କଂଗ୍ରେସ ଗଡ଼ରେ ଶକ୍ତିଶାଳୀ ହେବ ଭାଜପା

ଦାରିଙ୍ଗବାଡ଼ି,୨ା୩(ଅରୁଣ ସାହୁ): ଭାଜପାର କନ୍ଧମାଳ ଜିଲା ସଭାପତି ଭାବେ ପଣ୍ଡିତ ବିଶିମାଝି ଦଳ ନିଯୁକ୍ତି ଦେବା ପରେ ତାଙ୍କୁ ଦାରିଙ୍ଗବାଡ଼ି ଭାଜପା ମଣ୍ଡଳ ପକ୍ଷରୁ ରବିବାର ସ୍ବାଗତ ସହ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ଦାରିଙ୍ଗବାଡ଼ି ମଣ୍ଡଳ ସଭାପତି ମିଟୁ ସାହୁଙ୍କ ନେତୃତ୍ୱରେ ଦାରିଙ୍ଗବାଡ଼ି ପୂର୍ତ୍ତ ବିଭାଗ ବଙ୍ଗଳାଠାରୁ ଜିଲା ସଭାପତି ପଣ୍ଡିତ ବିଶିମାଝିଙ୍କୁ ଦଳ ପକ୍ଷରୁ ପୁଷ୍ପଗୁଛ ଦେଇ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା। ପରେ ଦଳର କର୍ମକର୍ତ୍ତାଙ୍କ ଭିଡ଼ରେ ବିରାଟ ଶୋଭାଯାତ୍ରାରେ ଜିଲା ସଭାପତିଙ୍କୁ ଦାରିଙ୍ଗବାଡ଼ି ଚାରି ଛକ, ଲକ୍ଷ୍ମୀ ବଜାର, ରାଧାକୃଷ୍ଣ ମନ୍ଦିର, ଶିବମନ୍ଦିର ସାହି ବୁଲାଇ ଏକ କଲ୍ୟାଣମଣ୍ଡପରେ ପହଞ୍ଚିଥିଲେ। ସେଠାରେ ଦଳ ପକ୍ଷରୁ ଜିଲାର ବିଭିନ୍ନ ଦାୟିତ୍ୱରେ ଥିବା କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କରାଯିବା ସହ ସଂଗଠନକୁ ମଜବୁତ ପାଇଁ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ମଣ୍ଡଳ ସଭାପତି ମିଟୁ ସାହୁ ସଭା ପରିଚାଳନା କରିଥିବା ବେଳେ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ ଏବେ କଂଗ୍ରେସ ହାତରେ ରହିଛି। ଆସନ୍ତା ନିର୍ବାଚନ ସମୟରେ କିଭଳି ଭାଜପାର ଭୋଟ୍‌ ବୃଦ୍ଧି ପାଇବ ଏବଂ ଆଗକୁ ରହିଥିବା ତ୍ରିସ୍ତରୀୟ ନିର୍ବାଚନରେ ସମସ୍ତ ପଞ୍ଚାୟତ, ବ୍ଲକସ୍ତରରେ ଭାଜପାର ଲୋକ ପ୍ରତିନିଧି ବିଜୟ ଲାଭ କରିବେ ସେନେଇ ଆଲୋଚନା କରାଯାଇଥିଲା। ପଣ୍ଡିତ ବିଶିମାଝିଙ୍କୁ ଦଳ ଜିଲା ଦାୟିତ୍ୱ ଦେବା ପରେ ଜିଲାରେ ବିଶେଷକରି ଦାରିଙ୍ଗବାଡ଼ି ଭାଜପା କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖାଯାଇଥିବା କର୍ମୀମାନେ ମତ ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ଦଳର ବରିଷ୍ଠ ନେତା ଗୋବିନ୍ଦ ପ୍ରଧାନ, ନିତ୍ୟାନନ୍ଦ ଗିରି, କନ୍ଧମାଳ ଏମ୍‌ପିଙ୍କ ଦାରିଙ୍ଗବାଡ଼ି ପ୍ରତିନିଧି ବିଷ୍ଣୁ ଚରଣ ପ୍ରଧାନ,ଦାରିଙ୍ଗବାଡ଼ି ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ, ଅଜିତ କୁମାର ସାହୁ, ସୁକାନ୍ତ କୁମାର ସାହୁ, ପ୍ରଭାକର ସାହୁ, ହରେନ ସାହୁଙ୍କ ସମେତ ଶତାଧିକ କର୍ମୀ ଯୋଗଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri