ଏହି ରାଜ୍ୟରେ ଭାଜପାର ହ୍ୟାଟ୍ରିକ୍‌ ବିଜୟ, ସମସ୍ତ ଆସନରେ ବିଜୟୀ

ନୂଆଦିଲ୍ଲୀ,୫ା୬: ଉତ୍ତରାଖଣ୍ଡର ସମସ୍ତ ୫ଟି ଆସନରେ ବିଜୟ ହାସଲ କରିଛି ଭାଜପା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ଯୋଡ଼ି ଉତ୍ତରାଖଣ୍ଡରେ ଏକ ପ୍ରକାର ଯାଦୁ କରିଛି। ୨୦୨୪ ଲୋକସଭା ନିର୍ବାଚନ ଜିତି ହ୍ୟାଟ୍ରିକ୍‌ ହାସଲ କରିଛି। ୨୦୧୪ ଏବଂ ୨୦୧୯ରେ ଦଳ ଏହି ରାଜ୍ୟର ସମସ୍ତ ୫ଟି ଆସନ ଜିତିଥିଲା। ପଡ଼ୋଶୀ ରାଜ୍ୟ ଉତ୍ତରାଖଣ୍ଡରେ ଦଳକୁ ଝଟ୍‌କା ଲାଗିଥିଲେ ବି ଉତ୍ତରାଖଣ୍ଡରେ ଦଳ ତୃତୟ ଥର ପାଇଁ ଭଲ ପ୍ରଦର୍ଶନ କରିଛି। ମୁଖ୍ୟମନ୍ତ୍ରୀ ଧାମିଙ୍କ ନେତୃତ଼୍ବରେ ଭାଜପା ୫ ସିଟ୍‌କୁ ବହୁମତ ସହିତ ନିଜ କବଜାରେ ରଖିବାକୁ ସକ୍ଷମ ହୋଇଛି। ଧାମି ଲୋକସଭା ନିର୍ବାଚନ ପାଇଁ ରାଜ୍ୟରେ ୧୦୯ଟି ସଭାରେ ପ୍ରଚାର କରିଥିଲେ। ଏଥିସହିତ ସାରା ଦେଶର ୯୫ଟି ସ୍ଥାନରେ ପ୍ରଚାର କରିଛନ୍ତି।

ସୂଚନା ଥାଉକି, ଉତ୍ତର ପ୍ରଦେଶରେ ଭାଜପା ନେତୃତ଼୍ବାଧୀନ ଏନ୍‌ଡିଏ ୩୬ ସିଟ୍‌ ଏବଂ ସପା-କଂଗ୍ରେସ ମେଣ୍ଟ ୪୩ ସିଟ୍‌ ଜିତିଛି । ଅନ୍ୟପଟେ ବସପାକୁ ଏକା ନିର୍ବାଚନ ଲଢ଼ିବା ମହଙ୍ଗା ପଡ଼ିଛି। ଫଳରେ ୟୁପିରେ ଖତା ଖୋଲିପାରିନି ବସପା।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri