‘୨୦୧୯ର ପ୍ରତିଶୋଧ ନେବ ଭାଜପା’

କଟକ,୨୬ା୨(ଶିଳ୍ପା ପ୍ରିୟଦର୍ଶିନୀ):ରାଜ୍ୟ ସରକାରଙ୍କ ଆକ୍ରୋଶମୂଳକ ମନୋଭାବକୁ ଭାଜପା ପକ୍ଷରୁ ବିରୋଧ କରାଯାଉଛି। ବହୁସଂଖ୍ୟକ ଯୁବତୀଯୁବକ ମଧ୍ୟ ଏହାକୁ ବିରୋଧ କରୁଛନ୍ତି। ଆଗାମୀ ନିର୍ବାଚନରେ ବିଜେଡିକୁ ହରାଇ ରାଜ୍ୟ ଏବଂ କେନ୍ଦ୍ରରେ ଭାଜପା ଡବଲ ଇଞ୍ଜିନ ସରକାର ଗଢିବ। ଭାଜପା ଓଡ଼ିଶାରେ ନିଶ୍ଚିତ ଶାସନ କରିବ। ୨୦୧୯ ନିର୍ବାଚନର ପ୍ରତିଶୋଧ ୨୦୨୪ ନିର୍ବାଚନରେ ଭାଜପା ନେବ ଏବଂ ବହୁସଂଖ୍ୟାରେ ଦଳୀୟ ପ୍ରାର୍ଥୀ ଜିତିବେ। ଦୀର୍ଘ ୨୫ବର୍ଷ ଧରି ରାଜ୍ୟ ସରକାର ଯୁବକମାନଙ୍କୁ ଅଣଦେଖା କରିଆସୁଛନ୍ତି। ସରକାର ମାଗଣାରେ ଚାଉଳଠାରୁ ଆରମ୍ଭ କରି ବିଭିନ୍ନ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ଅର୍ଥକୁ ନିଜ ନାମରେ ବାଣ୍ଟୁଛନ୍ତି। ରାଜ୍ୟରେ ଶିକ୍ଷା, ନିଯୁକ୍ତି, ସ୍ବାସ୍ଥ୍ୟ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଯୁବକମାନେ ଚିକିରି ନ ପାଇ ପଥଭ୍ରଷ୍ଟ ହୋଇପଡିଛନ୍ତି ବୋଲି ପୂର୍ବତନ ମନ୍ତ୍ରୀ ତଥା ଭାଜପା ବରିଷ୍ଠ ନେତା ସମୀର ଦେ କହିଛନ୍ତି। ଭାଜପା ଯୁବମୋର୍ଚ୍ଚା କଟକ ନଗର ପକ୍ଷରୁ ରବିବାର ତଳ ବାଲିଯାତ୍ରା ପଡ଼ିଆଠାରେ ଯୁବ ଆକ୍ରୋଶ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏହାକୁ ସମୀର ଉଦ୍‌ଘାଟନ କରି ଉପରୋକ୍ତ ବିଷୟରେ କହିଥିଲେ। ଭାଜପା କଟକ ନଗର ଯୁବମୋର୍ଚ୍ଚା ପୂର୍ବତନ ସଭାପତି ଜ୍ୟୋତିରଞ୍ଜନ ପଲାଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମାବେଶରେ ଅନ୍ୟ ଅତିଥି ଭାବେ ଭାଜପା କଟକ ନଗର ସଭାପତି ଲଲାଟେନ୍ଦୁ ବଡୁ, ରାଜ୍ୟ ସଂଖ୍ୟାଲଘୁ ସେଲ୍‌ର ଉପସଭାପତି ସିକନ୍ଦର ଅଲ୍ଲୀ ବକ୍ସ, ଆଇନଜୀବୀ ସୌରୀ ମହାପାତ୍ର, କଟକ ମହାନଗର ଶାନ୍ତି କମିଟି ସମ୍ପାଦକ ଭିକାରି ଦାସ, କର୍ପୋରେଟର ଲକ୍ଷ୍ମୀଧର ବେହେରା ଯୋଗଦେଇ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଥିଲେ। ଏବେ କେନ୍ଦ୍ର ସରକାରଙ୍କର ବିକଶିତ ଭାରତ ଏକ ସଫଳ ଯୋଜନା ରହିଛି। ଏହି ଯୋଜନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଲୋକପ୍ରିୟତା କେବଳ ଭାରତରେ ନୁହେଁ ବିଦେଶରେ ବଢ଼ି ଚାଲିଛି ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। ପ୍ରାରମ୍ଭରେ ଭାଜପା ବରିଷ୍ଠ ନେତ୍ରୀ ଗୀତା ଦାସ ସ୍ବାଗତ ଭାଷଣ ଦେବା ସହ ସମାବେଶର ଉଦ୍ଦେଶ୍ୟ ସମ୍ପର୍କରେ ସୂଚନା ଦେଇଥିଲେ। ଯୁବମୋର୍ଚ୍ଚା ପକ୍ଷରୁ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ସମାବେଶରେ ଶତାଧିକ ଯୁବତୀଯୁବକ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri