Posted inଜାତୀୟ

ରାଜସ୍ଥାନରେ ସରକାର ଭାଙ୍ଗିବାକୁ ଷଡଯନ୍ତ୍ର କରୁଛି ଭାଜପା: ଗେହଲଟ

ଜୟପୁର,୧୧।୭: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସରକାର ଭାଙ୍ଗିବାକୁ ଭାରତୀୟ ଜନତା ପାର୍ଟି(ଭାଜପା)ନେତା ଚେଷ୍ଟା କରୁଥିବା କୁହାଯାଉଛି। ବିଳମ୍ବିତ ରାତିରେ ପୋଲିସ ୨ ଭାଜପା ନେତାଙ୍କୁ ପଚରା ଉଚରା ପାଇଁ ନେଇଥିବା ଜଣାପଡିଛି। ଏହାସହ ଶନିବାର ଗେହଲଟ କହିଛନ୍ତି, ଭାଜପା ରାଜସ୍ଥାନରେ ସରକାର ଭାଙ୍ଗିବାକୁ ଚେଷ୍ଟା କରୁଥିବା ବେଳେ ବିଧାୟକମାନନଙ୍କୁ ପାଖାପାଖି ୨୫ କୋଟି ଟଙ୍କା ଦେଇ କିଣୁଛି। ଏକ ଭର୍ଚୁଆଲ ପ୍ରେସ୍‌ କନଫରେନ୍ସରେ ଗେହଲଟ କହିଛନ୍ତି ସତିଶ ପୁନିଆ ଓ ରାଜେନ୍ଦ୍ର ରାଥୋଡ ସରକାର ଭାଙ୍ଗିବାକୁ ନେଇ ଖେଳ ଖେଳୁଥିବା ବେଳେ ଏମାନେ ବିଧାୟକଙ୍କୁ ୧୦ କୋଟି ଟଙ୍କା ଆଡଭାନ୍ସ ଆକାରରେ ଦେଉଛନ୍ତି ଓ ଅବଶିଷ୍ଟ ୧୫ କୋଟି ଟଙ୍କା ସରକାର ଭାଙ୍ଗିବା ପରେ ଦିଆଯିବ ବୋଲି କୁହାଯାଉଛି। ଦେଶରେ ଏବେ କରୋନା ମହାମାରୀ ସମସ୍ତଙ୍କ ଚିନ୍ତା ବଢାଇଥିବା ବେଳେ ଏବେ କିନ୍ତୁ ଭାଜପା ଦେଶ କଥା ନ ଚିନ୍ତା କରି ଏଭଳି ରାଜନୀତି କରି ରାଜ୍ୟରେ ସରକାର ଭାଙ୍ଗିବା ହାସ୍ୟାସ୍ପଦ କଥା।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri