ଭାଜପା କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

କାମାକ୍ଷାନଗର,୩୦।୪(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଦଶୀପୁର, କଣ୍ଟାପାଳ ଓ ବିରିବୋଲେଇ ପଞ୍ଚାୟତରେ ଭାଜପାର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଦଶୀପୁର ପଞ୍ଚାୟତରେ ମଣ୍ଡଳ ସଭାପତି କୃଷ୍ଣଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପରଜଙ୍ଗ ଭାଜପା ବିଧାୟକ ପ୍ରାର୍ଥୀ ବିଭୂତି ଭୂଷଣ ପ୍ରଧାନ ଯୋଗ ଦେଇଥିଲେ। ଏହି ଅବସରରେ ଯୁବନେତା ରାଜେଶ ଦେହୁରୀଙ୍କ ନେତୃତ୍ୱରେ ଦଶୀପୁର ପଞ୍ଚାୟତର ବିଭିନ୍ନ ଗ୍ରାମରୁ ୨୦୦ରୁ ଊଦ୍ଧର୍‌ବ କର୍ମୀ ଅନ୍ୟ ଦଳ ଛାଡି ଭାଜପାରେ ସାମିଲ ହୋଇଥିଲେ। ସେହିପରି କଣ୍ଟାପାଳ ପଞ୍ଚାୟତରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ କାର୍ତ୍ତିକ ସାହୁଙ୍କ ନେତୃତ୍ୱରେ ଅନ୍ୟ ଦଳର ୩୦୦ରୁ ଊଦ୍ଧର୍‌ବ କର୍ମକର୍ତ୍ତା ବିଧାୟକ ପ୍ରାର୍ଥୀ ବିଭୂତି ପ୍ରଧାନଙ୍କ ଉପସ୍ଥିତରେ ଦଳରେ ସାମିଲ ହୋଇଥିଲେ। ସେହିପରି ବିରିବୋଲେଇ ପଞ୍ଚାୟତ କାର୍ଯ୍ୟକର୍ତ୍ତା ସମ୍ମିଳନୀ ବିରିବୋଲେଇ ଗ୍ରାମଠାରେ ମଣ୍ଡଳ ସଭାପତି କୃଷ୍ଣଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଅନ୍ୟ ଦଳର ୫୦ରୁ ଊଦ୍ଧର୍‌ବ କର୍ମୀ ଭାଜପାରେ ସାମିଲ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ରାସବିହାରୀ ବେହେରା, ସନ୍ତୋଷ ସାହୁ, ପୂର୍ବତନ ସରପଞ୍ଚ ଜଗନ୍ନାଥ ଗଡ଼ନାୟକ, ଭରତ ଚନ୍ଦ୍ର ସାହୁ, ବାମ ସରପଞ୍ଚ ଫକୀର ଚରଣ ମହାନ୍ତ, ପଙ୍ଗାତିରା ସରପଞ୍ଚ କରୁଣାକର ସାହୁ, ଚାନ୍ଦପୁର ସରପଞ୍ଚ ସବିତା ସାହୁ, ଦଶୀପୁର ସରପଞ୍ଚ ସୁଧୀର ପାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri