ଭାଜପା ୧୦ ବର୍ଷ ରେକର୍ଡ ଆଧାରରେ ଜନତାଙ୍କ ଆସ୍ଥାଭାଜନ ହେବ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୭।୩(ଅସମାପିକା ସାହୁ)ନିର୍ବାଚନ କମିଶନଙ୍କ ୨୦୨୪ ନିର୍ବାଚନ ତାରିଖ ଘୋଷଣାକୁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ବାଗତ କରିଛନ୍ତି। ଏହି ନିର୍ବାଚନରେ ଭାଜପା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଲ୍ୟାଣକାରୀ ଯୋଜନା ଓ ବିଗତ ୧୦ ବର୍ଷର ଟ୍ରାକ୍‌ ରେକର୍ଡ ଆଧାରରେ ଜନତାଙ୍କ ଆସ୍ଥାଭାଜନ ହେବା ପାଇଁ ଚେଷ୍ଟା କରିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରର ଜଣେ ବିଦ୍ୟାର୍ଥୀ ଭାବରେ ୨୦୨୪ ନିର୍ବାଚନକୁ ସ୍ବାଗତ କରୁଛି। ଓଡ଼ିଶା ସମେତ ସମଗ୍ର ଦେଶର ଜନସାଧାରଣ ଓ ସମସ୍ତ ରାଜନୈତିକ ଦଳଙ୍କୁ ଶୁଭେଚ୍ଛା ଜଣାଇବା ସହ କେନ୍ଦ୍ରମନ୍ତ୍ରୀ କହିଛନ୍ତି, ସମାଜର ସବୁବର୍ଗ ବିଶେଷକରି ଗରିବ, ବଞ୍ଚତ୍ତ, ମହିଳା, ଯୁବ, ଚାଷୀ, ଏସ୍‌ସି, ଏସ୍‌ଟି, ଓବିସି ସମ୍ପ୍ରଦାୟର ଲୋକମାନେ ଏହି ଗଣତନ୍ତ୍ରର ମହାନ୍‌ ଉତ୍ସବରେ ନିଜକୁ ସାମିଲ କରିବେ। ସମସ୍ତ ରାଜନୈତିକ ଦଳ ନାଗରିକଙ୍କ ପାଖକୁ ଯିବେ। ପ୍ରସଙ୍ଗଭିତ୍ତିକ ନିର୍ବାଚନ ଲଢ଼ାଯିବ। ଆଲୋଚନା, ସମାଲୋଚନା ସହ ନିର୍ବାଚନ ପ୍ରଚାରରେ ଅଭିନବ ଉପାୟ ଅବଲମ୍ବନ ହେବ। ଉନ୍ମାଦନାର ସହ ନିର୍ବାଚନ ଆଚରଣବିଧିର ସୀମା ଭିତରେ ରହି ସମସ୍ତେ ପ୍ରଚାର କରିବା। ‘ଫିର୍‌ ଏକ୍‌ ବାର୍‌ ୪୦୦ ପାର୍‌, ଫିର୍‌ ଏକ୍‌ ବାର୍‌ ମୋଦି ସରକାର’ର ନାରା ଦେବା ସହ ଲୋକଙ୍କ ଆଶୀର୍ବାଦ କାମନା କରିଛନ୍ତି ଧର୍ମେନ୍ଦ୍ର।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ସୁଭଦ୍ରା ଯୋଜନାକୁ ନେଇ ଭାଜପା ଉପରେ ବର୍ଷିଲେ ଲେଖାଶ୍ରୀ, କହିଲେ…

ଭୁବନେଶ୍ୱର,୨୬।୭: ରାଜ୍ୟ ସରକାର ବିଧାନସଭାରେ ତାଙ୍କର ପ୍ରଥମ ବଜେଟ ଗୁରୁବାର ଉପସ୍ଥାପନ କରିଥିଲେ । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ବଜେଟ୍‌ରେ ରାଜ୍ୟର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri