Posted inଜାତୀୟ

‘ୟୁପିରେ ଭାଜପା ୩୦୦ରୁ ଅଧିକ ଆସନରେ ଜିତିବ’

ନୂଆଦିଲ୍ଲୀ,୨୬।୧୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ଦେଇ ରାଜନୀତି ଜୋର ଧରିଛି। ବିଭିନ୍ନ ଦଳ ପକ୍ଷରୁ ରାଜ୍ୟରେ ପ୍ରଚାର ଜୋରସୋରରେ ଚାଲିଛି। ରବିବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କାର୍ଯ୍ୟସୂଚୀରୁ ପ୍ରାୟ ଏକ ଘଣ୍ଟା ବିଳମ୍ବରେ କସଗଞ୍ଜରେ ପହଞ୍ଚିଥିଲେ। ତାଙ୍କ ହେଲିକପ୍ଟରଟି ପୋଲିସ ଲାଇନରେ ନିର୍ମିତ ହେଲିପ୍ୟାଡରେ ଅବତରଣ କରିଥିଲା। ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏଠାରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସ୍ବାଗତ କରିଛନ୍ତି। ଏହା ପରେ ସେ କାର୍ଯ୍ୟକ୍ରମ ସ୍ଥଳରେ ପହଞ୍ଚିଥିଲେ। ଅମିତ ଶାହା ଭାରତ ମାତା କି ଜୟ ସ୍ଲୋଗାନରୁ ନିଜ ଭାଷଣ ଆରମ୍ଭ କରି କହିଥିଲେ, ବ୍ରଜ ଅଞ୍ଚଳ ଭାଜପାର ଗଡ଼ ଥିଲା, ରହିଛି ଏବଂ ରହିବ। ଏଥର ରାଜ୍ୟରେ ଭାଜପା ୩୦୦ରୁ ଅଧିକ ଆସନ ଅକ୍ତିଆର ମରିବ ବୋଲି ଶାହା ଭବିଷ୍ୟବାଣୀ କରିଛନ୍ତି।
ଅମିତ ଶାହା ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କୁ ମନେ ପକାଇ କହିଥିଲେ ଯେ, ବାବୁଜୀ ପ୍ରଥମ ଥର ପାଇଁ ଉତ୍ତରପ୍ରଦେଶରେ ସୁଶାସନ ବିଷୟରେ କହିଥିଲେ। ଉତ୍ତରପ୍ରଦେଶରେ ପ୍ରଥମ ଥର ପାଇଁ ପଛୁଆବର୍ଗଙ୍କ ବିଷୟରେ ଆଲୋଚନା କରାଯାଇଥିଲା, ପ୍ରଥମ ଥର ପାଇଁ ପଛୁଆ ସମାଜକୁ ଅଧିକାର ଦେବା କାର୍ଯ୍ୟ ମହାନ କଲ୍ୟାଣ ସିଂଙ୍କ ଦ୍ୱାରା କରାଯାଇଥିଲା ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ...

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri