ମୋଦି ସରକାରଙ୍କ ସଫଳତାକୁ ନେଇ ଗାଁକୁ ଯିବ ଭାଜପା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଓଡ଼ିଶାର ବିକାଶ ପାଇଁ ଗତ ୯ ବର୍ଷରେ ପର୍ଯ୍ୟାପ୍ତ ପରିମାଣର ଆର୍ଥିକ ଅନୁଦାନ ଦେଇଛନ୍ତି। ଏଥିସହିତ ଗ୍ରାମାଞ୍ଚଳରେ ବସବାସ କରୁଥିବା ଗରିବ ଓ ମଧ୍ୟବିତ୍ତଙ୍କ ପାଇଁ ଅନେକ ଜନକଲ୍ୟାଣକାରୀ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ପକ୍କାଘର, ଶୌଚାଳୟ, ପାନୀୟଜଳ ସହ ବିଜୁଳି, ରାସ୍ତା, କୃଷକ ଆୟ ଦ୍ୱିଗୁଣିତ ଓ ବୀମା ଯୋଗାଇ ଦେବା, ଯୁବତୀଯୁବକଙ୍କୁ ନିଯୁକ୍ତି ଦେବା ଭଳି କାର୍ଯ୍ୟ କେନ୍ଦ୍ର ସରକାର କରିଛନ୍ତି। ମାତ୍ର ଓଡ଼ିଶା ବିକାଶରେ ବାଧକ ସାଜିଥିବା ବିଜେଡି ସରକାର ପାଇଁ କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ଯୋଜନା ଓଡ଼ିଶାର ତୃଣମୂଳସ୍ତରରେ ପହଞ୍ଚି ପାରୁନାହିଁ ା ଏହି କାରଣରୁ ବିଭିନ୍ନ କେନ୍ଦ୍ରୀୟ ଯୋଜନାର ସୁଫଳରୁ ବଞ୍ଚିତ ହେଉଛନ୍ତି ଓଡ଼ିଶାବାସୀ। ଗତ ୨୩ ବର୍ଷ ଧରି ଓଡ଼ିଶାରେ ଦୁର୍ନୀତି, ଭ୍ରଷ୍ଟାଚାର, ଅସାମ୍ବିଧାନିକ ସରକାର ଚାଲିଛି। ରାଜ୍ୟ ଓ ରାଜ୍ୟବାସୀଙ୍କ ସ୍ବାର୍ଥ ପାଇଁ ରାଜ୍ୟରେ ବିଜେଡି ମୁକ୍ତ ଶାସନର ଆବଶ୍ୟକତା ରହିଛି । ଶନିବାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ସଭାପତିତ୍ୱ କରି ରାଜ୍ୟ ସଭାପତି ମନମୋହନ ସାମଲ ଏହା କହିଛନ୍ତି ା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୯ ବର୍ଷର ସଫଳତାକୁ ନେଇ ମେ’ ୨୯ରୁ ଜୁନ୍‌ ୩୦ପର୍ଯ୍ୟନ୍ତ ଗଁା ଓ ଘରକୁ ଘରକୁ ଯାଇ ପ୍ରଚାର କରିବେ। ଆଗାମୀ ୨୦୨୪ରେ ଭାଜପା ସରକାରକୁ ଆସିବା ପାଇଁ ସମସ୍ତ କାର୍ଯ୍ୟ କରିବ ବୋଲି ମନମୋହନ କହିଛନ୍ତି।
ସାମ୍ପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗ ସମେତ କେନ୍ଦ୍ରରେ ୯ ବର୍ଷର ମୋଦି ସରକାରଙ୍କ ଉପଲବ୍ଧତାକୁ ନେଇ ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଶ୍ୱେଶ୍ୱର ଟୁଡୁ, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ, ରାଜ୍ୟ ସାଧାରଣ ସମ୍ପାଦକ(ସଙ୍ଗଠନ) ମାନସ ମହାନ୍ତି ପ୍ରମୁଖ ସାଙ୍ଗଠନିକ କାଯର୍‌ୟକ୍ରମର ସମୀକ୍ଷା କରିବା ସହିତ ଆଗାମୀ ୪ ମାସର ରୋଡ୍‌ମ୍ୟାପର ବିସ୍ତୃତ ଆଲୋଚନା କରିଥିଲେ।
କାଯର୍‌ୟକାରିଣୀ ବୈଠକ ସମ୍ପର୍କରେ ସୂଚନା ଦେଇ ରାଜ୍ୟ ସାଧାରଣ ସମ୍ପାଦକ ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି, କାର୍ଯ୍ୟକାରିଣୀରେ ଆସନ୍ତା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ବିଜୟୀ ପାଇଁ ଦଳ ତରଫରୁ ବିଭିନ୍ନ କାଯର୍‌ୟକ୍ରମ ହାତକୁ ନିଆଯାଇଛି ା ଏମ୍‌ପି ପ୍ରତାପ ଷଡ଼ଙ୍ଗୀ କହିଛନ୍ତି, ମୋଦି ସରକାର ଅମଳରେ ଗରିବ କଲ୍ୟାଣ ପାଇଁ ସମସ୍ତ ପ୍ରକାର ଯୋଜନା କରାଯାଇଛି ା କାର୍ଯ୍ୟକାରିଣୀ ମାଧ୍ୟମରେ କାର୍ଯ୍ୟକର୍ତ୍ତାଙ୍କୁ ସକ୍ରିୟ କରିବା ସହ ସାଧାରଣ ଜନତାଙ୍କ ଭିତରେ ଜନଜାଗରଣ ସୃଷ୍ଟି କରିବା ମୂଳ ଉଦ୍ଦେଶ୍ୟ ବୋଲି ସେ କହିଛନ୍ତି।
ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ, ରାଜ୍ୟ କୋର୍‌ କମିଟି ସଦସ୍ୟ, ରାଜ୍ୟ ପଦାଧିକାରୀ, ରାଜ୍ୟ ମୁଖପାତ୍ର, ଏମ୍‌ପି, ବିଧାୟକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲା ସଭାପତି, ଜିଲା ପ୍ରଭାରୀ ଓ ସମସ୍ତ ମୋର୍ଚ୍ଚାର ସଭାପତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri