Posted inଜାତୀୟ

ଏମ୍‌ଏଲ୍‌ସି ନିର୍ବାଚନକୁ ନେଇ ଭାଜପାର ବଡ଼ ଘୋଷଣା

ଲକ୍ଷ୍ନୌ,୧୪।୩: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ପରେ ଏବେ ବିଧାନ ପରିଷଦ(ଏମ୍‌ଏଲ୍‌ସି) ପାଇଁ ନିର୍ବାଚନୀ ବିଗୁଲ ବାଜିଛି। ବିଧାନ ପରିଷଦ ନିର୍ବାଚନ ପାଇଁ ଭାଜପାରେ ଏବେ ଟିକେଟକୁ ନେଇ ମନ୍ଥନ ଜାରି ରହିଛି। ଇତିମଧ୍ୟରେ ବିଧାନ ପରିଷଦକୁ ନେଇ ଭାଜପା ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ଚଳିତ ବିଧାନସଭା ନିର୍ବାଚନରେ ହାରିଥିବା ନେତାଙ୍କୁ ଦଳ ଟିକେଟ ଦେବ ନାହିଁ ବୋଲି ଭାଜପା ସ୍ପଷ୍ଟ କରିଛି। ୩୬ଟି ଆସନ ପାଇଁ ଏପ୍ରିଲ ୯ରେ ଏମ୍‌ଏଲ୍‌ସି ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ମାର୍ଚ୍ଚ ୧୫ରୁ ୧୯ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ କରାଯିବ। ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଲକ୍ଷ୍ନୌରେ ଭାଜପାର ଏକ କୋର ଗ୍ରୁପ୍‌ ବୈଠକ ଅନୁଷ୍ଠିତ ହେବ। ସୂଚନା ମୁତାବକ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଲକ୍ଷ୍ନୌରୁ ଦିଲ୍ଲୀକୁ ପହଞ୍ଚିବା ପରେ ଉକ୍ତ ବୈଠକରେ ଏମ୍‌ଏଲ୍‌ସି ନିର୍ବାଚନକୁ ନେଇ ଆଶୟୀ ପ୍ରାର୍ଥୀଙ୍କ ଉପରେ ଆଲୋଚନା ହେବ। ଯୋଗୀ ଆଦିତ୍ୟନାଥଙ୍କ ବାସଭବନରେ ହେବାକୁ ଥିବା ଏହି କୋର ଗ୍ରୁପ୍ର ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହ କେଶବ ପ୍ରସାଦ ମୌର୍ଯ୍ୟ, ଦିନେଶ ଶର୍ମା ୟୁପିର ଭାଜପା ପ୍ରଭାରୀ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ରାଧା ମୋହନ ସିଂ, ଭାଜପା ରାଜ୍ୟ ସଭାପତି ସ୍ବତନ୍ତ୍ର ଦେବ ସିଂ ଓ ଭାଜପା ରାଜ୍ୟ ସଂଗଠନ ମନ୍ତ୍ରୀ ସୁନୀଲ ବଂସଲ ମଧ୍ୟ ସାମିଲ ହେବେ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri