Posted inଜାତୀୟ

ଆଦିବାସୀଙ୍କୁ ଜଙ୍ଗଲରେ ସୀମିତ ରଖିବାକୁ ଚାହୁଁଛି ଭାଜପା: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୯।୧: କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଶୁକ୍ରବାର ଭାଜପା ଉପରେ ବର୍ଷଛନ୍ତି। ଆଦିବାସୀଙ୍କୁ ଜଙ୍ଗଲରେ ସୀମିତ ରଖିବାକୁ ଏବଂ ସେମାନଙ୍କୁ ଶିକ୍ଷା ତଥା ଅନ୍ୟାନ୍ୟ ସୁବିଧାଠାରୁ ଦୂରରେ ରଖିବାକୁ ଭାଜପା ଚାହୁଁଥିବା ରାହୁଲ କହିଛନ୍ତି।
ଭାରତ ଯୋଡୋ ନ୍ୟାୟ ଯାତ୍ରା ସମୟରେ ଆସାମର ମଜୁଲିରେ ଆଦିବାସୀମାନଙ୍କୁ ସମ୍ବୋଧିତ କରି ରାହୁଲ ଗାନ୍ଧୀ କହିଛନ୍ତି,କଂଗ୍ରେସ ଆଦିବାସୀଙ୍କୁ ଅଧିକାର ଦେଇଥିଲା। ଆମେ ଆପଣଙ୍କୁ ଆଦିବାସୀ ବୋଲି କହୁଛୁ, ଏହାର ଅର୍ଥ ମୂଳ ନିବାସୀ। ଭାଜପା ଆପଣଙ୍କୁ ବନବାସୀ ବୋଲି କହିଥାଏ, ଅର୍ଥାତ୍‌ ଜଙ୍ଗଲରେ ରହୁଥିବା ଲୋକ।
ରାଜ୍ୟ ଭାଜପା ସରକାରଙ୍କୁ ଦୋଷାରୋପ କରି ରାହୁଲ କହିଛନ୍ତି, ଭାଜପା ଆଦିବାସୀମାନଙ୍କୁ ଜଙ୍ଗଲରେ ସୀମିତ ରଖିବାକୁ ଚାହୁଁଛି ଏବଂ ସେମାନଙ୍କ ପିଲାମାନଙ୍କୁ ସ୍କୁଲ ଏବଂ ବିଶ୍ୱବିଦ୍ୟାଳୟ ଯିବା, ଇଂରାଜୀ ଶିଖିବା ଏବଂ ବ୍ୟବସାୟ କରିବାର ସୁଯୋଗରୁ ବଞ୍ଚିତ କରିବାକୁ ଚାହୁଁଛି। ଆମେ ଚାହୁଁଛୁ ଆପଣଙ୍କର ଜଳ, ଜମି ଏବଂ ଜଙ୍ଗଲ ଫେରାଇ ଦିଆଯାଉ।
ରାହୁଲ ଗାନ୍ଧୀ ଏବଂ ଅନ୍ୟ କଂଗ୍ରେସ ନେତାମାନେ ଶୁକ୍ରବାର ସକାଳେ ଡଙ୍ଗାରେ ଜୋରହାଟରୁ ମଜୁଲିରେ ପହଞ୍ଚିଥିଲେ। ରାହୁଲ ଗାନ୍ଧୀଙ୍କ ସହ ସାଧାରଣ ସଚିବ ଜୟରାମ ରମେଶ, ରାଜ୍ୟ ସଭାପତି ଭୁପେନ କୁମାର ବୋରା ଏବଂ ରାଜ୍ୟସଭାରେ ବିରୋଧୀ ଦଳର ନେତା ଦେବବ୍ରତ ସୌକିଆଙ୍କ ସମେତ ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ।
ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସ ଭାରତ ଯୋଡୋ ନ୍ୟାୟ ଯାତ୍ରା କରୁଛି। ଏହି ଯାତ୍ରା ୬୭୧୩ କିଲୋମିଟର। ଜାନୁଆରୀ ୧୪ରେ ମଣିପୁରରୁ ଆରମ୍ଭ ହୋଇଥିଲା। ଏହା ୨୦ କିମ୍ବା ୨୧ ମାର୍ଚ୍ଚରେ ମୁମ୍ବାଇରେ ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri