Posted inଜାତୀୟ

‘ୟୁପିରେ ଭାଜପା ୨୦୧୨ ସ୍ଥିତିକୁ ଖସିବ’

ଲକ୍ଷ୍ନୌ,୪।୨: ଉତ୍ତରପ୍ରଦେଶରେ ଭାଜପାର ଅବସ୍ଥା ୨୦୧୨ ନିର୍ବାଚନ ଭଳି ହେବ। ସେଥର ଭାଜପାକୁ ମାତ୍ର ୪୭ ଆସନ ମିଳିଥିଲା। ସେହିଭଳି ଏଥର ମଧ୍ୟ ଭାଜପା ୫୦ ଆସନ ମଧ୍ୟରେ ସୀମିତ ରହିବ। କାରଣ ଏବେ ରାଜ୍ୟରେ ଅଖିଳେଶ ଯାଦବଙ୍କ ନେତୃତ୍ୱାଧୀନ ମେଣ୍ଟ ସପକ୍ଷରେ ଲହର ଚାଲିଥିବା କହିଛନ୍ତି ସମାଜବାଦୀ ପାର୍ଟି ନେତା ସ୍ବାମୀ ପ୍ରସାଦ ମୌର୍ଯ୍ୟ।

ସେ ଗତ ମାସରେ ଭାଜପା ଛାଡ଼ି ସମାଜବାଦୀ ପାର୍ଟିରେ ସାମିଲ ହୋଇଥିଲେ। ଯୋଗୀ ଆଦିତ୍ୟନାଥଙ୍କ କ୍ୟାବିନେଟ୍‌ରୁ ପୂର୍ବତନ ମନ୍ତ୍ରୀଙ୍କ ସହ ଦୁଇ ବିଧାୟକ ମଧ୍ୟ ଚାଲି ଯାଇଥିଲେ। ଏଥିଯୋଗୁ ଅଖିଳେଶଙ୍କ ନେତୃତ୍ୱାଧୀନ ବିରୋଧୀ ମେଣ୍ଟକୁ ଓବିସି ସମୁଦାୟଙ୍କ ସମର୍ଥନ ମିଳିବ ବୋଲି ଆଶା କରାଯାଉଛି।

“ଭାଜପା ତା’ର ୨୦୧୨ ସ୍ଥିତିକୁ ଫେରିଯିବ। ଏସ୍‌ପି ସମ୍ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ସହ ସରକାର କରିବ। ମାର୍ଚ୍ଚ ୧୦ (ଭୋଟ ଗଣନା ଦିନ) ପରେ ଭାଜପା ଜାଣିବାକୁ ପାଇବ ଯେ, ସେମାନଙ୍କୁ ଓବିସି ସମୁଦାୟଙ୍କ ସମର୍ଥନ ମିଳିଛି କି ନାହିଁ” ମୌର୍ଯ୍ୟା ସାକ୍ଷାତ୍‌କାରରେ କହିଛନ୍ତି। ଉଲ୍ଲେଖଯୋଗ୍ୟ, ୨୦୧୨ ନିର୍ବାଚନରେ ୪୭ ଆସନ ଜିତିଥିବା ଭାଜପା ୨୦୧୭ରେ ୩୧୨ ବିଧାୟକଙ୍କ ସହ ସରକାର ଗଢ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

୫ ରାଶିଙ୍କ ଉପରେ ପଡିଲା ସୂର୍ଯ୍ୟଙ୍କ କୃପା: ଆଜିଠୁ ଚାଲିଲା କନ୍ୟା ସମେତ ଏମାନଙ୍କର ଗୋଲଡେନ୍‌ ଟାଇମ୍‌, ପ୍ରବଳ ଧନ ଯୋଗ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ଓ ନକ୍ଷତ୍ର ପରିବର୍ତ୍ତନର ବିଶେଷ ମହତ୍ତ୍ୱ ରହିଛି। ସେପ୍ଟେମ୍ବର ୨୭ ତାରିଖ ଦିନ ୧ଟା ୨୫ ମିନିଟରେ ସୂର୍ଯ୍ୟ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?