ବିଜେଡି ବିରୋଧରେ ରାସ୍ତାକୁ ଓହ୍ଲାଇବ ଭାଜପା

ଭୁବନେଶ୍ବର, ୧୩ା୨(ବ୍ୟୁରୋ): ୨୦୨୪ ସାଧାରଣ ନିର୍ବାଚନକୁ ଆଉ ମାତ୍ର ଗୋଟିଏ ବର୍ଷ ସମୟ ଥିବାବେଳେ ଏହା ପୂର୍ବରୁ ରାଜ୍ୟ ରାଜନୀତି ଚଳଚଞ୍ଚଳ ହେବା ଆରମ୍ଭ ହେଲାଣି। ବିଭିନ୍ନ ପ୍ରସଙ୍ଗରେ ପରସ୍ପର ବିରୋଧରେ ଆନ୍ଦୋଳନ କରିବା ଲାଗି ଉଭୟ ବିଜେଡି ଏବଂ ଭାଜପା ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। କେନ୍ଦ୍ର ଅବହେଳା ପ୍ରସଙ୍ଗ ଉଠାଇ ବିଜେଡି ରାସ୍ତାକୁ ଓହ୍ଲାଇବା ଲାଗି ଶାସକ ଦଳ ନିଜର ପ୍ରସ୍ତୁତି କରୁଥିବା ବେଳେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଭାଜପା ଆନ୍ଦୋଳନ କରିବ। ଆସନ୍ତା ୧୪, ୧୫ ଏବଂ ୧୬ ଏହି ୩ ଦିନ ଧରି ଭାଜପା, ବିଜେଡି ପରସ୍ପର ବିରୋଧରେ ଆନ୍ଦୋଳନ କରିବାକୁ ସଜବାଜ ଆରମ୍ଭ କରିଦେଇଛନ୍ତି। ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆସନ୍ତା ୧୪ରେ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ହରତାଳ, ୧୫ରେ ସବୁ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଏବଂ ୧୬ରେ ରାଜଭବନ ଆଗରେ ବିକ୍ଷୋଭ ଓ ହରତାଳ କରିବାକୁ ଭାଜପା ପକ୍ଷରୁ ଯୋଜନା କରାଯାଇଛି। ତେବେ ଭାଜପାର ଏହି ଆନ୍ଦୋଳନକୁ କାଉଣ୍ଟର କରିବା ଲାଗି ବିଜେଡି ପକ୍ଷରୁ ଆସନ୍ତା ୧୫ରେ ସବୁ ପଞ୍ଚାୟତ ଅଫିସ୍‌ ଆଗରେ ଆନ୍ଦୋଳନ ଏବଂ ୧୬ରେ ସବୁ ବ୍ଲକ ଅଫିସ୍‌ ଘେରାଉ କାର୍ଯ୍ୟକ୍ରମ ସ୍ଥିର କରାଯାଇଛି।
ତେବେ ଭାଜପା ନବ ଦାସ ହତ୍ୟାକାଣ୍ଡ, ବାଲି ମାଫିଆଙ୍କ ଦୌରାତ୍ମ୍ୟ, ତିର୍ତ୍ତୋଲ ବିଜେଡି ବିଧାୟକଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ପ୍ରସଙ୍ଗକୁ ନେଇ ସବୁ ଜିଲାରେ ହରତାଳ କରିବ। ଅପରପକ୍ଷରେ କେନ୍ଦ୍ର ସରକାର ହିତାଧିକାରୀଙ୍କ ୫ କେଜି ଲେଖା ଚାଉଳ କାଟି ଦେଉଥିବା ଅଭିଯୋଗ ଆଣି ବିଜେଡି ପକ୍ଷରୁ ସବୁ ବିଧାୟକ ଏବଂ ଜିଲା ସଭାପତିମାନଙ୍କୁ ପ୍ରତିବାଦ କରିବା ଲାଗି କୁହାଯାଇଛି। ତେବେ ଆସନ୍ତା ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଦୁଇ ରାଜନୈତିକ ଦଳ ବିଭିନ୍ନ ପ୍ରସଙ୍ଗରେ ଆନ୍ଦୋଳନ କରିବାକୁ ଅଣ୍ଟା ଭିଡିଥିବା ବେଳେ ଆସନ୍ତା ୧୯ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦମ୍‌ପୁର ଯିବାର କାର୍ଯ୍ୟକ୍ରମ ରହିଛି। ପଦମ୍‌ପୁର ଉପନିର୍ବାଚନ ସମୟରେ ଶାସକ ଦଳ ଦେଇ ଆସିଥିବା ପ୍ରତିଶ୍ରୁତି ପୂରଣ ଲାଗି ଦଳ ଯୋଜନା ରଖିଛି। ଅନ୍ୟପଟେ ମାର୍ଚ୍ଚ ପ୍ରଥମ ସପ୍ତାହରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଓଡ଼ିଶା ଗସ୍ତରେ ଆସି ଢେଙ୍କାନାଳ ଏବଂ ଭଦ୍ରକ ଯିିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri