‘ଭାଜପା ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ରାଜନୈତିକ ଦଳ’

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୨୧।୩: ଭାଜପା ହେଉଛି ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ରାଜନୈତିକ ଦଳ। ଆମେରିକାର ଖବରକାଗଜ ‘ଦ ୱାଲ ଷ୍ଟ୍ରିଟ ଜର୍ଣ୍ଣାଲ’ର ଏକ ଓପିନିୟନ୍‌ ଆର୍ଟିକିଲ୍‌ରେ ଏହି ଦାବି କରାଯାଇଛି। ୱାଲ୍ଟର ରସେଲ ମିଡଙ୍କ ଦ୍ୱାରା ଲିଖିତ ଏହି ଆର୍ଟିକିଲରେ ଦର୍ଶାଯାଇଛି ଯେ, ଆମେରିକାର ସ୍ବାର୍ଥ ଦୃଷ୍ଟିରୁ ଭାରତର ଭାରତୀୟ ଜନତା ପାର୍ଟି ହେଉଛି ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଦେଶୀ ରାଜନୈତିକ ଦଳ। ଏହି ପାର୍ଟି ବିଷୟରେ ବୋଧହୁଏ ବିଶ୍ୱରେ ଖୁବ୍‌ କମ୍‌ ଲୋକ ଜାଣିଥିବେ।
ଆର୍ଟିକିଲରେ ଆହୁରି ଦର୍ଶାଯାଇଛି ଯେ, ୨୦୧୪ ଏବଂ ୨୦୧୯ରେ କ୍ରମାଗତ ବିଜୟ ପରେ ଭାଜପା ୨୦୨୪ରେ ମଧ୍ୟ ବିଜୟର ପୁନରାବୃତ୍ତି ଆଡକୁ ଗତି କରୁଛି। ଏହା ସହିତ ଭାରତ ମଧ୍ୟ ଏକ ପ୍ରମୁଖ ଅର୍ଥନୈତିକ ଶକ୍ତି ପାଲଟିଛି। ଏହି କାରଣରୁ ଜାପାନ ସହିତ ଏହି ଦେଶ ଭାରତ-ପ୍ରଶାନ୍ତ ମହାସାଗରରେ ଆମେରିକାର ନୀତିର ମୂଳ ସ୍ଥାନ ପାଲଟିଛି। ନିକଟ ଭବିଷ୍ୟତରେ ଭାଜପା ଭାରତରେ ଅଧିକାଂଶ ନିଷ୍ପତ୍ତି ନେବ ଏବଂ ଏହାର ସାହାଯ୍ୟ ବିନା ଆମେରିକା ଚାଇନାର ବଢୁଥିବା ଶକ୍ତି ସନ୍ତୁଳନ ପାଇଁ ନେଇଥିବା ସମସ୍ତ ପଦକ୍ଷେପ ଦୁର୍ବଳ ରହିବ।
ମିଡ କହିଛନ୍ତି, ଭାଜପାକୁ ବିଶ୍ୱରେ ଖୁବ୍‌ କମ୍‌ ଲୋକ ଜାଣନ୍ତି। କାରଣ ଅଧିକାଂଶ ଅଣ-ଭାରତୀୟ ଏହାର ଉତ୍‌ଥାନ ସହିତ ଜଡିତ ରାଜନୈତିକ ଏବଂ ସାଂସ୍କୃତିକ ଇତିହାସ ବିଷୟରେ ଜାଣିନାହାନ୍ତି। ମୁସଲିମ ଭାଇଚାରା ଭଳି ଭାଜପା ପାଶ୍ଚାତ୍ୟ ଉଦାରବାଦୀବାଦର ଅନେକ ଧାରଣାକୁ ପ୍ରତ୍ୟାଖ୍ୟାନ କରିଛି ଏବଂ ଆଧୁନିକତାର ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ପାରାମିଟରକୁ ଗ୍ରହଣ କରିଛି। ଚାଇନା କମ୍ୟୁନିଷ୍ଟ ପାର୍ଟି ପରି ଭାଜପା ଏକ ବିଲିୟନରୁ ଅଧିକ ଜନସଂଖ୍ୟା ବିଶିଷ୍ଟ ଏକ ଦେଶକୁ ବିଶ୍ୱ ସୁପର ପାୱାର କରିବାକୁ ଚାହୁଁଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଇସାରା ଇସାରାରେ ପାକିସ୍ତାନକୁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୨୪ା୪: ଫେବୃଆରୀ ୮ ସାଧାରଣ ନିର୍ବାଚନ ପରେ ଇରାନର ରାଷ୍ଟ୍ରପତି ସୟଦ ଇବ୍ରାହିମ ରାଇସିଙ୍କ ଇସଲାମାବାଦ ଗସ୍ତ ପ୍ରଥମ ରାଜ୍ୟ ମୁଖ୍ୟଙ୍କ ଦ୍ୱାରା ହୋଇଛି। ତାଙ୍କର...

ପାଶ୍ଚରାଇଜ୍ଡ କ୍ଷୀରରେ ମିଳିଲା ବାର୍ଡ ଫ୍ଲୁ ଜୀବାଣୁର ଅବଶିଷ୍ଟାଂଶ, ପରୀକ୍ଷା ପାଇଁ ପଠାଗଲା ନମୁନା

ଓ୍ବାଶିଂଟନ,୨୪।୪: ଆମେରିକାର ବିଭିନ୍ନ ରାଜ୍ୟରେ ଡେୟରି ଗାଈମାନଙ୍କଠାରେ H5N1 ଷ୍ଟ୍ରେନ ପ୍ରଥମ ଥର ପାଇଁ ଚିହ୍ନଟ ହୋଇଛି। ଏହା ପ୍ରାୟ ୮ଟି ରାଜ୍ୟରେ ବ୍ୟାପିଛି। ଏହି...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri