ଭାଜପା କର୍ମୀଙ୍କୁ ଗୁଳି କରି ହତ୍ୟା

କବିସୂର୍ଯ୍ୟନଗର,୩୦ା୩(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ପଥରାପଲ୍ଲୀ ଗାଁର ମୁଖ୍ୟ ସଡ଼କ ଉପରେ ରବିବାର ଗୁଳିମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଆଠଗଡପାଟଣା ଗ୍ରାମର ଲକ୍ଷ୍ମୀ ନାରାୟଣ ପାଇକରାୟ ଓରଫ କୁନା। କୁନା ଭାଜପାର ଜଣେ ସକ୍ରିୟ କର୍ମୀ ଥିଲେ। ହତ୍ୟାକାଣ୍ଡ ପଛରେ ବିଜେଡି କର୍ମୀଙ୍କ ହାତ ରହିଥିବା କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଅଭିଯୋଗ କରିଛନ୍ତି। ଅନ୍ୟପଟେ ଗୁଳିକାଣ୍ଡର କାରଣ ଅସ୍ପଷ୍ଟ ଥିବା ଜିଲା ଅତିରିକ୍ତ ଏସ୍‌ପି ପ୍ରିୟରଞ୍ଜନ ପୃଷ୍ଟି ସୂଚନା ଦେଇଛନ୍ତି।

ପଥରାପଲ୍ଲୀ ଗାଁର ମୁଖ୍ୟ ସଡ଼କ ଉପରେ କଲଭର୍ଟ ନିର୍ମାଣ କାମ ଦାୟିତ୍ୱ ନେଇଥିଲେ କୁନା। ରବିବାର ସେଠାରେ କାମ ଚାଲିଥିବା ବେଳେ ୩ ଜଣ ଦୁର୍ବୃତ୍ତ ଆସି ଭିଡିଓ ରେକର୍ଡିଂ କରିଥିଲେ। କାମ କରୁଥିବା ଲୋକଙ୍କୁ ସେମାନେ ଠିକାଦାରଙ୍କୁ ଡାକିବାକୁ କହିଥିଲେ। ଶ୍ରମିକଙ୍କ ମଧ୍ୟରୁ କେହି ଜଣେ ଫୋନରେ ଠିକାଦାର କୁନାଙ୍କୁ ସେଠାକୁ ଡାକିଥିଲେ। କୁନା ବୁଲେଟରେ ଆସି ସେଠାରେ ଓହ୍ଲାଇବା ପୂର୍ବରୁ ଜଣେ ଦୁର୍ବୃତ୍ତ ତାଙ୍କୁ ଅତି ନିକଟରୁ କପାଳକୁ ଗୁଳି ଚଳାଇ ଫେରାର ହୋଇଯାଇଥିଲେ। କୁନା ବୁଲେଟରୁ ଟଳିପଡିଥିଲେ।

ଶ୍ରମିକମାନେ ତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ମେଡିକାଲକୁ ଆଣିଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ। ସେଠାରେ ବିଧାୟକ ନାୟକଙ୍କ ସମେତ କୋଦଳା ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟନାରାୟଣ ନାୟକ, ସୀତାରାମ ଚୌଧୁରୀ, ମୀରା ଦେଓ, ରାମପ୍ରସାଦ ମହାରଣା ପ୍ରମୁଖ ବହୁ ଭାଜପା ନେତା ଓ ସମର୍ଥକ ଉପସ୍ଥିତ ଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଥିଲା।

ବିଧାୟକଙ୍କ ଦୃଢ଼ ସମର୍ଥକ ଥିବା କୁନା କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଭିନ୍ନ ଠିକା କାର୍ଯ୍ୟ କରୁଥିଲେ। ତେବେ ତାଙ୍କୁ କିଏ ଓ କାହିଁକି ହତ୍ୟା କଲେ ତାହା ଜଣାପଡି ନାହିଁ। ପୁରୁଷୋତ୍ତମପୁର ଏସ୍‌ପିଡିଓ ଦୀପକ କୁମାର ମିଶ୍ର ଓ ଅତିରିକ୍ତ ଏସ୍‌ପି ପୃଷ୍ଟିଙ୍କ ନେତୃତ୍ୱରେ ଏକ ଟିମ୍‌ ଗଠନ କରାଯାଇ ଘଟଣାର ତଦନ୍ତ ଆରମ୍ଭ କରାଯାଇଛି। ଏଥିରେ ଯିଏ ବି ସମ୍ପୃକ୍ତ ଥିବେ ସେମାନଙ୍କୁ ଗିରଫ କରାଯିବ ବୋଲି ଅତିରିକ୍ତ ଏସ୍‌ପି କହିଛନ୍ତି। ୩ ଦିନ ମଧ୍ୟରେ ଗୋଟିଏ ନିର୍ବାଚନମଣ୍ଡଳୀରେ ୨ଟି ହତ୍ୟାକାଣ୍ଡ ଘଟିଥିବା ବେଳେ ଜିଲାରେ ଆଇନ ଶୃଙ୍ଖଳା ବିଗିଡିଥିବା ଚର୍ଚ୍ଚା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri