Posted inଜାତୀୟ

ଜନତାଙ୍କ ମତ ନେଇ ଘୋଷଣା ପତ୍ର ପ୍ରସ୍ତୁତ କରିବ ଭାଜପା

ରାଞ୍ଚି,୨୯।୮: ଭାରତୀୟ ଜନତା ପାର୍ଟି ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଘୋଷଣା ପତ୍ର (ମନିଫେଷ୍ଟୋ) ପ୍ରସ୍ତୁତ କରିବା ପୂର୍ବରୁ ରାଜ୍ୟର ବିଭିନ୍ନ ବର୍ଗର ଲୋକଙ୍କଠାରୁ ପରାମର୍ଶ ନେବ ବୋଲି କହିଛି। ଏଥିପାଇଁ ବିଭାଗଠାରୁ ବ୍ଲକ ସ୍ତର ପର୍ଯ୍ୟନ୍ତ ଏକ ବୃହତ ପରିମାଣର ଜନସମ୍ପର୍କ ଅଭିଯାନ କରାଯିବ। ସୋସିଆଲ ମିଡିଆ ପ୍ଲାଟଫର୍ମ ଏବଂ ହ୍ବାଟସ ଆପରେ ଥିବା ଲୋକଙ୍କ ଠାରୁ ମଧ୍ୟ ପ୍ରସ୍ତାବ ଆମନ୍ତ୍ରିତ ହେବ।
ଭାଜପା ରାଜ୍ୟ ସଭାପତି ବାବୁଲାଲ ମାରାଣ୍ଡି ଏବଂ ମନିଫେଷ୍ଟୋ କମିଟି ସଂଯୋଜକ ଅନନ୍ତ ଓଝା ଗୁରୁବାର ରାଜ୍ୟ ପାର୍ଟି କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ ନିର୍ବାଚନ ପୂର୍ବରୁ ଆମ ଦଳ ଘୋଷଣା ପତ୍ର ଜାରି କରିଥାଏ, ବସ୍ତୁତଃ ଏହା ଲୋକଙ୍କ ଆକାଂକ୍ଷାର ଦର୍ପଣ ହୋଇଥାଏ। ଆମେ ସେମାନଙ୍କର ଚିନ୍ତାଧାରା ଏବଂ ଦାବିକୁ ଆମର ଘେଶଷଣା ପତ୍ର କରିଥାଉ। ସେହି ଅନୁଯାୟୀ ଆମ ସରକାରଙ୍କ ଦିଗ ନିର୍ଣ୍ଣୟ କରୁ। ସେ କହିଛନ୍ତି ଯେ ଲୋକମାନେ ହ୍ବାଟସ ଆପ ନମ୍ବର 6202750671 ରେ ମଧ୍ୟ ସେମାନଙ୍କ ମତାମତ ପଠାଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଜାପାନୀ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ, ୨୦୨୨ ରେ ବେକରେ ଲାଗିଥିଲା ଗୁଳି

ଟୋକିଓ,୨୧।୧: ପୂର୍ବତନ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ହତ୍ୟା କରିଥିବା ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ବୁଧବାର ଜାପାନର ଏକ କୋର୍ଟ ଆବେଙ୍କ ହତ୍ୟା ମାମଲାର...

କାହିଁକି ହେଉନାହିଁ IPL 2026 କାର୍ଯ୍ୟସୂଚୀ ଘୋଷଣା? ବିଳମ୍ବର କାରଣ କ’ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ଆପାତକାଳୀନ ତାରିଖ ଘୋଷଣା ସତ୍ତ୍ୱେ, ବିସିସିଆଇ ଏପର୍ଯ୍ୟନ୍ତ ମ୍ୟାଚ ସୂଚୀ ଘୋଷଣା କରିନାହିଁ। ବୋର୍ଡ କହିଛି...

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ।...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

୨୦୩୦ ପର୍ଯ୍ୟନ୍ତ କୌଣସି ଲାଇଭ୍ ଶୋ’ କରିବେନି ଜାକିର ଖାନ; ଏଥିପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧।୧: ଦେଶର ଲୋକପ୍ରିୟ ଷ୍ଟାଣ୍ଡ-ଅପ୍ କମେଡିଆନ୍ ଜାକିର ଖାନ ନିଜ ପ୍ରଶଂସକଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ଏବଂ ବ୍ୟକ୍ତିଗତ କାରଣ ପାଇଁ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri