ରାଜ୍ୟବ୍ୟାପୀ ଗ୍ରାମ ପରିକ୍ରମା ଚାଲ ଅଭିଯାନ କରିବ ଭାଜପା

ଭୁବନେଶ୍ୱର,୨୭।୨(ସୁନିତ୍‌ ମିଶ୍ର):ରାଜ୍ୟର ସବୁ ପଞ୍ଚାୟତରେ ଗ୍ରାମ ପରିକ୍ରମା ଚାଲ ଅଭିଯାନ କାର୍ଯ୍ୟକ୍ରମ ସଫଳ କରିବାକୁ ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶ୍ୱର ସାହୁଙ୍କ ସଭାପତିତ୍ୱରେ ସୋମବାର ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସାଧାରଣ ସମ୍ପାଦକ(ସଙ୍ଗଠନ) ମାନସ ମହାନ୍ତି ଉପସ୍ଥିତ ରହି ରାଜ୍ୟରେ ଗ୍ରାମ ପରିକ୍ରମା ଚାଲ ଅଭିଯାନ କାର୍ଯ୍ୟକ୍ରମକୁ ବ୍ୟାପକ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ଚାଷୀଙ୍କ ଆୟକୁ ୨ଗୁଣା କରିବା ପାଇଁ କେନ୍ଦ୍ର ସରକାରଙ୍କ କୃଷକ କଲ୍ୟାଣକାରୀ ଯୋଜନା ବିଷୟରେ କୃଷକ ପଞ୍ଚାୟତ କରି ଲୋକଙ୍କୁ ଅବଗତ କରାଇବାକୁ ପରାମର୍ଶ ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବ୍ୟାପକ ଭାବେ କରିବାକୁ କୁହାଯାଇଛି। ବୈଠକରେ ମନମୋହନ କହିଛନ୍ତି, ଭାରତବର୍ଷର ଲୋକପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କ ଆୟକୁ ୨ ଗୁଣା କରିବା ପାଇଁ କୃଷକ କଲ୍ୟାଣକାରୀ ଯୋଜନା ଆଣିଛନ୍ତି। ଏହାଦ୍ୱାରା ଦେଶର ସମସ୍ତ ରାଜ୍ୟର ଚାଷୀମାନେ ଉପକୃତ ହେଉଥିବାବେଳେ ଓଡ଼ିଶାର କୃଷକମାନେ ଏଥିରୁ ବଞ୍ଚତ୍ତ ହେଉଛନ୍ତି। ଓଡ଼ିଶା ସରକାର କୃଷି ଯନ୍ତ୍ରପାତି କିଣାରେ ବ୍ୟାପକ ଦୁର୍ନୀତି, ଧାନମଣ୍ଡିରେ ବ୍ୟାପକ ଅବ୍ୟବସ୍ଥା, ଧାନକିଣାରେ ୫ରୁ ୧୦ କେଜି କଟ୍‌ନି ଛଟ୍‌ନି କରିବା, ଶୀତଳଭଣ୍ଡାର କରିବାରେ ବିଫଳ, ଚାଷଜମିକୁ ଜଳସେଚନ କରିବାରେ ବିଫଳତା, କୃଷିଋଣ କାରବାରରେ ବ୍ୟାପକ ଜାଲିଆତି, ଚାଷୀ ଆତ୍ମହତ୍ୟା ବିଷୟରେ ଭାଜପା କୃଷକ ମୋର୍ଚ୍ଚା ଓଡ଼ିଶାର ୧୦ ହଜାର ଗ୍ରାମକୁ ଯାଇ କୃଷକ ପଞ୍ଚାୟତ କରିବା ସହିତ ଘର ଘର ସମ୍ପର୍କ କାର୍ଯ୍ୟକ୍ରମ ବ୍ୟାପକଭାବେ ଜନମତ ଜାଗ୍ରତ କରିବ। ଓଡ଼ିଶାରେ ଆଗାମୀ ନିର୍ବାଚନରେ ଭାଜପା ସରକାରକୁ ଆସିଲେ ଧାନ କୁଇଣ୍ଟାଲ ପ୍ରତି ୩୧ ଶହ ଟଙ୍କାରେ ଚାଷୀଙ୍କଠାରୁ କିଣିବ। କୃଷି ପାଇଁ ବ୍ୟବହୃତ ବିଦ୍ୟୁତ୍‌କୁ ମାଗଣାରେ ଚାଷୀଙ୍କୁ ପ୍ରଦାନ କରାଯିବ ବୋଲି ମନମୋହନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ

ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri