ଗାଁ ଗାଁ ବୁଲି ଡବଲ୍‌ ଇଞ୍ଜିନ ସରକାରର ସଫଳତା ବାଣ୍ଟୁଛନ୍ତି ଭାଜପା କର୍ମୀ: ବୁଦ୍ଧିଜୀବୀଙ୍କୁ ସାକ୍ଷାତ କଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ):ରାଜ୍ୟ ସରକାରଙ୍କ ୨ ବର୍ଷ ଓ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଭାଜପା ଉଭୟ ସରକାରଙ୍କ ସଫଳତା ଓ କାର୍ଯ୍ୟଧାରା ସମ୍ପର୍କରେ ଗାଁ ଗାଁ ରେ ଲୋକଙ୍କୁ ଭେଟି ଓ ସଭା ମାଧ୍ୟମରେ ଲୋକଙ୍କୁ ଜଣାଉଛନ୍ତି। ଏହି କ୍ରମରେ ବିକାଶର ଧାରା ଓଡିଶା ସାରା ପାଳନ କରାଯାଇ ସରକାରଙ୍କ ୨ ବର୍ଷ ଶାସନ ମଧ୍ୟରେ କରାଯାଇଥିବା ବିକାଶ ଓ ଆଗକୁ କରାଯାଇଥିବା ଯୋଜନା ବିଶେଷ କରି କୃଷି କ୍ଷେତ୍ରରେ ପିଏମ କିଶାନ, ସିଏମ କିଷାନ, ଫସଲ ବୀମା, ଗାଁକୁ ପକ୍କା ରାସ୍ତା, ପିଇବା ପାଣି, ସ୍ବଚ୍ଛତା ଆଦି ସମ୍ପର୍କରେ ଲୋକଙ୍କୁ ସରକାରଙ୍କ ଯୋଜନା ସମ୍ପର୍କରେ ଅବଗତ କରାଯାଉଛି।
ସୋମବାର ଦାରିଙ୍ଗବାଡି ଅଞ୍ଚଳରେ ଭାଜପାର ବରିଷ୍ଠ ନେତା ତଥା ସ୍ବତନ୍ତ୍ର ଉନ୍ନୟନ ପରିଷଦ (କନ୍ଧମାଳ)ର ଅଧ୍ୟକ୍ଷ ମାନଗୋବିନ୍ଦ ପ୍ରଧାନ, ଭାଜପାର ଜିଲା ସାଧାରଣ ସମ୍ପାଦକ ସୁକାନ୍ତ ସାହୁ ପ୍ରମୁଖ ବୁଦ୍ଧିଜୀବୀ ତଥା ବରିଷ୍ଠ ନାଗରିକ ସଂଘର ସମ୍ପାଦକ ପତିତପାବନ ରାଉତ, ପୂର୍ବତନ ପ୍ରଧାନ ଶିକ୍ଷକ ଯୁଧିଷ୍ଠିର ପ୍ରଧାନ, ପୂର୍ବତନ ସେନା କର୍ମଚାରୀ କୈଳାଶ ଚନ୍ଦ୍ର ସାହୁଙ୍କୁ ଭେଟି ସରକାରଙ୍କ ବିକାଶର ଧାରା ଓଡିଶା ସାରା ସମ୍ପର୍କରେ ଅବଗତ କରାଇଛନ୍ତି । ଏଥିସହ ଅଞ୍ଚଳରେ ଆହୁରି କ’ଣ ସବୁ ସରକାରଙ୍କ ଦ୍ୱାରା କରାଯିବା ଆବଶ୍ୟକ ସେ ସମ୍ପର୍କରେ ବୁଦ୍ଧିଜୀବୀଙ୍କଠାରୁ ମତ ସଂଗ୍ରହ କରିଛନ୍ତି। ଅଧ୍ୟକ୍ଷଙ୍କ ସହ ଦାରିଙ୍ଗବାଡି ମଣ୍ଡଳ ସଭାପତି ମିଟୁ ସାହୁ, ମଣ୍ଡଳ ସାଧାରଣ ସମ୍ପାଦକ ରଞ୍ଜନ ସାହୁ, ମଣ୍ଡଳ ଉପସଭାପତି ସୁବାଷ ସାହୁ, ମଣ୍ଡଳ କାର୍ଯ୍ୟକାରିଣୀ ସଦସ୍ୟ ଦିଲୀପ ସାହୁ, ଦାରିଙ୍ଗବାଡି ଶକ୍ତିକେନ୍ଦ୍ର ପ୍ରମୁଖ ପ୍ରମୋଦ ସାହୁ ଉପସ୍ଥିତ ରହିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?