ଠିକା କାମକୁ କେନ୍ଦ୍ର କରି ମାଡ଼ପିଟ, ଭାଜପା କର୍ମୀ ଗଲେ ଜେଲ

ରିଷିଡା, ୨୦।୬ (ସୁଶାନ୍ତ ମଲ୍ଲିକ): ଏକ ଠିକା କାମକୁ କେନ୍ଦ୍ର କରି ହୋଇଥିବା ଗଣ୍ଡଗୋଳ ଓ ମାଡ଼ପିଟ ଘଟଣାରେ ଜଣେ ଭାଜପା କର୍ମୀ ଜେଲ ଯିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାଟି ଏମ୍‌. ରାମପୁର ଥାନା ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନସ୍ଥ ଗୋଚ୍ଛାଡେଙ୍ଗେନ ପଞ୍ଚାୟତର କନ୍ଧକୁନ୍ଦେଇପାଲି ଗ୍ରାମରେ ଘଟିଥିବା ଜଣାପଡ଼ିଛି।

ପୋଲିସ ସୂଚନା ଅନୁଯାୟୀ, କନ୍ଧକୁନ୍ଦେଇପାଲି ଗ୍ରାମରେ ବନ ବିଭାଗ ପକ୍ଷରୁ ଏକ ଗୃହ ନିର୍ମାଣ ପାଇଁ ଅନୁଦାନ ଆସିଥିଲା। ଏହି ଗୃହ ନିର୍ମାଣ କାମ ପାଇଁ ପ୍ରଥମେ ବଡସୁର୍ଡା ଗ୍ରାମର ଭାଜପା କର୍ମୀ ଯୁଧିଷ୍ଠିର ବେହେରାଙ୍କୁ କୁହାଯାଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ କନ୍ଧକୁନ୍ଦେଇପାଲି ଶିବମନ୍ଦିର କମିଟିର କର୍ମକର୍ତ୍ତା ତଥା ତାଳକୁନା ଗ୍ରାମର କ୍ଷେତ୍ରମୋହନ ପଧାନଙ୍କ ହସ୍ତକ୍ଷେପ ଯୋଗୁ ତାଙ୍କୁ କାମରୁ ବଞ୍ଚିତ କରାଯାଇଥିବା ମନେ କରି ଯୁଧିଷ୍ଠିର ପୂର୍ବରୁ କ୍ଷେତ୍ରମୋହନଙ୍କୁ ଧମକ ଦେଇଥିବା ଅଭିଯୋଗ ହୋଇଛି।

ଶୁକ୍ରବାର କନ୍ଧକୁନ୍ଦେଇପାଲି ଗ୍ରାମରେ କ୍ଷେତ୍ରମୋହନ ପଧାନ ସ୍ଥାନୀୟ ୱାର୍ଡ ସଦସ୍ୟଙ୍କ ସହ ଆଲୋଚନା କରୁଥିବା ବେଳେ ଯୁଧିଷ୍ଠିର ସେଠାରେ ପହଞ୍ଚି ତାଙ୍କ ସହ ଝଗଡ଼ା କରିଥିଲେ। ପରେ ଏକ ଲୁହା ବାଲ୍ଟିରେ ଆକ୍ରମଣ କରି କ୍ଷେତ୍ରମୋହନଙ୍କ ମୁଣ୍ଡ ଫଟାଇ ଦେଇଥିବା ନେଇ ରିଷିଡା ଫାଣ୍ଡିରେ ଅଭିଯୋଗ ହୋଇଥିଲା।

ଅନ୍ୟପକ୍ଷରେ, ସେହି ଗ୍ରାମର ପୁଷ୍ପା ମାଝୀ ନାମକ ଜଣେ ମହିଳା ମଧ୍ୟ ଯୁଧିଷ୍ଠିର ବେହେରାଙ୍କ ବିରୋଧରେ ଗାଳିଗୁଲଜ, ଟଣାଓଟରା ଓ ଧମକଚମକ ଦେଇଥିବା ନେଇ ଫାଣ୍ଡିରେ ଅଭିଯୋଗ କରିଥିଲେ।

ଏହି ଘଟଣାକୁ ନେଇ କେସିଙ୍ଗା ଏସ୍‌ଡିପିଓ ସନ୍ଦୀପ ମାଝୀଙ୍କ ତତ୍ତ୍ୱାବଧାନରେ ଏମ୍‌. ରାମପୁର ଥାନାଧିକାରୀ ସଂଯୁକ୍ତା ପଧାନଙ୍କ ନେତୃତ୍ୱରେ ରିଷିଡା ଫାଣ୍ଡି ଅଧିକାରୀ ମନୁ ଆ ବିଡିକା ଅଭିଯୁକ୍ତ ଯୁଧିଷ୍ଠିର ବେହେରାଙ୍କୁ ଗିରଫ କରିଥିଲେ। ପରେ ଯୁଧିଷ୍ଠିର ମଧ୍ୟ କ୍ଷେତ୍ରମୋହନ ପଧାନଙ୍କ ନାମରେ ପାଲଟା ଏତଲା ଦାଖଲ କରିଥିଲେ।

ଏନେଇ ଏମ୍‌. ରାମପୁର ଥାନାରେ କେସ୍ ନମ୍ବର ୧୫୦/୨୬, ୧୫୧/୨୬ ଏବଂ ୧୫୨/୨୬ ରେ ତିନୋଟି ପୃଥକ ମାମଲା ରୁଜୁ କରାଯାଇଛି। ଯୁଧିଷ୍ଠିର ବେହେରାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ତାଙ୍କ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଥିବା ଜଣାପଡ଼ିଛି।  ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri