ଜିଲାପାଳଙ୍କ କାର୍ଯ୍ୟାଳୟରେ ଧସେଇ ପଶିଲେ ଭାଜପା କର୍ମୀ

କୋରାପୁଟ,୧୫ା୨(ସ୍ବ.ପ୍ର.): ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଥିବା ଅଭିଯୋଗ କରି ତୁରନ୍ତ ଏଥିପାଇଁ ମୁଖ୍ୟମନ୍ତ୍ରୀ ଇସ୍ତଫା ଦାବି କରି ବୁଧବାର କୋରାପୁଟ ଜିଲା ଭାଜପା ପକ୍ଷରୁ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଭାଜପାର ଏହି ବିକ୍ଷୋଭ ନେଇ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବା ସହ ଜିଲାପାଳଙ୍କ କାର୍ଯ୍ୟାଳୟକୁ ନ ଯିବା ପାଇଁ ମୁଖ୍ୟଗେଟ୍‌କୁ ବନ୍ଦ କରାଯାଇଥିଲା। ଏହା ସତ୍ତ୍ୱେ ଭାଜପାର ଶତାଧିକ କର୍ମୀ ଏହାକୁ ନ ମାନି ଜିଲାପାଳଙ୍କ କାର୍ଯ୍ୟାଳୟକୁ ଧସେଇ ପଶିଯାଇଥିଲେ। ଏହି ବିକ୍ଷୋଭରେ ଭାଜପାର କାର୍ଯ୍ୟକାରିଣୀ ସଦସ୍ୟ ଗୌତମ ସାମନ୍ତରାୟ ଯୋଗଦେଇ ବିଜେଡି ସରକାରଙ୍କ ଏକ ପ୍ରକାର ଗୁଣ୍ଡାରାଜ ଚାଲିଛି ବୋଲି କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୂର୍ଣ୍ଣିମା ନାୟକ, ଜାତୀୟ ଅନୁସୂଚୀତ ସମ୍ପାଦକ କାଳିରାମ ମାଝି, ଜିଲା ଉପସଭାପତି ଦେବୀ ପ୍ରସାଦ କର, ଜିଲା ସାଧାରଣ ସମ୍ପାଦକ ଚନ୍ଦ୍ରଶେଖର ରଥ ଏବଂ ଦେବେନ୍ଦ୍ର ମହାନ୍ତି, କୋଷାଧ୍ୟକ୍ଷ ତ୍ରିନାଥ ପଣ୍ଡା, ଜିଲା ଅନୁସୂଚୀତ ମୋର୍ଚ୍ଚା ସଭାପତି ଭାଗିରଥି ପାଟନିଆ, କୋରାପୁଟ ନଗର ସଭାପତି ସିଦ୍ଧାର୍ଥ ଶଙ୍କର ମୁଦୁଲି ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri