୧ କୋଟି ସଦସ୍ୟ ସଂଗ୍ରହ କରିବ ଭାଜପା: ମନମୋହନ

ଭୁବନେଶ୍ୱର,୨୦।୮(ଅନିଲଦାସ): ଭାଜପା ସେପ୍ଟେମ୍ବର ୧ ତାରିଖରୁ ରାଷ୍ଟ୍ରୀୟ ସ୍ତରରେ ସଦସ୍ୟତା ଅଭିଯାନର ଶୁଭାରମ୍ଭ କରିବ। ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ସଦସ୍ୟତା ଗ୍ରହଣ କରିବା ପରେ ଦେଶବ୍ୟାପୀ ସଦସ୍ୟତା ଅଭିଯାନ ଆରମ୍ଭ ହେବ। ଓଡ଼ିଶାରେ ୧ କୋଟି ସଦସ୍ୟ ସଂଗ୍ରହ ଲାଗି ଲକ୍ଷ୍ୟ ଧାର୍ଯ୍ୟ ହୋଇଛି ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି। ଭାଜପାର ବିଚାରଧାରାକୁ ଭଲ ପାଉଥିବା ଓ ଦଳକୁ ସମର୍ଥନ କରୁଥିବା ଲୋକଙ୍କୁ ସଦସ୍ୟ କରାଯିବ। ଲୋକଙ୍କ ପାଖକୁ ଯାଇ କାର୍ଯ୍ୟକର୍ତ୍ତା ସମ୍ପର୍କ ସ୍ଥାପନ କରିବେ। ରାଜ୍ୟରେ ସଦସ୍ୟତା ଅଭିଯାନର ମୁଖ୍ୟ ଭାବେ ବରିଷ୍ଠ ନେତା ରଞ୍ଜନ ପଟେଲଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି।
ଭାଜପା ସମ୍ବିଧାନ ଅନୁସାରେ ପ୍ରତି ୩ ବର୍ଷରେ ଥରେ ନୂତନ ସଭ୍ୟ ସଂଗ୍ରହ କରାଯାଇଥାଏ। ସଭ୍ୟ ସଂଗ୍ରହ ଅଭିଯାନ ପରେ ସଦସ୍ୟତା ଆଧାରରେ ଦଳର ପୁନର୍ବିନ୍ୟାସ ହେବା ସହ ନୂତନ ଦାୟିତ୍ୱ ବଣ୍ଟନ କରାଯାଏ। ପ୍ରଥମେ ରାଜ୍ୟ, ଜିଲା, ମଣ୍ଡଳ ଓ ବୁଥ୍‌ ସ୍ତରରେ କାର୍ଯ୍ୟକର୍ତ୍ତାଙ୍କୁ ନେଇ ସ୍ବତନ୍ତ୍ର କର୍ମଶାଳା ଅନୁଷ୍ଠିତ ହେବ। ମଙ୍ଗଳବାର ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ ହେବ ଏବଂ ରାଜ୍ୟର ସମସ୍ତ ଏମ୍‌ପି, ବିଧାୟକ, ପଦାଧିକାରୀ, ଜିଲା ସଭାପତି, ସାଧାରଣ ସମ୍ପାଦକ, ପ୍ରଭାରୀ ଏବଂ ସଦସ୍ୟତା କମିଟିର ସଦସ୍ୟମାନେ ଉପସ୍ଥିତ ରହିବେ। ଏହି କର୍ମଶାଳାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା, ରାଷ୍ଟ୍ରୀୟ ସଦସ୍ୟତା ଅଭିଯାନ ଟୋଲିର ସଦସ୍ୟ ଋତୁରାଜ ସିହ୍ନା, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାର ଏବଂ ସହପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି ପ୍ରମୁଖ ଉପସ୍ଥିତ ରହି ମାର୍ଗଦର୍ଶନ କରିବେ। ସେହିପରି ସଦସ୍ୟତା ଅଭିଯାନ ପାଇଁ ଆସନ୍ତା ୨୨, ୨୩ ଓ ୨୪ରେ ଜଲାସ୍ତରୀୟ ଏବଂ ୨୫, ୨୬ ଓ ୨୭ରେ ମଣ୍ଡଳସ୍ତରୀୟ କର୍ମଶାଳା ଅନୁଷ୍ଠିତ ହେବ। ଆସନ୍ତା ୩୧ ତାରିଖ ସୁଦ୍ଧା ବୁଥସ୍ତରୀୟ କର୍ମଶାଳା ଶେଷହେବ ବୋଲି ମନମୋହନ କହିଛନ୍ତି। ସର୍ବଭାରତୀୟ ସଦସ୍ୟତା ଅଭିଯାନ ପାଇଁ ଗତ ୧୭ ଓ ୧୮ ତାରିଖରେ ଦିଲ୍ଲୀଠାରେ ସଦସ୍ୟତା ଅଭିଯାନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?