ବାଚସ୍ପତି ନିର୍ବାଚନ ବର୍ଜନ କରିବ ଭାଜପା: ନାଉରୀ

ସମ୍ବଲପୁର,୧୬ା୯ (ଶୁଭାଶିଷ ପାଢ଼ୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଅଁାଖାଇ ପରଦିନ ଅର୍ଥାତ୍‌ ସେପ୍ଟେମ୍ବର ୨୧ରେ ସରକାର ବିଧାନସଭାର ବାଚସ୍ପତି ପଦ ପାଇଁ ନିର୍ବାଚନ କରିବାକୁ ଦିନ ଧାର୍ଯ୍ୟ କରିଛନ୍ତି। ଭାବାବେଗ ସହିତ ଜଡିତ ଏହି ପର୍ବକୁ ଲୋକେ ଉତ୍ସାହର ସହ ପାଳନ କରିଥାନ୍ତି। ଏଭଳି ସ୍ଥିତିରେ ରାଜ୍ୟ ସରକାର ଜାଣିଶୁଣି ୨୧ ତାରିଖ ନିର୍ବାଚନ ରଖିଛନ୍ତି। ଏହାକୁ ଭାଜପା ବର୍ଜନ କରୁଛି। ବାଚସ୍ପତି ନିର୍ବାଚନରେ କୌଣସି ଭାଜପା ବିଧାୟକ ଯୋଗଦେବେ ନାହିଁ ବୋଲି ସମ୍ବଲପୁର କଚେରିସ୍ଥିତ ଦଳୀୟ କାର୍ଯ୍ୟାଳୟରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଧାୟକ ତଥା ରାଜ୍ୟ ଉପସଭାପତି ନାଉରୀ ନାଏକ କହିଛନ୍ତି।
ସେ ଆହୁରି କହିଛନ୍ତି, ସେପ୍ଟେମ୍ବର ୧୮ରେ ନାମାଙ୍କନ ପତ୍ର ଦାଖଲ ଓ ୨୧ରେ ନିର୍ବାଚନ ହେବ ବୋଲି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇସାରିଛି। ଏହାକୁ ପୂର୍ବରୁ ବିରୋଧ କରାଯିବା ସହ ସମୟ ପରିବର୍ତ୍ତନ କରିବାକୁ କୁହାଯାଇଥିଲା। ହେଲେ ସରକାର ନିଜ ଜିଦ୍‌ରେ ଅଟଳ ରହିଛନ୍ତି। ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ନୂଆଁଖାଇର ଯେତିକି ଗୁରୁତ୍ୱ ରହିଛି ପରଦିନ ଅର୍ଥାତ୍‌ ନୂଆଁଖାଇ ଭେଟ୍‌ଘାଟ୍‌ର ମଧ୍ୟ ସେତିକି ମହତ୍ତ୍ୱ ରହିଛି। ତେଣୁ ପଶ୍ଚିମ ଓଡ଼ିଶାର କୌଣସି ବିଧାୟକ ଭୁବନେଶ୍ୱର ଯାଇ ବିଧାନସଭାରେ ଉପସ୍ଥିତ ରହିବା ସମ୍ଭବପର ନୁହେଁ। ଏଭଳି ନିଷ୍ପତ୍ତି ସମ୍ପୂର୍ଣ୍ଣ ଅଗଣତାନ୍ତ୍ରିକ ଓ ଜିଦ୍‌ଖୋର୍‌ ମନୋବୃତ୍ତିକୁ ଦର୍ଶାଉଛି। ଅପରପକ୍ଷେ ଶାସକ ଦଳର ବିଧାୟକମାନେ ମଧ୍ୟ ଏହି ପ୍ରସଙ୍ଗରେ କାହିଁକି ଚୁପ୍‌ ଅଛନ୍ତି ବୋଲି ନାଉରୀ ପ୍ରଶ୍ନ କରିଛନ୍ତି। ଖବରଦାତା ସମ୍ମିଳନୀରେ ଭାଜପା ଜିଲା ସଭାପତି ଗିରିଶ ପଟେଲ, କ୍ଷେତ୍ରୀୟ ପ୍ରବକ୍ତା ମାନସ ରଞ୍ଜନ ବକ୍ସି, ଜିଲା ଗଣମାଧ୍ୟମ ସଂଯୋଜକ ସଞ୍ଜୟ ଷଡ଼ଙ୍ଗୀ, ଜିଲା ଯୁବ ମୋର୍ଚ୍ଚା ସଭାପତି ଅଶ୍ୱିନୀ ମାଝି ଓ ମହିଳା ମୋର୍ଚ୍ଚା ସଭାନେତ୍ରୀ ଅନ୍ନପୂର୍ଣ୍ଣା ବାରିକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ପାଇଁ ଗଛଟିଏ: ଚାରାରୋପଣ ପାଇଁ ଆଗ୍ରହ ଦେଖାଦେଉଛନ୍ତି ଛାତ୍ରୀଛାତ୍ର

ଦାରିଙ୍ଗବାଡି,୮।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୭୭ତମ ବନ ମହୋତ୍ସବ ତଥା ମା’ଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

ଜନ୍ମଦିନରେ ଗାଙ୍ଗୁଲିଙ୍କୁ ମିଳିଲା ବଡ଼ ସରପ୍ରାଇଜ୍‌: ଫିଲ୍ମ ପୋଷ୍ଟର ଜାରି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ୫୪ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ସେହି ପ୍ରଭାବଶାଳୀ ଅଧିନାୟକମାନଙ୍କ ମଧ୍ୟରୁ ଜଣେ ଯିଏ ଟିମ…

ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…

ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ…

ସୂର୍ଯ୍ୟ-ବୁଧଙ୍କ ଶୁଭ ସଂଯୋଗ: ଜୁଲାଇ ୧୩ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ବ୍ୟବସାୟରେ ମିଳିବ ପ୍ରଚୁର ଲାଭ

ସୂର୍ଯ୍ୟ ଓ ବୁଧଙ୍କ ମିଳନରେ ଗଠିତ ହେଉଛି ଶୁଭ ‘ବୁଧାଦିତ୍ୟ ଯୋଗ’ (ସୂର୍ଯ୍ୟ ଓ ବୁଧଙ୍କ ଯୁତି)। ଆସନ୍ତା ଜୁଲାଇ ୧୩ ତାରିଖ ସକାଳ ୬ଟା ୫୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri