ଭାଜପା କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

କାମାକ୍ଷାନଗର,୩୦।୪(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଦଶୀପୁର, କଣ୍ଟାପାଳ ଓ ବିରିବୋଲେଇ ପଞ୍ଚାୟତରେ ଭାଜପାର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଦଶୀପୁର ପଞ୍ଚାୟତରେ ମଣ୍ଡଳ ସଭାପତି କୃଷ୍ଣଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପରଜଙ୍ଗ ଭାଜପା ବିଧାୟକ ପ୍ରାର୍ଥୀ ବିଭୂତି ଭୂଷଣ ପ୍ରଧାନ ଯୋଗ ଦେଇଥିଲେ। ଏହି ଅବସରରେ ଯୁବନେତା ରାଜେଶ ଦେହୁରୀଙ୍କ ନେତୃତ୍ୱରେ ଦଶୀପୁର ପଞ୍ଚାୟତର ବିଭିନ୍ନ ଗ୍ରାମରୁ ୨୦୦ରୁ ଊଦ୍ଧର୍‌ବ କର୍ମୀ ଅନ୍ୟ ଦଳ ଛାଡି ଭାଜପାରେ ସାମିଲ ହୋଇଥିଲେ। ସେହିପରି କଣ୍ଟାପାଳ ପଞ୍ଚାୟତରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ କାର୍ତ୍ତିକ ସାହୁଙ୍କ ନେତୃତ୍ୱରେ ଅନ୍ୟ ଦଳର ୩୦୦ରୁ ଊଦ୍ଧର୍‌ବ କର୍ମକର୍ତ୍ତା ବିଧାୟକ ପ୍ରାର୍ଥୀ ବିଭୂତି ପ୍ରଧାନଙ୍କ ଉପସ୍ଥିତରେ ଦଳରେ ସାମିଲ ହୋଇଥିଲେ। ସେହିପରି ବିରିବୋଲେଇ ପଞ୍ଚାୟତ କାର୍ଯ୍ୟକର୍ତ୍ତା ସମ୍ମିଳନୀ ବିରିବୋଲେଇ ଗ୍ରାମଠାରେ ମଣ୍ଡଳ ସଭାପତି କୃଷ୍ଣଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଅନ୍ୟ ଦଳର ୫୦ରୁ ଊଦ୍ଧର୍‌ବ କର୍ମୀ ଭାଜପାରେ ସାମିଲ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ରାସବିହାରୀ ବେହେରା, ସନ୍ତୋଷ ସାହୁ, ପୂର୍ବତନ ସରପଞ୍ଚ ଜଗନ୍ନାଥ ଗଡ଼ନାୟକ, ଭରତ ଚନ୍ଦ୍ର ସାହୁ, ବାମ ସରପଞ୍ଚ ଫକୀର ଚରଣ ମହାନ୍ତ, ପଙ୍ଗାତିରା ସରପଞ୍ଚ କରୁଣାକର ସାହୁ, ଚାନ୍ଦପୁର ସରପଞ୍ଚ ସବିତା ସାହୁ, ଦଶୀପୁର ସରପଞ୍ଚ ସୁଧୀର ପାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CNG-PNGରେ ମିଶିବ ବାୟୋଗ୍ୟାସ: ମୋଦି କ୍ୟାବିନେଟର ମଞ୍ଜୁରୀ, ଜାଣନ୍ତୁ କ’ଣ ଏହି ‘ଗୋବର୍ଦ୍ଧନ’ ଯୋଜନା

ନୂଆଦିଲ୍ଲୀ, ୭।୮: କେନ୍ଦ୍ର ସରକାର ଇଥାନଲ ବ୍ଲେଣ୍ଡିଂ ପେଟ୍ରୋଲ ପରେ ସିଏନଜି-ପିଏନଜିରେ ବାୟୋଗ୍ୟାସ ମିଶାଇ ନୂତନ ରୋଷେଇ ଗ୍ୟାସ ଆଣିବେ। ଏଥିପାଇଁ ସରକାର ଏକ ଯୋଜନା ପ୍ରସ୍ତୁତ…

ଆଜି ଜାତୀୟ ହସ୍ତତନ୍ତ ଦିବସ: ସରକାରୀ ଯୋଜନାରୁ ପ୍ରକୃତ ବୁଣାକାର ବଞ୍ଚିତ

ଅମରପାଲି,୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସମୃଦ୍ଧ ବାନ୍ଧକଳା ଓ ହସ୍ତତନ୍ତ ପରମ୍ପରା ସବୁବେଳେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସିଛି। ସମ୍ବଲପୁରୀ ଶାଢ଼ି ଏବଂ ସୋନପୁରୀ ବାର୍ତ୍ତାପାଟ ପାଇଁ ଦେଶବ୍ୟାପୀ…

ଫସିବେ କି ଚଞ୍ଚଳ ରାଣା: ସୁପ୍ରିମକୋର୍ଟରେ କହିଲେ ଯାଞ୍ଚ ହୋଇଛି, ଏଠି କମିଶନର କହୁଛନ୍ତି ପୋର୍ଟାଲ ତଥ୍ୟ

ଭୁବନେଶ୍ୱର,୭।୮(ରବିନାରାୟଣ ଜେନା):ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଖୋଲିବା ପ୍ରସଙ୍ଗ ଏବେ ରୋଚକ ମୋଡ଼ ନେଇଛି। ଏହି ପ୍ରସଙ୍ଗକୁ ନେଇ…

ଶୋଇଥିବା ବେଳେ ମାଆ ସହିତ ୭ ବର୍ଷର ପୁଅକୁ କାମୁଡିଲା ରଣା ସାପ, ଛଟପଟ ହୋଇ ଚାଲିଗଲା ଜୀବନ

ଗଜପତି,୭।୮(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଜଲାଙ୍ଗ ପଞ୍ଚାୟତ ଅନ୍ତର୍ଗତ କଡମତାଲ ଗ୍ରାମରେ ଘଟିଛି ଏକ ହୃଦୟବିଦାରକ ଘଟଣା। ଘରେ ଶୋଇଥିବା ବେଳେ ରଣା ସାପ…

୨୨.୧୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ PACS ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ପ୍ରାଥମିକ କୃଷି ସମବାୟ ସମିତି (PACS)ଗୁଡ଼ିକରେ ଆର୍ଥିକ ଅନିୟମିତତା ବିରୋଧରେ ବଡ଼ ଧରଣର ପଦକ୍ଷେପ ନେଇଛି ଓଡ଼ିଶା ଭିଜିଲାନ୍ସ । ବଲାଙ୍ଗୀର ଜିଲା…

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri