ରାଜ୍ୟ ସଭାପତିଙ୍କ ଗସ୍ତ ପୂର୍ବରୁ ଭାଜପାକୁ ଶକ୍ତ ଧକ୍କା

ଭଞ୍ଜନଗର,୧୯।୧୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ଭଞ୍ଜନଗର ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ରାଜନୈତିକ ଦଳ ବିଜେଡ଼ି, କଂଗ୍ରେସ ଓ ଭାଜପା ଦଳକୁ ଅଧିକ ସୁଦୃଢ଼ କରିବା ପାଇଁ ରଣନୀତି ପ୍ରସ୍ତୁତ କରିବାରେ ଲାଗିଛନ୍ତି। ଏପରିକି ନେତାମାନେ ଦଳବଦଳ ଆରମ୍ଭ କରିଦେଇଛନ୍ତି । ମଙ୍ଗଳବାର ଭଞ୍ଜନଗର ଜେଲ୍‌ ପଡ଼ିଆରେ ଭାଜପାର ମିଶ୍ରଣପର୍ବ ଆୟୋଜନ ହେବ। ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ଭଞ୍ଜନଗର ବ୍ଲକ କଂଗ୍ରେସର ଜଣେ ପୂର୍ବତନ ସଭାପତି ଭାଜପାରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ଭଞ୍ଜନଗର ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା ନେତା ରାମହରି ପାତ୍ର ରବିବାର ଦଳ ଛାଡ଼ି ବିଜେଡ଼ିରେ ମିଶିଛନ୍ତି । ଏହା ଭାଜପାକୁ ଶକ୍ତ ଧକ୍କା ଲାଗିଛି ।

ରାମହରି ଭଞ୍ଜନଗର ବ୍ଲକ କୁଲାଡ଼ ପଞ୍ଚାୟତରୁ ଏକାଧିକ ଥର ସରପଞ୍ଚ ନିର୍ବାଚିତ ହୋଇଥିଲେ। ସେ ଜଣେ ସୁସଙ୍ଗଠକ ମଧ୍ୟ ଥିଲେ। ରାମହରିଙ୍କ ସମେତ କୁଲାଡ଼ର ଅନ୍ୟତମ ଟାଣୁଆ ଭାଜପା ନେତା ଦେବୀ ପ୍ରସାଦ ସାହୁ ଓ ରାମଚନ୍ଦ୍ର ପାଢ଼ୀ ବିଜେଡ଼ିରେ ମିଶିଛନ୍ତି । ସ୍ଥାନୀୟ ବନ ବିଭାଗ ଡାକ ବଙ୍ଗଳା ପରିସରରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସେମାନଙ୍କୁ ସ୍ବାଗତ କରିଥିଲେ । ଆଗାମୀ ଦିନରେ ପୁରୁଣା, ନୂଆ ନେତା ଏବଂ କର୍ମୀଙ୍କୁ ନେଇ ଦଳକୁ ଆଗକୁ ନେବା ବୋଲି ମନ୍ତ୍ରୀ ଆରୁଖ କହିଥିଲେ। ଅନ୍ୟପକ୍ଷରେ ଭାଜପା ଘୁମୁସର ସାଙ୍ଗଠନିକ ଜିଲା ଉପସଭାପତି ସନ୍ତୋଷ ତିଆଡ଼ି କହିଛନ୍ତି, ରାମହରି ତାଙ୍କ ବ୍ୟକ୍ତିଗତ କାରଣ ଯୋଗୁ ଦଳ ଛାଡ଼ିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri