ଭାଜପା କର୍ମୀଙ୍କୁ ଗୁଳି କରି ହତ୍ୟା

କବିସୂର୍ଯ୍ୟନଗର,୩୦ା୩(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ପଥରାପଲ୍ଲୀ ଗାଁର ମୁଖ୍ୟ ସଡ଼କ ଉପରେ ରବିବାର ଗୁଳିମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଆଠଗଡପାଟଣା ଗ୍ରାମର ଲକ୍ଷ୍ମୀ ନାରାୟଣ ପାଇକରାୟ ଓରଫ କୁନା। କୁନା ଭାଜପାର ଜଣେ ସକ୍ରିୟ କର୍ମୀ ଥିଲେ। ହତ୍ୟାକାଣ୍ଡ ପଛରେ ବିଜେଡି କର୍ମୀଙ୍କ ହାତ ରହିଥିବା କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଅଭିଯୋଗ କରିଛନ୍ତି। ଅନ୍ୟପଟେ ଗୁଳିକାଣ୍ଡର କାରଣ ଅସ୍ପଷ୍ଟ ଥିବା ଜିଲା ଅତିରିକ୍ତ ଏସ୍‌ପି ପ୍ରିୟରଞ୍ଜନ ପୃଷ୍ଟି ସୂଚନା ଦେଇଛନ୍ତି।

ପଥରାପଲ୍ଲୀ ଗାଁର ମୁଖ୍ୟ ସଡ଼କ ଉପରେ କଲଭର୍ଟ ନିର୍ମାଣ କାମ ଦାୟିତ୍ୱ ନେଇଥିଲେ କୁନା। ରବିବାର ସେଠାରେ କାମ ଚାଲିଥିବା ବେଳେ ୩ ଜଣ ଦୁର୍ବୃତ୍ତ ଆସି ଭିଡିଓ ରେକର୍ଡିଂ କରିଥିଲେ। କାମ କରୁଥିବା ଲୋକଙ୍କୁ ସେମାନେ ଠିକାଦାରଙ୍କୁ ଡାକିବାକୁ କହିଥିଲେ। ଶ୍ରମିକଙ୍କ ମଧ୍ୟରୁ କେହି ଜଣେ ଫୋନରେ ଠିକାଦାର କୁନାଙ୍କୁ ସେଠାକୁ ଡାକିଥିଲେ। କୁନା ବୁଲେଟରେ ଆସି ସେଠାରେ ଓହ୍ଲାଇବା ପୂର୍ବରୁ ଜଣେ ଦୁର୍ବୃତ୍ତ ତାଙ୍କୁ ଅତି ନିକଟରୁ କପାଳକୁ ଗୁଳି ଚଳାଇ ଫେରାର ହୋଇଯାଇଥିଲେ। କୁନା ବୁଲେଟରୁ ଟଳିପଡିଥିଲେ।

ଶ୍ରମିକମାନେ ତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ମେଡିକାଲକୁ ଆଣିଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ। ସେଠାରେ ବିଧାୟକ ନାୟକଙ୍କ ସମେତ କୋଦଳା ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟନାରାୟଣ ନାୟକ, ସୀତାରାମ ଚୌଧୁରୀ, ମୀରା ଦେଓ, ରାମପ୍ରସାଦ ମହାରଣା ପ୍ରମୁଖ ବହୁ ଭାଜପା ନେତା ଓ ସମର୍ଥକ ଉପସ୍ଥିତ ଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଥିଲା।

ବିଧାୟକଙ୍କ ଦୃଢ଼ ସମର୍ଥକ ଥିବା କୁନା କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଭିନ୍ନ ଠିକା କାର୍ଯ୍ୟ କରୁଥିଲେ। ତେବେ ତାଙ୍କୁ କିଏ ଓ କାହିଁକି ହତ୍ୟା କଲେ ତାହା ଜଣାପଡି ନାହିଁ। ପୁରୁଷୋତ୍ତମପୁର ଏସ୍‌ପିଡିଓ ଦୀପକ କୁମାର ମିଶ୍ର ଓ ଅତିରିକ୍ତ ଏସ୍‌ପି ପୃଷ୍ଟିଙ୍କ ନେତୃତ୍ୱରେ ଏକ ଟିମ୍‌ ଗଠନ କରାଯାଇ ଘଟଣାର ତଦନ୍ତ ଆରମ୍ଭ କରାଯାଇଛି। ଏଥିରେ ଯିଏ ବି ସମ୍ପୃକ୍ତ ଥିବେ ସେମାନଙ୍କୁ ଗିରଫ କରାଯିବ ବୋଲି ଅତିରିକ୍ତ ଏସ୍‌ପି କହିଛନ୍ତି। ୩ ଦିନ ମଧ୍ୟରେ ଗୋଟିଏ ନିର୍ବାଚନମଣ୍ଡଳୀରେ ୨ଟି ହତ୍ୟାକାଣ୍ଡ ଘଟିଥିବା ବେଳେ ଜିଲାରେ ଆଇନ ଶୃଙ୍ଖଳା ବିଗିଡିଥିବା ଚର୍ଚ୍ଚା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri