ଆଜି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବ ଭାଜପା, ସୂଚନା ଦେଲେ ପ୍ରଣବ

ଭୁବନେଶ୍ୱର,୧୩ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ବୋଲି ବିଜୁ ଜନତା ଦଳ ବାରମ୍ବାର ପ୍ରଶ୍ନ କରୁଥିଲା ବେଳେ ଏହାକୁ ନେଇ ବଡ ଖବର ସାମ୍ନାକୁ ଆସିଛି। ସୋମବାର ଓଡ଼ିଶାରେ ପ୍ରଥମ ତଥା ଦେଶରେ ଚତୁର୍ଥ ପର୍ଯ୍ୟାୟ ଭୋଟ ସୋମବାର ଅନୁଷ୍ଠିତ ହେଉଛି।

ଏହାରି ମଧ୍ୟରେ ପ୍ରଣବ ସକାଳୁ ସକାଳୁ ଏକ୍ସ’ରେ ଏକ ପୋଷ୍ଟ କରି କହିଛନ୍ତି ଯେ, ”ଓଡ଼ିଶା ଭାଜପା, ବିଜୁ ଜନତା ଦଳର ଦାବି ମାନି ନେଇଥିବା ଜାଣି ମତେ ଖୁସି ଲାଗିଲା। ଆଜି ଦିନ ୧୧.୩୦ ବେଳେ ଏକ ମିଳିତ ସାମ୍ବାଦିକ ସମ୍ମିଳନୀରେ ଓଡିଶା ବିଜେପିର ବରିଷ୍ଠ ନେତାମାନେ ଏକାଠି ହୋଇ ୨୦୨୪ ବିଧାନସଭା ନିର୍ବାଚନ ପାଇଁ ସେମାନଙ୍କର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବାକୁ ଯାଉଛନ୍ତି।”

ଏହି ପ୍ରସଙ୍ଗକୁ ନେଇ ବିଜେଡିର ବରିଷ୍ଠ ନେତାମାନେ ବାରମ୍ବାର ଭାଜପାକୁ ଘେରିଥିଲେ। ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ପ୍ରସଙ୍ଗକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଅନେକ ଥର ଟାର୍ଗେଟ କରି ସାରିଛନ୍ତି। ଏହାରି ମଧ୍ୟରେ ମୁଖ୍ୟମନ୍ତ୍ରୀ ଶନିବାର ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି ଯେ, ଭାଜପା ଆସନ୍ତା ଦଶ ବର୍ଷ ମଧ୍ୟରେ ବି ସରକାର ଗଠନ କରିପାରିବ ନାହିଁ।

ତେବେ ସୋମବାର ଓଡ଼ିଶାର ପ୍ରଥମ ପର୍ଯ୍ୟାୟରେ ରାଜ୍ୟର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୨୮ ବିଧାନସଭା କ୍ଷେତ୍ରରେ ମତଦାନ ହେବ। ମୋଟ ୭,୩୦୩ ମତଦାନ କେନ୍ଦ୍ରରେ ୬୨,୮୭,୨୨୨ ଜଣ ମତଦାତା ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ପୁରୁଷ ଭୋଟରଙ୍କ ତୁଳନାରେ ମହିଳା ଭୋଟର ସଂଖ୍ୟା ଅଧିକ ରହିଛି। ୩୧,୮୯,୦୬୦ଜଣ ମହିଳା ଭୋଟର ଥିବାବେଳେ ୩୦,୯୭,୫୨୭ଜଣ ପୁରୁଷ ଓ ୬୩୫ଜଣ ତୃତୀୟ ଲିଙ୍ଗୀ ମତଦାତା ରହିଛନ୍ତି।

ତେବେ ୬୦ ପ୍ରତିଶତ ବୁଥ୍‌ରେ ଓ୍ବେବ୍‌କାଷ୍ଟିଂ କରାଯିବ। ଏହି ପରିପ୍ରେକ୍ଷୀରେ ପ୍ରତି ବୁଥ୍‌ରେ ମତଦାତାଙ୍କୁ ସ୍ବାଗତ କରିବା ପାଇଁ ନିର୍ବାଚନ କର୍ମଚାରୀମାନେ ପ୍ରସ୍ତୁତ ବୋଲି ରବିବାର ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ୧୩ ତାରିଖରେ ମତଦାନ କରାଇବା ପାଇଁ ପୋଲିଂ ପାର୍ଟିଗୁଡ଼ିକ ପୋଲିଂ ଷ୍ଟେଶନକୁ ଯାଇସାରିଛନ୍ତି। ନୂଆପଡ଼ା ଜିଲାର ଦୁର୍ଗମ ଅଞ୍ଚଳରେ ଥିବା ୬ଟି ବୁଥ୍‌ ପାଇଁ ପୋଲିଂ ପାର୍ଟିଗୁଡ଼ିକୁ ଏୟାର ଡ୍ରପ୍‌ କରାଯାଇଛି। ଅନେକ ଅଞ୍ଚଳକୁ ବୋଟ୍‌ ମାଧ୍ୟମରେ ନଦୀ ପାରହୋଇ ପୋଲିଂ ପାର୍ଟିଗୁଡ଼ିକ ଯାତ୍ରା କରିଛନ୍ତି। ଏସବୁ ଐତିହାସିକ ମୁହୂର୍ତ୍ତ ନିର୍ବାଚନକୁ ଦେଶର ପ୍ରକୃତ ମହାନତମ ଗଣପର୍ବ ରୂପେ ପ୍ରତିଷ୍ଠିତ କରିବା ସହ ‘ମତଦାନର ପର୍ବ- ଆମ ଦେଶର ଗର୍ବ’ ବାର୍ତ୍ତାକୁ ସାର୍ଥକ କରୁଛି। ଏହି ୪ ସଂସଦୀୟ କ୍ଷେତ୍ରର ସମସ୍ତ ନାଗରିକଙ୍କୁ ମତଦାନ କରିବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ ଧଳ ଅନୁରୋଧ କରିବା ସହ ନିଜ ନିଜର ଗଣତାନ୍ତ୍ରିକ ଅଧିକାର ସାବ୍ୟସ୍ତ କରିବାକୁ ଅପିଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri