ଓଡ଼ିଆ ଅସ୍ମିତା ପାଇଁ ଭାଜପା ୫୦ ବର୍ଷ ଶାସନ କରିବ: ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀ ଉଦ୍‌ଯାପିତ ଅବସରରେ ଏମିତି କହିଲେ ବିଧାୟକ

ଭଞ୍ଜନଗର,୧୩।୩(ବାବୁଲା ପ୍ରଧାନ): କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମମାଟି ଭଞ୍ଜନଗର ନିକଟସ୍ଥ କୁଲାଡରେ ଦୁଇ ଦିନ ଧରି ଚାଲିଥିବା କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ଉଦଯାପନୀ ଉତ୍ସବରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ବିଧାୟକ ନାୟକ କହିଛନ୍ତି, ଘୁମୁସର ଇତିହାସର ପ୍ରଚାର ପ୍ରସାର ପାଇଁ ପଦକ୍ଷେପ ନିଆଯାଇଛି । ସମଗ୍ର ଦେଶରେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ କାବ୍ୟ କବିତାର ପ୍ରଚାର ପ୍ରସାର କରାଯିବ। କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଏବଂ ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ବୀର ଚକାରା ବିଶୋଇଙ୍କ ଇତିହାସର ପ୍ରଚାର କରାଯିବ। ଚକରା ବିଷୋୟୀ ବ୍ରିଟିଶମାନକୁ ଘୁମୁସର ମାଟିରେ ପୂରେଇ ନଦେବା ପାଇଁ ଜୋରଦାର ଲଢ଼େଇ କରିଥିଲେ। ଯେଉଁଥିପାଇଁ ବ୍ରିଟିଶ ଶାସକ ଭୟଭୀତ ହୋଇପଡ଼ିଥିଲେ। ଚକରା ଘାଟିରେ ରହି ବ୍ରିଟିଶ ଶାସକ ବିରୋଧରେ ଚକରା ଲଢ଼େଇ କରୁଥିଲେ। ଏହିଭଳି ଘାଟିକୁ ଆଜି ବଶ୍ୱ ଦରବାରରେ ପରିଚିତ କରାଯିବ।

ଏଥିପାଇଁ ରାଜ୍ୟ ସରକାର ୧୨ କୋଟି ଟଙ୍କା ଅନୁଦାନ ଦେଇଛନ୍ତି । ଏଥିସହ ଅନ୍ୟ ଏକ ଘାଟି ଘାଟିଶୁଲାର ମଧ୍ୟ ବିକାଶ କରାଯିବ। ଏଥିପାଇଁ ୫ କୋଟି ଟଙ୍କା ବ୍ୟବସ୍ଥା ହୋଇଛି। ଭଞ୍ଜନଗରରେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଉପରେ ଏକ ମ୍ୟୁଜିୟମ ହେବ । ଏଥିପାଇଁ ୫ କୋଟି ଟଙ୍କା ବ୍ୟୟ ହେବ। ରାଜ୍ୟର ସମସ୍ତ ଲେଖକଙ୍କ ପୁସ୍ତକ ସ୍ଥାନିତ କରାଯିବ ବୋଲି ବିଧାୟକ ନାୟକ କହିଛନ୍ତି।

ବିଧାୟକ ଆହୁରି କହିଛନ୍ତି, ଓଡିଆ ଅସ୍ମିତାକୁ ନେଇ ଭାଜପା କ୍ଷମତା ହରାଇବ ବୋଲି କିଛି ବ୍ୟକ୍ତି କହୁଛନ୍ତି। କିନ୍ତୁ ଓଡ଼ିଆ ଅସ୍ମିତାକୁ ନେଇ ହିଁ ଭାଜପା
ଓଡ଼ିଶାରେ ୫୦ ବର୍ଷ ଶାସନ କରିବ ବୋଲି ବିଧାୟକ ନାୟକ ସଭାରେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ପୂର୍ବତନ କୂଳପତି ଡ. ପ୍ରଫୁଲ୍ଲ କୁମାର ମିଶ୍ର ସଭାରେ ଅଧ୍ୟକ୍ଷତା କରିଥିଲେ। ସମ୍ମାନୀତ ଅତିଥି ଭାବେ କେନ୍ଦ୍ର ସାହିତ୍ୟ ଏକାଡେମୀ ଦ୍ୱାରା ପୁରସ୍କାରପ୍ରାପ୍ତ ଶିଶୁ ସାହିତି୍ୟକ ଡ. ଦାସ ବେନୁହୁର , ଭଞ୍ଜ ଗବେଷକ ତଥା ସୂଚନା ଓ ଲୋକସମ୍ପର୍କ ବିଭାଗର ପୂର୍ବତନ ନିର୍ଦ୍ଦେଶକ
କୃପାସିନ୍ଧୁ ମିଶ୍ର ,ନିରଞ୍ଜନ ପଣ୍ଡା ଯୋଗଦେଇ ନିଜର ବକ୍ତବ୍ୟ ରଖିଥିଲେ। ଡ ଶାନ୍ତନୁ କୁମାର ରଥ ଅତିଥି ପରିଚୟ ପ୍ରଦାନ କରିଥିଲେ।

କୁଲାଡ ଭଞ୍ଜ ମଣ୍ଡପରେ ଆଜକୁ ୩୫ ବର୍ଷ ହେବ ଭଞ୍ଜ ଜୟନ୍ତୀ ପାଳିତ ହେଉଛି । ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା କୃତୀ ଛାତ୍ରୀ ଛାତ୍ର ଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ। ଏଥିସହ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଥିବା ଅଞ୍ଚଳର ବିଭିନ୍ନ ବ୍ୟକ୍ତିଙ୍କୁ ପୁରସ୍କୃତ କରାଯାଇଥିଲା। ଶେଷରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା କଳାକାରମାନେ ପାଲା, ଓଡ଼ିଶୀ ନୃତ୍ୟ, ଦାସ କାଠିଆ ନୃତ୍ୟ ପରିବେଷଣ ହୋଇଥିଲା। ବାର୍ଡ ସମ୍ପାଦକ ପ୍ରକାଶ ସାହୁ ଧନ୍ୟବାଦ ପ୍ରଦାନ କରିଥିଲେ। ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ, ସଂସ୍କାର ଭାରତୀ ଓଡିଶା, ପୁର୍ବ ପ୍ରାନ୍ତ ପୂର୍ବାଞ୍ଚଳ ସାଂସ୍କୃତିକ କେନ୍ଦ୍ର କୋଲକତା ପକ୍ଷରୁ ମିଳିତ ଭାବେ ଏହି କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri