Posted inଜାତୀୟ

ଚଣ୍ଡିଗଡ଼ ମେୟର ନିର୍ବାଚନରେ ଭାଜପା ବିଜୟୀ

ଚଣ୍ଡିଗଡ଼,୩୧।୧: ଚଣ୍ଡିଗଡ଼ ମେୟର ନିର୍ବାଚନରେ ଭାଜପା ପ୍ରାର୍ଥୀ ମନୋଜ ସୋଙ୍କର ବିଜୟୀ ହୋଇଛନ୍ତି। ଇଣ୍ଡିଆ ମେଣ୍ଟରୁ ପ୍ରାର୍ଥୀ ହୋଇଥିବା ଏଏପିର କୁଲଦୀପ କୁମାରଙ୍କୁ ସେ ପରାଜିତ କରିଛନ୍ତି। ମନୋଜଙ୍କୁ ୧୬ ଭୋଟ ମିଳିଥିବାବେଳେ କୁଲଦୀପ୍‌ ୧୨ ଭୋଟ ପାଇଛନ୍ତି ଏବଂ ୮ଟି ଭୋଟ ନାକଚ ହୋଇଯାଇଛି। ମଙ୍ଗଳବାର ମଧ୍ୟାହ୍ନରେ ଫଳାଫଳ ଘୋଷଣା ହେବା ପରେ ଏଏପି ଏବଂ କଂଗ୍ରେସ କାଉନସିଲରମାନେ ଏହାର ଜୋର୍‌ଦାର ବିରୋଧ କରିଥିଲେ। ଭୋଟରେ ଜାଲିଆତି ଓ ଠକେଇ ହୋଇଥିବା ସେମାନେ ଅଭିଯୋଗ କରି ହଟ୍ଟଗୋଳ କରିବାରୁ ଉତ୍ତେଜନାପୂର୍ଣ୍ଣ ସ୍ଥିତି ଉପୁଜିଥିଲା। ୩୫ ସଦସ୍ୟ ବିଶିଷ୍ଟ ଚଣ୍ଡିଗଡ଼ ମ୍ୟୁନିସିପାଲ କର୍ପୋରେଶନରେ ଭାଜପାର ୧୪ କାଉନସିଲର ଥିବାବେଳେ ଏଏପିର ୧୩ ଏବଂ କଂଗ୍ରେସର ୭ ସଦସ୍ୟ ରହିଛନ୍ତି। ଶିରୋମଣି ଅକାଳୀ ଦଳର ଜଣେ କାଉନସିଲର ଅଛନ୍ତି। କଂଗ୍ରେସ ଏବଂ ଏଏପି ମିଳିତ ପ୍ରାର୍ଥୀ ଦେଇଥିବାବେଳେ ଭାଜପା ପ୍ରାର୍ଥୀ ବିଜୟୀ ହେବାକୁ ଦିବାଲୋକରେ ସାଂଘାତିକ ଠକେଇ ବୋଲି କହି ଏଏପି ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ଉଦ୍‌ବେଗ ପ୍ରକାଶ କରିଛନ୍ତି। ମେୟର ନିର୍ବାଚନରେ ଯଦି ସେମାନେ ଏଭଳି ସ୍ତରକୁ ଖସିପାରୁଛନ୍ତି, ତେବେ ସାଧାରଣ ନିର୍ବାଚନରେ କେଉଁ ସ୍ତରକୁ ଯିବେ ବୋଲି ସେ ପ୍ରଶ୍ନ କରିଛନ୍ତି। ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ଅଫିସରଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ କରାଯାଉ ବୋଲି ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ଦାବି କରିଛନ୍ତି। ଦେଶର ଗଣତନ୍ତ୍ରରେ ଆଜିର ଦିନ ଏକ କଳା ଦିବସ ଭାବେ ମନେ ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri