ବିଜେଡିରେ ସାମିଲ ହେଲେ ଭାଜପା କର୍ମୀ

କେସିଙ୍ଗା,୧୫.୬(ତୁମେଶ୍ୱର ସାହୁ): ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସଦର ବ୍ଲକର କେନ୍ଦୁପାଟୀ, ବୋର୍ଡା, ଗୁର୍ଜୁଙ୍ଗ ପଞ୍ଚାୟତକୁ ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକ ଏବଂ କଳାହାଣ୍ଡି ବିଜେଡି ଜିଲା ସଭାନେତ୍ରୀ ଲଳିତା ନାଏକ ଗସ୍ତ କରି ପଞ୍ଚାୟତ ବାସୀଙ୍କୁ ଏକତ୍ରିତ କରି ଅଞ୍ଚଳର ସୁବିଧା ଅସୁବିଧା ବିଷୟରେ ଆଲୋଚନା କରିଥିଲେ। ଏହି ପରିପ୍ରେକ୍ଷୀରେରେ ଉକ୍ତ ଗ୍ରାମ ପଞ୍ଚାୟତର ଭାଜପା କର୍ମୀମାନେ ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶକୁରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଛନ୍ତି। ଆଗାମୀ ଦିନରେ ସଙ୍ଗଠନ କିପରି ଆହୁରି ସୁଦୃଢ ହେବ ଏ ସମ୍ପର୍କରେ ସ୍ଥାନୀୟ କର୍ମୀମାନଙ୍କ ସହିତ ବିସ୍କୃତଭାବେ ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକ ଆଲୋଚନା କରିଛନ୍ତି । କେନ୍ଦୁପାଟୀ ପଞ୍ଚାୟତର ଆଦିବାସୀ ନେତା ଖଗେଶ୍ୱର ମାଝୀ ଓ ବୋର୍ଡ ପଞ୍ଚାୟତର ଜିତେନ୍ଦ୍ର ବଗର୍ତ୍ତି, ଅଜିତ ଗହୀର, ହିମାଂଶୁ ନାଗ, ଜଗଜୀବନ ଗହୀର, ନଳିନୀ ବେମାଲ, ଜୟକୃଷ୍ଣ ବଗର୍ତ୍ତି, ଗୋପ ନାଗ, ଶକ୍ତି ବଗର୍ତ୍ତି, ଗଣେଷ ବଗର୍ତ୍ତି, ବିଷ୍ଣୁ ବଗର୍ତ୍ତି ଭାଜପା କର୍ମୀମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଏକ ସଭାରେ ବିଜେଡିରେ ସାମିଲ ହୋଇଛନ୍ତି l ଏହି ସଭାରେ ବ୍ଲକ ସଭାପତି ସୁରେନ୍ଦ୍ର ପ୍ରଧାନ, ପୂର୍ବତନ ବ୍ଲକ ସଭାପତି ପ୍ରଦୀପ ଭୋଇ, ସଦର ବ୍ଲକ ଯୁବ ସଭାପତି ସୁଶୀଲ କୁମାର ସାହୁ, କେନ୍ଦୁପାଟୀ ସରପଞ୍ଚ, ପୂର୍ବତନ ସରପଞ୍ଚ, ଗୁର୍ଜୁଙ୍ଗ ନାଏବ ସରପଞ୍ଚ, ୱାର୍ଡ ସଭ୍ୟ ସଭ୍ୟା, କେନ୍ଦୁପାଟୀ ପଞ୍ଚାୟତ ସଭାପତି ନାଗେଶ୍ୱର ବାଗ, ବୋର୍ଡ ପଞ୍ଚାୟତ ସଭାପତି ସୁଲ ବାଗ, ଗୁର୍ଜୁଙ୍ଗ ପଞ୍ଚାୟତ ସଭାପତି ନରେଶ ହରିଜନ ପ୍ରମୁଖ ଶତାଧିକ କର୍ମୀମାନେ ଉପସ୍ଥିତ ରହିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri