Posted inଜାତୀୟ

ଅରୁଣାଚଳ ପ୍ରଦେଶରେ ପୁଣି ଭାଜପା ସରକାର, ଦିନରେ ମନାଇଲେ ଦୀପାବଳି

ଇଟାନଗର, ୨।୬: ଅରୁଣାଚଳ ପ୍ରଦେଶରେ ପୁଣି ଭାଜପା ସରକାର। ଅରୁଣାଚଳ ପ୍ରଦେଶ ଓ ସିକିମରେ ରବିବାର ମତ ଗଣନା ଜାରି ରହିଛି। ଯେଉଁଥିରେ ଅରୁଣାଚଳରେ ଭାଜପା ୩୬ଟି ଆସନ ଜିତି ସାରିଛି। ରାଜ୍ୟରେ ବିଧାନସଭାରେ ମ୍ୟାଜିକ ନମ୍ବର ୩୧ ହୋଇଥିବାବେଳେ ଭାଜପା ଏହାକୁ ଟପି ୩୭ ଆସନ ଜିତି ସାରିଛି। ସେହିପରି ଦଳ ଆହୁରି ୮ଟି ଆସନରେ ଆଗୁଆ ରହିଛି। ଅର୍ଥାତ୍‌ ଭାଜପା ନେତୃତ୍ୱାଧିନ ପେମା ଖାଣ୍ଡୁ ସରକାର ଗଢିବାକୁ ଯାଉଛନ୍ତି। ଯାହାକୁ ନେଇ ରାଜ୍ୟର ଭାଜପା ଶିବିର ଉତ୍ସବ ମୁଖର ହୋଇ ଉଠିଛି। ଘୋଷଣା ପୂର୍ବରୁ ଭାଜପା କର୍ମୀ ଓ ନେତାମାନେ ବାଜା ବଜାଇ ବାଣ ଫୁଟାଇ ସେଲିବ୍ରେଶନ କରୁଛନ୍ତି।

ସୂଚନାଥାଉ କି, ସକାଳୁ ସକାଳୁ ଅରୁଣାଚଳରେ ମତ ଗଣନା ଜାରି ରହିଥିବାବେଳେ ଭାଜପା ଆଗରେ ଥିଲା। ଏହିକ୍ରମରେ ସେଠାରେ ପୂର୍ବରୁ ଭାଜପାର ୧୦ଜଣ ପ୍ରାର୍ଥୀ ର୍ନିଦ୍ୱନ୍ଦରେ ନିର୍ବାଚିତ ହୋଇ ସାରିଛନ୍ତି। ତେବେ ଏଠାରେ ମୁଖ୍ୟ ବିରୋଧୀ ଦଳ ଏନପିପିକୁ ୩ଟି ଆସନ ମିଳିଥିବାବେଳେ ଆଉ ୩ଟି ଆସନରେ ଆଗୁଆ ଅଛି। କିନ୍ତୁ କଂଗ୍ରେସ କେବଳ ଗୋଟିଏ ଆସନ ହାତେଇ ପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri