ମନୁଷ୍ୟକୃତ ବନ୍ୟାର ସମାଧାନ ନ ହେଲେ ବିକ୍ଷୋଭ କରିବ ଭାଜପା

ଭୁବନେଶ୍ବର, ୧୭ା୭(ସୁନିତ୍‌ ମିଶ୍ର): ଗୋଟିଏ ପଟେ ରାଜ୍ୟର ଚାଷୀକୁଳ ବର୍ଷାକୁ ଅନାଇ ବସିଥିବାବେଳେ ଅନ୍ୟପଟେ ସାମାନ୍ୟ ବର୍ଷା ପାଣିରେ ରାଜ୍ୟବାସୀଙ୍କ ଜୀବନ ଦୁର୍ବିସହ ହୋଇପଡୁଛି। ମାତ୍ର କେଇ ଘଣ୍ଟା ବର୍ଷାରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ମନୁଷ୍ୟକୃତ ବନ୍ୟା ବିପଦ ମାଡି ଆସିଛି ା ରାଜ୍ୟ ସରକାରଙ୍କ ଅପାରଗତା ଯୋଗୁ ଭୁବନେଶ୍ୱର, କଟକ ସମେତ ଅନ୍ୟାନ୍ୟ ସହରାଞ୍ଚଳ ବାସିନ୍ଦା ବର୍ତ୍ତମାନ ପାଣି ଘେରରେ ଅଛନ୍ତି ା ନଦୀ ଶୁଖିଲା ପଡ଼ିଛି, କିନ୍ତୁ ମନୁଷ୍ୟକୃତ ବନ୍ୟାରେ ସମଗ୍ର ଓଡ଼ିଶା ବର୍ତ୍ତମାନ ଜଳମଗ୍ନ ହୋଇପଡ଼ିଛି। ବର୍ଷା ଦିନ ପୂର୍ବରୁ ପ୍ରଶାସନ ନଦୀବନ୍ଧର ସୁରକ୍ଷା ତଥା ସହରାଞ୍ଚଳର ପାଣି ନିଷ୍କାସନ ପାଇଁ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରି ନ ଥିବା ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି ଆଉ ଏଥିପାଇଁ ରାଜ୍ୟ ସରକାର ଦାୟୀ ବୋଲି ଭାଜପା ମୁଖପାତ୍ର ମନୋଜ ମହାପାତ୍ର ଅଭିଯୋଗ କରିଛନ୍ତି। ଦଳୀୟ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ମନୋଜ କହିଛନ୍ତି, ରାଜ୍ୟ ସରକାର ମନୁଷ୍ୟକୃତ ବନ୍ୟା ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଯଥାଶୀଘ୍ର ପଦକ୍ଷେପ ଗ୍ରହଣ ନ କଲେ ଆଗାମୀ ଦିନରେ ଭାଜପା ବିଏମ୍‌ସି, ସିଏମ୍‌ସି ସମେତ ରାଜ୍ୟର ସମସ୍ତ ମ୍ୟୁନିସିପାଲିଟି ଅଫିସ ଆଗରେ ବିକ୍ଷୋଭ କରିବ। ଭୁବନେଶ୍ୱର ଓ କଟକ ମହାନଗରରେ ଏଭଳି ଜଳବନ୍ଦୀ ସମସ୍ୟା ଆସିବା ପୂର୍ବରୁ ମେୟର ଏବଂ ଅନ୍ୟମାନେ ସମସ୍ତ ବିଭାଗ ସହିତ ସମନ୍ବୟ ରଖି ଅଧିକାରୀଙ୍କ ସହ ଆଲୋଚନା କରି ନ ଥିଲେ। ସେମାନେ ନିଜର ସଂକୀର୍ଣ୍ଣ ସ୍ବାର୍ଥ ସାଧନ ପାଇଁ ସିଙ୍ଗାପୁରରେ ସମୟ କଟାଉଥିଲେ। ରାଜ୍ୟ ସରକାରଙ୍କ ଅବହେଳା କାରଣରୁ ଅସରାଏ ବର୍ଷାରେ ଭୁବନେଶ୍ୱର, କଟକ, ଭଦ୍ରକ ସମେତ ଅନ୍ୟାନ୍ୟ ସହରାଞ୍ଚଳରେ ରାସ୍ତା ଉପରେ ପାଣି ଲହଡି ମାରିବା ସହ ମୁକୁଳା ଡ୍ରେନରେ ପଡି ଲୋକଙ୍କ ଜୀବନ ଯାଉଛି। କଟକରେ ରବିବାର ଜଣେ ୨୧ ବର୍ଷୀୟ ଯୁବକ ଖୋଲା ଡ୍ରେନରେ ପଡ଼ିଯାଇ ମୃତ୍ୟୁ ହେବା ଅତ୍ୟନ୍ତ ଦୁଃଖଦ ଘଟଣା ବୋଲି ସେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?