Odisha Elections 2024

ବାଚସ୍ପତି ନିର୍ବାଚନ ବର୍ଜନ କରିବ ଭାଜପା: ନାଉରୀ

ସମ୍ବଲପୁର,୧୬ା୯ (ଶୁଭାଶିଷ ପାଢ଼ୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଅଁାଖାଇ ପରଦିନ ଅର୍ଥାତ୍‌ ସେପ୍ଟେମ୍ବର ୨୧ରେ ସରକାର ବିଧାନସଭାର ବାଚସ୍ପତି ପଦ ପାଇଁ ନିର୍ବାଚନ କରିବାକୁ ଦିନ ଧାର୍ଯ୍ୟ କରିଛନ୍ତି। ଭାବାବେଗ ସହିତ ଜଡିତ ଏହି ପର୍ବକୁ ଲୋକେ ଉତ୍ସାହର ସହ ପାଳନ କରିଥାନ୍ତି। ଏଭଳି ସ୍ଥିତିରେ ରାଜ୍ୟ ସରକାର ଜାଣିଶୁଣି ୨୧ ତାରିଖ ନିର୍ବାଚନ ରଖିଛନ୍ତି। ଏହାକୁ ଭାଜପା ବର୍ଜନ କରୁଛି। ବାଚସ୍ପତି ନିର୍ବାଚନରେ କୌଣସି ଭାଜପା ବିଧାୟକ ଯୋଗଦେବେ ନାହିଁ ବୋଲି ସମ୍ବଲପୁର କଚେରିସ୍ଥିତ ଦଳୀୟ କାର୍ଯ୍ୟାଳୟରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଧାୟକ ତଥା ରାଜ୍ୟ ଉପସଭାପତି ନାଉରୀ ନାଏକ କହିଛନ୍ତି।
ସେ ଆହୁରି କହିଛନ୍ତି, ସେପ୍ଟେମ୍ବର ୧୮ରେ ନାମାଙ୍କନ ପତ୍ର ଦାଖଲ ଓ ୨୧ରେ ନିର୍ବାଚନ ହେବ ବୋଲି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇସାରିଛି। ଏହାକୁ ପୂର୍ବରୁ ବିରୋଧ କରାଯିବା ସହ ସମୟ ପରିବର୍ତ୍ତନ କରିବାକୁ କୁହାଯାଇଥିଲା। ହେଲେ ସରକାର ନିଜ ଜିଦ୍‌ରେ ଅଟଳ ରହିଛନ୍ତି। ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ନୂଆଁଖାଇର ଯେତିକି ଗୁରୁତ୍ୱ ରହିଛି ପରଦିନ ଅର୍ଥାତ୍‌ ନୂଆଁଖାଇ ଭେଟ୍‌ଘାଟ୍‌ର ମଧ୍ୟ ସେତିକି ମହତ୍ତ୍ୱ ରହିଛି। ତେଣୁ ପଶ୍ଚିମ ଓଡ଼ିଶାର କୌଣସି ବିଧାୟକ ଭୁବନେଶ୍ୱର ଯାଇ ବିଧାନସଭାରେ ଉପସ୍ଥିତ ରହିବା ସମ୍ଭବପର ନୁହେଁ। ଏଭଳି ନିଷ୍ପତ୍ତି ସମ୍ପୂର୍ଣ୍ଣ ଅଗଣତାନ୍ତ୍ରିକ ଓ ଜିଦ୍‌ଖୋର୍‌ ମନୋବୃତ୍ତିକୁ ଦର୍ଶାଉଛି। ଅପରପକ୍ଷେ ଶାସକ ଦଳର ବିଧାୟକମାନେ ମଧ୍ୟ ଏହି ପ୍ରସଙ୍ଗରେ କାହିଁକି ଚୁପ୍‌ ଅଛନ୍ତି ବୋଲି ନାଉରୀ ପ୍ରଶ୍ନ କରିଛନ୍ତି। ଖବରଦାତା ସମ୍ମିଳନୀରେ ଭାଜପା ଜିଲା ସଭାପତି ଗିରିଶ ପଟେଲ, କ୍ଷେତ୍ରୀୟ ପ୍ରବକ୍ତା ମାନସ ରଞ୍ଜନ ବକ୍ସି, ଜିଲା ଗଣମାଧ୍ୟମ ସଂଯୋଜକ ସଞ୍ଜୟ ଷଡ଼ଙ୍ଗୀ, ଜିଲା ଯୁବ ମୋର୍ଚ୍ଚା ସଭାପତି ଅଶ୍ୱିନୀ ମାଝି ଓ ମହିଳା ମୋର୍ଚ୍ଚା ସଭାନେତ୍ରୀ ଅନ୍ନପୂର୍ଣ୍ଣା ବାରିକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ରୋଡ୍‌ ଶୋ’ କଲେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ପୁରୀରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ବଡ଼ଦାଣ୍ଡରୁ ରୋଡ୍‌...

Video: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦେଖନ୍ତୁ ଭିଡିଓ

ପୁରୀ,୨୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ପ୍ରଧାନମନ୍ତ୍ରୀ ପୁରୀରେ ରୋଡ୍‌ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ବାଇଶି...

ଗଛରେ ପିଟିହେଲା ନଡ଼ିଆ ବୋଝେଇ ଟ୍ରକ୍‌: ଡ୍ରାଇଭରଙ୍କ ଜୀବନ ଗଲା, ହେଲପର ଗୁରୁତର

ପଟାଙ୍ଗି,୨୦ା୫(ଶରତ ଧଳ): ଭାରସାମ୍ୟ ହରାଇ ଏକ ନଡ଼ିଆ ବୋଝେଇ ମିନି ଟ୍ରକ୍‌ ଗଛରେ ପିଟି ହେବାରୁ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ତାଙ୍କ ବାମ ଗୋଡ଼...

ମୋଦି ଯେତେ ଓଡ଼ିଶା ଆସିବେ କଂଗ୍ରେସ ସେତିକି ବଢ଼ିବ: ଅଜୟ

ଭୁବନେଶ୍ୱର,୨୦।୫(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ତେବେ ତାଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ବିଭିନ୍ନ ପ୍ରସଙ୍ଗରେ ମୋଦିଙ୍କୁ ବହୁ...

ଦାରିଙ୍ଗବାଡ଼ିରେ ମତଦାନ ଆରମ୍ଭ: ଭୋଟ୍‌ ଦେଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଦାରିଙ୍ଗବାଡ଼ି,୨୦ା୫(ଅରୁଣ ସାହୁ): ଗଣତନ୍ତ୍ରର ମହାନ ପର୍ବ ତଥା ସାଧାରଣ ନିର୍ବାଚନ ସକାଳ ୭ଟାରେ ଶାନ୍ତି ଶୃଙ୍ଖଳାର ସହ ଆରମ୍ଭ ହୋଇଯାଇଛି। ଏହି କ୍ରମରେ କନ୍ଧମାଳ ଜିଲା...

ରାଜ୍ୟ ନେତାଙ୍କ ସହ ମୋଦିଙ୍କ ଆଲୋଚନା, ଦେଲେ ଗୁରୁମନ୍ତ୍ରଣା

ଭୁବନେଶ୍ୱର, ୧୯।୫(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସନ୍ଧ୍ୟାରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ବାୟୁସେନାର ସ୍ବତନ୍ତ୍ର ବିମାନରେ ରବିବାର ବିଜୁ ପଟ୍ଟନାୟକ...

ଶ୍ରୀମନ୍ଦିରରେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି।  ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି...

ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି, କଣ୍ଟାବାଞ୍ଜି ଆସନରେ ହେବ ଆଜି ଭୋଟ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ରାଜ୍ୟରେ ୨ୟ ପର୍ଯ୍ୟାୟ ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ଚଳିତ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ଟି ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri