ମୋଦି-ମୋହନ ସରକାରଙ୍କ ଗୁଣଗାନ କଲେ ଭାଜପା କର୍ମୀ

ହାଟଡିହୀ,୨୬l୧(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ଭାଜପା କାର୍ଯ୍ୟାଳୟରେ ସଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି l ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଆଲୋକ ସେଠୀ, ସାଂସଦ ପ୍ରତିନିଧି ଜ୍ଞାନରଞ୍ଜନ ସାମନ୍ତସିଂହାର, ହରମୋହନ ଶାସିନି, ସୁନିଲ ନାୟକ, ଯୁଧିଷ୍ଠିର ମଲ୍ଲିକ, ସୁଶାନ୍ତ ସାହୁ, ମିନତୀ ମହାପାତ୍ର, ତୃପ୍ତିମୟୀ ଜେନା, ତାରିଣୀ ସେନାପତି, ଭୀମସେନ ପେରେଇ ପ୍ରମୁଖଙ୍କ ସମେତ ବହୁ ସଂଖ୍ୟାରେ କାର୍ଯ୍ୟକର୍ତ୍ତା ମାନେ ଉପସ୍ଥିତ ଥିଲେ l ପ୍ରଥମେ ଜାତୀୟ ପତାକାକୁ ଭାଜପା ନେତା ଆଲୋକ ସେଠୀ ଉତ୍ତୋଳନ କରିବା ପରେ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା। ପରେ ଅସହାୟ ଗରିବଙ୍କୁ ଭାଜପା ପକ୍ଷରୁ ବସ୍ତ୍ର, ଫଳ ଓ ମିଠା ବଣ୍ଟନ କରାଯାଇଥିଲାl ଶେଷରେ କାର୍ଯ୍ୟକର୍ତ୍ତାମାନଙ୍କୁ ନେଇ ଏକ ବୈଠକ ଆୟୋଜନ ହୋଇଥିଲା I ବୈଠକରେ ତୃଣମୂଳ ସ୍ତରରେ ସକ୍ରିୟ ରହି ଲୋକଙ୍କୁ ମୋଦି ଓ ମୋହନ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନା ବିଷୟରେ ସଚେତନ କରାଇବା ସହ ଆସନ୍ତା ଦିନରେ ସଂଗଠନକୁ ଅଧିକରୁ ଅଧିକ ମଜବୁତ୍ କରିବା ପାଇଁ ଆଲୋଚନା ହୋଇଥିଲା l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତାପଗିରି ମନ୍ଦିର ଗୁପ୍ତଧନ ଲୁଟ୍‌ର ପର୍ଦ୍ଦାଫାଶ: ମାଷ୍ଟରମାଇଣ୍ଡ ‘ଗୁରୁ’ଙ୍କ ସହ ୫ ଗିରଫ, ଜବତ ହୋଇପାରିନି…

ଥୁଆମୂଳ ରାମପୁର, ୧୨।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୁମୁଡ଼ାବାହାଲ ଗ୍ରାମର ପ୍ରାଚୀନ ପ୍ରତାପଗିରି (ବୁଢ଼ାରଜା-ଠାକୁରାଣୀ) ମନ୍ଦିରରୁ ଗୁପ୍ତଧନ ଲୁଟ ଘଟଣାରେ…

ରବି ଧାନ ସଂଗ୍ରହ ପାଇଁ ପଞ୍ଜୀକରଣ ଆରମ୍ଭରୁ ଅସନ୍ତୋଷ: ଅବଧି ବୃଦ୍ଧି ଦାବି କଲେ ଚାଷୀ, ସମବାୟ ଉପ ନିବନ୍ଧକଙ୍କୁ…

ବରଗଡ଼,୧୨।୩(ପ୍ରେମାନନ୍ଦ ଖମାରୀ)- ରବି ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଗତ ମଙ୍ଗଳବାରରୁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଏଥିପାଇଁ ରହିଥିବା ଅବଧିକୁ ନେଇ ଆରମ୍ଭରୁ…

ଭିଜିଲାନ୍ସ ଜାଲରେ ବଡ଼ଗାଁ ଥାନା ASI: ଢାବା ବ୍ୟବସାୟୀଙ୍କୁ ଗିରଫ ଭୟ ଦେଖାଇ ନେଉଥିଲେ ଲାଞ୍ଚ, ମାଡ଼ି ବସିଲା…

କଟକ,୧୨।୩(ପ୍ରଭୁ କଲ୍ୟାଣ ପାଲ): ପୁଣି ଜଣେ ପୋଲିସ ଅଧିକାରୀ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି। ମୋଟା ଅଙ୍କର ଲାଞ୍ଚ ନେଉଥିବା ସମୟରେ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନାର…

ଜାତୀୟ ବୁଣାକାର, ହସ୍ତଶିଳ୍ପୀ ସମ୍ମିଳନୀ: ଓଡିଶାରୁ ପ୍ରତିନିଧିତ୍ବ କଲେ ବରଗଡ଼ର ବୁଣାକାର…

ବରଗଡ଼,୧୨।୩(ପ୍ରେମାନନ୍ଦ ଖମାରୀ)- ନୂଆଦିଲ୍ଲୀର ଉଦ୍ୟୋଗ ଭବନରେ ବୁଧବାର ଜାତୀୟ ବୁଣାକାର, ହସ୍ତଶିଳ୍ପୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଦେଶର ହସ୍ତତନ୍ତ୍ର ଶିଳ୍ପର ସମସ୍ୟା, ଉନ୍ନତି ଓ ଭବିଷ୍ୟତ ଯୋଜନା…

ଉତ୍କଟ ହେଲାଣି ରନ୍ଧନ ଗ୍ୟାସ ସଙ୍କଟ: ଡିପୋରେ ପଡ଼ିଛି ତାଲା, ଖାଲି ସିଲିଣ୍ଡର ଧରି…

ମୋହନା, ୧୨।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ଏବେ ରନ୍ଧନ ଗ୍ୟାସର ଘୋର ସଙ୍କଟ ଦେଖାଦେଇଛି। ବିଶ୍ୱ ବଜାରରେ ଇରାନ ଓ ଇଜରାଏଲ ମଧ୍ୟରେ…

ଆମେରିକାକୁ ଥରାଇ ଦେଲାଣି ଇରାନର ସୁପ୍ରିମ ଲିଡରଙ୍କ ବୟାନ! ହର୍ମୁଜ ବନ୍ଦ ରଖିବାକୁ ଦେଲେ କଡ଼ା ଚେତାବନୀ

ତେହରାନ,୧୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ, ଇରାନ ହର୍ମୁଜ ପ୍ରଣାଳୀ ବନ୍ଦ କରିବାକୁ ଘୋଷଣା କରିଛି, ଯାହା ସାରା ବିଶ୍ୱରେ ଶକ୍ତି ପ୍ରବେଶକୁ ବାଧା ସୃଷ୍ଟି କରୁଛି।…

ଖାଉଟି ଅଦାଲତରେ ଦଣ୍ଡିତ ହେଲେ ‘ମୁକେଶ ଏଣ୍ଟରପ୍ରାଇଜେସ’: ନୂଆ ଟିଭି ସହ…

ଭବାନୀପାଟଣା, ୧୨।୩ (ଉତ୍ତମ କୁମାର ଦାଶ): ଗ୍ରାହକଙ୍କୁ ସେବା ଯୋଗାଇବାରେ ଅବହେଳା କରିବା ଜୁନାଗଡ଼ର ଏକ ବ୍ୟବସାୟିକ ପ୍ରତିଷ୍ଠାନ ଓ ବିଶ୍ୱପ୍ରସିଦ୍ଧ ଟିଭି ନିର୍ମାତା ସଂସ୍ଥା ‘ସାମସଙ୍ଗ’କୁ…

ବାଲି ବୋଝେଇ ହାଇୱାରେ ପାଲ ଢାଙ୍କିବା ସାଜିଲା କାଳ: ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ନାବାଳକ ଗୁରୁତର

ବଞ୍ଚୋ, ୧୨।୩ (ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ଅନ୍ତର୍ଗତ ହାବଳେଶ୍ୱର ହାଇସ୍କୁଲ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri