ଭାଜପା କର୍ମୀଙ୍କୁ ସଂଘବଦ୍ଧ ଆକ୍ରମଣ: ୧୦ରୁ ଊର୍ଦ୍ଧ୍ୱ ଆହତ, ପୋଲିସ ପହଞ୍ଚିବାରୁ…

ହାଟଡିହୀ,୧୧ା୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ଏବେ ରାଜନୈତିକ ଅଶାନ୍ତ ଆରମ୍ଭ ହେଲାଣି। ଫଳରେ ଛକାପଞ୍ଝା ବଢ଼ିବାରେ ଲାଗିଛି l ଖବରରୁ ଜଣାଯାଇଛି, ରବିବାର ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀଙ୍କ ନିଜ ଇଞ୍ଚୋଳ ପଞ୍ଚାୟତ ଅଧୀନ ଭୂତପଦା ଗ୍ରାମରେ ଭାଜପା କର୍ମୀମାନେ ଏକ ରାସ୍ତା କାର୍ଯ୍ୟ କରୁଥିଲେ। ଏହାକୁ ବିଜେଡି କର୍ମୀମାନେ ବିରୋଧ କରିଥିଲେ। ଉଭୟ ଦଳର କର୍ମୀଙ୍କ ମଧ୍ୟରେ ଯୁକ୍ତିତର୍କ ଶେଷରେ ଉଗ୍ରରୂପ ଧାରଣ କରିଥିଲା। ଫଳରେ ଭାଜପା ଏବଂ ବିଜେଡି ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ୧୦ରୁ ଊଦ୍ଧର୍‌ବ ଭାଜପା କର୍ମୀ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ଥିବା ସୂଚନା ମିଳିଛି l ଆହତମାନେ ଶାଳନିଆଁ ମେଡିକାଲ ଏବଂ ହାଟଡିହୀ ମେଡିକାଲକୁ ଚିକିତ୍ସା ପାଇଁ ଯାଇଥିବା ଜଣାପଡ଼ିଛି l ଖବର ପାଇ ନନ୍ଦିପଦା ଥାନା ଅଧିକାରୀ ଧର୍ମେନ୍ଦ୍ର ଶାନ୍ତି ଏବଂ ଅନ୍ୟ ପୋଲିସ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଉପରେ ନଜର ରଖିଛନ୍ତି l ଅପରପକ୍ଷେ ବିଧାୟକଙ୍କ ଇଞ୍ଚୋଳ ଗ୍ରାମରେ ବିଜେଡି କର୍ମୀମାନେ ଏକଜୁଟ ହେଉଥିବା ଏବଂ ପୁଣି ଏକ ଗଣ୍ଡଗୋଳ ଦାନା ବାନ୍ଧୁଥିବା ପରିସ୍ଥିତିକୁ ଏଡ଼ାଇ ଦିଆଯାଇ ନ ପାରେ। ତେବେ ଏହି ଗଣ୍ଡଗୋଳରେ ଆହତ ବିଜେଡି କର୍ମୀଙ୍କ ସମ୍ପର୍କରେ ସୂଚନା ମିଳିପାରିନି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

ବାରିପଦାର ନିଖୋଜ ଶିକ୍ଷୟିତ୍ରୀ ବାଲେଶ୍ବରରୁ ଉଦ୍ଧାର, ଜନଗଣନା କାର୍ଯ୍ୟ ଚାପରେ…

ବାରିପଦା,୨୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳ ଢେଙ୍କିନେଞ୍ଜିଆ ୟୁପିଟିଓ ସ୍କୁଲର ଜନଗଣନା କାର୍ଯ୍ୟରେ ନିୟୋଜିତ ଥିବା ଶିକ୍ଷୟିତ୍ରୀ ନିଖୋଜ ଘଟଣା ।…

‘ପୁରୁଷଙ୍କ କୋଠରୀରୁ ଆରମ୍ଭ ହୁଏ ମହିଳାଙ୍କ ରାଜନୀତି’ ପପୁ ଯାଦବଙ୍କ ବୟାନକୁ ନେଇ ହଙ୍ଗାମା

ପାଟନା,୨୧।୪: ଏମପି ପପୁ ଯାଦବ ଏକ ବିବାଦୀୟ ବୟାନ ଦେଇଛନ୍ତି, ଯାହାକୁ ନେଇ ହଇଚଇ ସୃଷ୍ଟି କରିଛି। ମହିଳା କମିଶନ ଏହି ମନ୍ତବ୍ୟ ଉପରେ ଆକ୍ସନ ମୋଡକୁ…

ରଣବୀରଙ୍କ ଭଉଣୀ ରିଦ୍ଧିମାଙ୍କ ଅଭିନୟରେ ଡେବ୍ୟୁ, ଟ୍ରେଲର ରିଲିଜ ପରେ ବଢ଼ିଲା ଚର୍ଚ୍ଚା

ମୁମ୍ବାଇ: ଅଭିନୟ ଜଗତରେ ପାଦ ଥାପିଛନ୍ତି ରଣବୀର କପୁରଙ୍କ ଭଉଣୀ ରିଦ୍ଧିମା କପୁର। ତାଙ୍କର ପ୍ରଥମ ଫିଲ୍ମ ‘ଦାଦି କି ଶାଦୀ’ର ଟ୍ରେଲର ଆଜି ରିଲିଜ ହୋଇଯାଇଛି।…

ଫସିଲେ Prakash Raj, ଭିଡିଓ ଭାଇରାଲ ପରେ ମାମଲା ରୁଜୁ

ହାଇଦ୍ରାବାଦ,୨୧।୪: ପୁଣି ଥରେ ବିବାଦରେ ପ୍ରକାଶ ରାଜ (Prakash Raj) । ନିଜର ସ୍ପଷ୍ଟବାଦୀ ମନ୍ତବ୍ୟ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ଏହି ଦକ୍ଷିଣ ଭାରତୀୟ ଅଭିନେତାଙ୍କ…

ବିଜିଲି ବଗର୍ତ୍ତିଙ୍କ ଘରକୁ ନାହିଁ ବିଜୁଳି, ବରଗଡ଼ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କଲେ ପୂର୍ବତନ ବିଧାୟକ

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜମୁର୍ଡା ଟାଙ୍ଗରପଡା ନିବାସୀ ବିଜିଲି ବଗର୍ତ୍ତିଙ୍କ ଘରକୁ ବିଦ୍ୟୁତ୍ ସଂଯୋଗ ନାହିଁ। ଘର ମଧ୍ୟ ବିପଦ ଶଙ୍କୁଳ ଅବସ୍ଥାରେ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri