Posted inଜାତୀୟ

ନିର୍ବାଚନରେ କୁକି ଉଗ୍ରପନ୍ଥୀଙ୍କ ସହାୟତା ଚାହିଁଥିଲା ଭାଜପା

ନୂଆଦିଲ୍ଲୀ, ୧୪ା୬: ମଣିପୁର ନିର୍ବାଚନ ବେଳେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ସମେତ ଭାଜପା ନେତାମାନେ କୁକି ଉଗ୍ରପନ୍ଥୀଙ୍କ ସହାୟତା ଚାହିଁଥିଲେ ବୋଲି ରିପୋର୍ଟ ପ୍ରକାଶ ପାଇବା ପରେ ମଙ୍ଗଳବାର କଂଗ୍ରେସ ଏହା ଉପରେ ପ୍ରଶ୍ନ ଉଠାଇଛି। ଉକ୍ତ ଅଭିଯୋଗ ଉପରେ ତଦନ୍ତ ଚାଲିଥିବାରୁ ବିଶ୍ୱ ଶର୍ମାଙ୍କର ମୁଖ୍ୟମନ୍ତ୍ରୀ ପଦରେ ରହିବାର ଅଧିକାର ନାହିଁ ବୋଲି କଂଗ୍ରେସ ସାଧାରଣ ସମ୍ପାଦକ ରଣଦୀପ୍‌ ସୁର୍ଜଓ୍ବୋଲା କହିଛନ୍ତି। ବିଶ୍ୱ ଶର୍ମା ଏବଂ ଭାଜପାର ପୂର୍ବତନ ସାଧାରଣ ସମ୍ପାଦକ ରାମ ମାଧବ କୁକି ଉଗ୍ରପନ୍ଥୀଙ୍କ ସହଯୋଗ ଲୋଡ଼ିଥିବା ଖବର ସତ୍ୟ କି ଏବଂ ଏହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଅନୁମୋଦନ କରିଥିଲେ କି ବୋଲି ସୁର୍ଜଓ୍ବୋଲା ପ୍ରଶ୍ନ କରିଛନ୍ତି। ଯଦି ପ୍ରଧାନମନ୍ତ୍ରୀ ଓ ସ୍ବରାଷ୍ଟ୍ରମନ୍ତ୍ରୀ ଏହା ଜାଣିଥିଲେ, ସେମାନେ ଏହାକୁ କିପରି ମଞ୍ଜୁରୀ ଦେଇଥିଲେ? ଯଦି ନୁହେଁ, ତେବେ ସେମାନେ କିପରି ସମ୍ପୂର୍ଣ୍ଣ ଅନ୍ଧକାରରେ ରହିଥିଲେ ବୋଲି କଂଗ୍ରେସ ନେତା ପ୍ରଶ୍ନ ଉଠାଇଛନ୍ତି। ଏହା ଜାତୀୟ ସ୍ବାର୍ଥ ସହ ସାଲିସ୍‌ ନୁହେଁ କି? ମୋଦି ସରକାରଙ୍କ ପାଇଁ ଦେଶର ସ୍ବାର୍ଥଠାରୁ ନିର୍ବାଚନ ଜିତିବା ଅଧିକ ଗୁରୁତ୍ୱପୂର୍ଣ୍ଣ କି ବୋଲି ସୁର୍ଜଓ୍ବୋଲା ଟୁଇଟ୍‌ କରିଛନ୍ତି। ବିଶ୍ୱ ଶର୍ମା ଏବଂ ରାମ ମାଧବଙ୍କ ବିରୋଧରେ ପ୍ରଧାନମନ୍ତ୍ରୀ ଓ ସ୍ବରାଷ୍ଟ୍ର ମନ୍ତ୍ରୀ କ’ଣ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି, କଂଗ୍ରେସ ନେତା ଜାଣିବାକୁ ଚାହିଁଛନ୍ତି। ଉଗ୍ରପନ୍ଥୀଙ୍କ ସହଯୋଗ ଚାହିଁଥିବା ନେତାଙ୍କ ବିରୋଧରେ ଏନ୍‌ଆଇଏ ମାମଲା ରୁଜୁ କରି ତଦନ୍ତ କରୁ ଓ ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡା ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ସୁର୍ଜଓ୍ବୋଲା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri