Posted inଜାତୀୟ

‘୨୦୨୫ ସୁଦ୍ଧା ଭାଜପା ସଂରକ୍ଷଣ ଉଚ୍ଛେଦ କରିବ’: ରେବନ୍ଥ ରେଡ୍ଡୀଙ୍କ ବଡ଼ ଦାବି

ହାଇଦ୍ରାବାଦ,୨୫।୪: ମୁସଲମାନମାନଙ୍କ ପାଇଁ କୋଟାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଚାଲିଥିବା ରାଜନୈତିକ ଵାକଯୁଦ୍ଧ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଅଭିଯୋଗ କରିଛନ୍ତି ଯେ ଭାଜପା ନିକଟ ଭବିଷ୍ୟତରେ ଦଳିତ ସମ୍ପ୍ରଦାୟର ସଂରକ୍ଷଣକୁ ସମ୍ପୂର୍ଣ୍ଣ ରୂପେ ହଟାଇବାକୁ ଯୋଜନା କରୁଛି।

ରେବନ୍ଥ ରେଡ୍ଡୀ ଦାବି କରିଛନ୍ତି ଯେ ଭାଜପା କ୍ଷମତାକୁ ଆସିଲେ ୨୦୨୫ ସୁଦ୍ଧା ସଂରକ୍ଷଣକୁ ଉଚ୍ଛେଦ କରିବ। କାରଣ ଏହି ସମୟରେ ଭାଜପାର ଆଦର୍ଶ ପରାମର୍ଶଦାତା ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଗଠନ (ଆରଏସଏସ) ର ଶତବାର୍ଷିକୀ ପୁର୍ଣ କରିବ।

ରେବନ୍ଥ ଗୁରୁବାର ଏକ ସାଧାରଣ ସଭାରେ କହିଛନ୍ତି, “୨୦୨୫ ସୁଦ୍ଧା, ଆରଏସଏସ ୧୦୦ ବର୍ଷ ପୂରଣ କରିବ। ସେମାନେ ୨୦୨୫ ସୁଦ୍ଧା ଏସସି, ଏସଟି, ଓବିସି ସଂରକ୍ଷଣକୁ ଉଚ୍ଛଦ କରିବାକୁ ଚେଷ୍ଟା କରୁଛନ୍ତି। ଅନେକ ଥର ଆରଏସଏସ ଏବଂ ଭାଜପା ନେତା ସଂରକ୍ଷଣ ବିଷୟରେ ମନ୍ତବ୍ୟ ଦେଇଛନ୍ତି।”

ସେ କହିଛନ୍ତି ଯେ ପଛୁଆ ବର୍ଗ ପାଇଁ ସଂରକ୍ଷଣ ପ୍ରସ୍ତାବ ଦେଇଥିବା ମଣ୍ଡଳ କମିଶନ ରିପୋର୍ଟର କାର୍ଯ୍ୟକାରିତାକୁ ଭାଜପା ପୂର୍ବରୁ ଅଟକାଇ ଦେଇଛି। ରେଡ୍ଡୀ ଆହୁରି ମଧ୍ୟ ଅଭିଯୋଗ କରିଛନ୍ତି ଯେ ଭାଜପାର ‘ଅବକି ବାର ୪୦୦ ପ୍ୟାର’ ଲକ୍ଷ୍ୟ ହେଉଛି ଲୋକସଭା ନିର୍ବାଚନରେ ୪୦୦ ଟି ଆସନ ଜିତିବା, ଯାହା ସଂସଦରେ ଏସସି, ଏସଟି ଏବଂ ବିସି ସମ୍ପ୍ରଦାୟ ପାଇଁ କୋଟା ଉଛେଦ କରିବାକୁ ହେବ।

ସେ କହିଛନ୍ତି, “ସଂରକ୍ଷଣକୁ ହଟାଇବାକୁ ଚେଷ୍ଟା କରୁଥିବା ଭାଜପା ଖୁବ୍ କମ୍ ଲୋକ ସମର୍ଥନ କରୁଛନ୍ତି। ତେଣୁ ଏହି ଲୋକସଭା ନିର୍ବାଚନ ଏସସି, ଏସଟି, ବିସି ସଂରକ୍ଷଣ ଉପରେ ଏକ ଉପନିର୍ବାଚନ।”

ରେବନ୍ଥଙ୍କ ଏହି ବୟାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମଧ୍ୟପ୍ରଦେଶରେ ଏକ ରାଲିରେ ଦେଇଥିବା ମନ୍ତବ୍ୟ ପରେ ସେ ସଂରକ୍ଷଣ ଉପରେ କଂଗ୍ରେସ ଦଳର ଆଭିମୁଖ୍ୟକୁ ପ୍ରକାଶ କରିଛନ୍ତି। ଏହାର ଜବାବରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ରେବନ୍ଥ ରେଡ୍ଡୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ତେଲେଙ୍ଗାନାର କଂଗ୍ରେସ ମୁଖ୍ୟମନ୍ତ୍ରୀ ମୁସଲମାନମାନଙ୍କ ପାଇଁ ସଂରକ୍ଷଣ ନିଶ୍ଚିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ: NCERTକୁ ଖୁବଶୀଘ୍ର ମିଳିପାରେ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

ନୂଆଦିଲ୍ଲୀ,୩।୪: ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri