Posted inଜାତୀୟ

ବଳାତ୍କାରୀଙ୍କୁ ସୁରକ୍ଷା ଦେବା କାର୍ଯ୍ୟ କରୁଛି ଭାଜପା, ସୁପ୍ରିମ୍‌କୋର୍ଟରେ ମିଳିବ ନ୍ୟାୟ: ଏଏପି ଏମ୍‌ପି…

ନୂଆଦିଲ୍ଲୀ,୧୯।୧୦ : ଗୁଜରାଟ ସରକାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ବିଲକିସ ବାନୋ ମାମଲାରେ ୧୧ ଜଣ ଦୋଷୀଙ୍କୁ ୧୪ ବର୍ଷ ଜେଲ ଦଣ୍ଡ ଭୋଗିବା ପରେ ମୁକ୍ତ କରାଯାଇଛି। କାରଣ ସେମାନଙ୍କ ଆଚରଣ ଭଲ ଏବଂ ସେମାନଙ୍କ ମୁକ୍ତିକୁ କେନ୍ଦ୍ର ଅନୁମୋଦନ କରିଛି। କିନ୍ତୁ ବର୍ତ୍ତମାନ ବିଲକିସ ବାନୋ ମାମଲାରେ ବଳାତ୍କାରୀଙ୍କ ମୁକ୍ତିକୁ ନେଇ ପ୍ରଶ୍ନ ଉଠିଛି। ଏଏପିର ରାଜ୍ୟସଭା ଏମ୍‌ପି ସଞ୍ଜୟ ସିଂ ବଳାତ୍କାରକାରୀଙ୍କ ମୁକ୍ତି ନେଇ ଭାଜପା ସରକାରଙ୍କ ଉପରେ ପ୍ରଶ୍ନ ଉଠାଇଛନ୍ତି।

ଏନଡିଟିଭି ସହ ସାକ୍ଷାତ ସମୟରେ ସେ କହିଛନ୍ତି, ଏହା ଏକ ଜଣାଶୁଣା ସତ୍ୟ ଯେ, ଯେଉଁମାନେ ବଳାତ୍କାର କରନ୍ତି ସେମାନଙ୍କୁ ବଞ୍ଚାଇବା ଏବଂ ସୁରକ୍ଷା ଦେବା କାମ ଭାଜପା ଦ୍ୱାରା କରାଯାଇଥାଏ। ଦେଶର ବିଭିନ୍ନ ରାଜ୍ୟରେ ଏହାର ପ୍ରମାଣ ମିଳିବ। ବାନୋ ମାମଲାରେ ନ୍ୟାୟ ମିଳିବ ବୋଲି ଆଶା କରାଯାଉଛି। କାରଣ ସମସ୍ତ ତଥ୍ୟ ସୁପ୍ରିମକୋର୍ଟରେ ଅଛି।

ଏହା ବ୍ୟତୀତ ସେ କହିଛନ୍ତି, ଅଭିବ୍ୟକ୍ତିର ସ୍ବାଧୀନତା ଆମର ସାମ୍ବିଧାନିକ ଅଧିକାର। ମୁଁ ଏହି ଅଧିକାରକୁ ବ୍ୟବହାର କରୁଥିଲି। ସିବିଆଇ ମୁଖ୍ୟାଳୟକୁ ୧୯ ଜଣ ଏଏ ବିଧାୟକ ଏବଂ ୨ ଜଣ କ୍ୟାବିନେଟ ମନ୍ତ୍ରୀଙ୍କୁ ଡକାଯାଇଥିଲା।
ପୋଲିସ ଶତ୍ରୁ ପରି ବ୍ୟବହାର କଲା। ମୋତେ ଟାଣି ନିଆଗଲା। ମୋ ଚେୟାରକୁ ଭଙ୍ଗାଯାଇଥିଲା। ମତେ ଆଘାତ ଲଗାଇବାର ପ୍ରୟାସ କରାଯାଇଥିଲା। ଏହା ଏକ ଅପରାଧିକ କାର୍ଯ୍ୟ, ଯାହା ପୋଲିସ ଅଧିକାରୀଙ୍କ ଦ୍ୱାରା ଭାଜପାର ନିର୍ଦ୍ଦେଶରେ କରାଯାଇଥିଲା। ମୁଁ ଏହା ବିରୋଧରେ ଅଧିକାର କମିଟିକୁ ନୋଟିସ ଦେଉଛି ଏବଂ ଏହା ଉପରେ କାର୍ଯ୍ୟାନୁଷ୍ଠାନ ଦାବି କରିବି।

ସଞ୍ଜୟ ସଂସଦର ବିଶେଷ ଅଧିକାର କମିଟିକୁ ନୋଟିସ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ପୋଲିସର ଦୋଷୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି। ପୋଲିସର ଏହା ଏକ ଅପରାଧିକ କାର୍ଯ୍ୟ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି

ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

ଅପମାନିତ ହେଲା ପାକିସ୍ତାନ: PSLରେ ବଲ ଟ୍ୟାମ୍ପରିଂ? ଫଖର ଜମାନଙ୍କ କାର୍ଯ୍ୟ କ୍ୟାମେରାରେ କଏଦ

ଇସଲାମାବାଦ,୩୦।୩: ପାକିସ୍ତାନ ସୁପର ଲିଗ (PSL 2026) ଆରମ୍ଭ ହେବାର ମାତ୍ର କିଛି ଦିନ ହେଲାଣି, ତଥାପି ଏହା ମଧ୍ୟରେ ଏକ ବଡ଼ ବିବାଦ ଦେଖାଦେଇଛି। ମ୍ୟାଚରେ…

ହୋଟେଲ କିମ୍ବା ରେଷ୍ଟୁରାଣ୍ଟରେ ଆପଣଙ୍କ ବିଲରେ LPG ଦେୟ ଯୋଡୁଥିଲେ ତୁରନ୍ତ କରିପାରିବେ ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୩୦।୩: ଗ୍ରାହକମାନଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ, କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (CCPA) ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡ଼ିକୁ ସ୍ପଷ୍ଟ ନିର୍ଦ୍ଦେଶନାମା ଜାରି କରିଛି, ସେମାନଙ୍କୁ ଗ୍ରାହକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri