍ଞତା ଜ୍ଞାପନ କରିଛନ୍ତି। କୀର୍ତ୍ତନ ଦାସ କହିଛନ୍ତି, ଦଳ ମୋ ଉପରେ ଯେଉଁ ଭରସା ରଖିଛି, ତାକୁ ମୁଁ ସାଦର ସହ ଗ୍ରହଣ କରୁଛି। ଦଳର ହିତ ତଥା ସଂଗଠନର ଉନ୍ନତି ପାଇଁ ମୁଁ ନିଜର କର୍ତ୍ତବ୍ୟ ନିଷ୍ଠାର ସହ ସମ୍ପାଦନ କରିବି। ଏହି ନିଯୁକ୍ତି ପରେ ଗଞ୍ଜାମ ଜିଲାର ଅନୁସୂଚିତ ଜାତି ବର୍ଗର କର୍ମକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ଛତ୍ରପୁର ବିଧାୟକଙ୍କ ପ୍ରତିନିଧି ମାନସ ନାହାକ କୀର୍ତ୍ତନ ଦାସଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରିଲ୍ସ କରିବା ହେଲା କାଳ, ଚଳନ୍ତା ଟ୍ରେନରୁ ଖସିପଡି ଯୁବକ ଗୁରୁତର

ସିମୁଳିଆ,୧୯ା୪(ସନ୍ତୋଷ କୁମାର ନାୟକ): ବାରମ୍ବାର ସଚେତନତା ସତ୍ତ୍ବେ ମଧ୍ୟ ସଚେତନ ହେଉନାହାନ୍ତି ଯୁବତୀ ଯୁବକ । ବେଳେ ବେଳେ ଏହି ରିଲ୍ସ ନିଶା ଜୀବନ ମଧ୍ୟ ନେଉଛି…

ଆଇନ ସଚେତନତା ଶିବିର, ନିଜ ଅଧିକାର ନିଜେ ଜାଣିଲେ ସମାଜରେ ଆଗକୁ…

ଭଞ୍ଜନଗର,୧୯ା୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ମୁଦୁଲିପଲ୍ଲୀ ଠାରେ ଏକ ଆଇନ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଟିଭି ଦେଖିବାକୁ ମନାକଲେ ମା’, ଝୁଲିପଡିଲେ ନାବାଳିକା

ସିମୁଳିଆ,୧୯ା୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା କୁପୁରା ଅଞ୍ଚଳରେ ଅଭାବନୀୟ ଘଟଣା । ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କଲେ ନାବାଳିକା । ମୃତକ…

ଓଲଟିଲା ମାଛ ବୋଝେଇ ଅଟୋ

ବାଲିଗୁଡ଼ା,୧୯ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ମୁସୁକୁଲିସ୍ଥିତ ବୁଲାଣି ନିକଟରେ ରବିବାର ମାଛ ବୋଝେଇ ହୋଇଥିବା ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ…

ଶିକ୍ଷାରେ ଅବହେଳା ହେଲେ ଏଣିକି କଡ଼ା କାର୍ଯ୍ୟାନୁଷ୍ଠାନ, ଛାତ୍ରୀଛାତ୍ର ଫେଲ୍‌ ହେଲେ ଦାୟୀ ରହିବେ ଶିକ୍ଷକ

କୋରାପୁଟ,୧୯ା୪(ଅମିତାଭ ବେହେରା): ବିଦ୍ୟାଳୟରେ ଶିକ୍ଷାରେ ଅବହେଳା କିମ୍ବା ତ୍ରୁଟି ଦେଖାଦେଲେ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ…

ରକ୍ତରଞ୍ଜିତ ହେଲା ଲଖୁଆପଡା, ରାତିଅଧରେ ୯ ଜଣଙ୍କୁ ଶାବଳରେ ଆକ୍ରମଣ କଲେ ମାନସିକ ବିକାରଗ୍ରସ୍ତ ଯୁବକ

ବଡ଼ଗାଁ,୧୯ା୪(ଅଶୋକ ଷଡଙ୍ଗୀ):  ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଲଖୁଆପଡା ଗାଁ ଦାଣ୍ଡ ଶନିବାର ରାତିରେ ରକ୍ତରଞ୍ଚିତ ହୋଇଥିଲା। ଜଣେ ମାନସିକ ବିକାରଗ୍ରସ୍ତ ଯୁବକ…

ଆମେରିକୀୟ ‘ଜଳଦସ୍ୟୁ’କୁ ମୁକାବିଲା କରିବେ ଇରାନୀ ‘ମଶା’: ହର୍ମୁଜ ପ୍ରଣାଳୀରେ ବିନାଶର ପର୍ଯ୍ୟାୟ ପ୍ରସ୍ତୁତ…

ତେହରାନ,୧୯।୪: ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ସମ୍ମୁଖରେ ଘୋଷଣା କରିଥିଲେ ଯେ ଆମେରିକା ଇରାନ ନୌସେନାକୁ ସମ୍ପୂର୍ଣ୍ଣ ଭାବରେ ନଷ୍ଟ କରିଦେଇଛି। ଆମେରିକା ଦ୍ୱାରା ଆରମ୍ଭ ହୋଇଥିବା ଆକ୍ରମଣରେ,…

ଇଟାଲୀରେ ଦୁଇ ଜଣ ଭାରତୀୟ ବଂଶୋଦ୍ଭବଙ୍କୁ ହତ୍ୟା, ଗୁରୁଦ୍ୱାର ବାହାରେ….

ନୂଆଦିଲ୍ଲୀ,୧୯।୪: ଇଟାଲୀରେ ଦୁଇଜଣ ଭାରତୀୟ ବଂଶୋଦ୍ଭବଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଏହି ଘଟଣା ଶୁକ୍ରବାର ବିଳମ୍ବିତ ରାତିରେ ଉତ୍ତର ଇଟାଲୀର କୋଭୋ ସହରରେ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri