Posted inଜାତୀୟ

ଭାଜପା ନେତାଙ୍କୁ ନିର୍ମମ ହତ୍ୟା, ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭ ।୭: କର୍ନାଟକର ଦକ୍ଷିଣ କନ୍ନଡ ଜିଲାରେ ଭାରତୀୟ ଜନତା ପାର୍ଟି(ଭଜପା) ଯୁବମୋର୍ଚ୍ଚାର କର୍ମୀ ପ୍ରବିଣ ନେଟ୍ଟାରୁଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । କେହି ଅଜଣା ବ୍ୟକ୍ତି ତାଙ୍କୁ ହତ୍ୟା କରିଛନ୍ତି । ନେଟ୍ଟାରୁ ଭାଜପା ଯୁବ ମୋର୍ଚ୍ଚାର ଜିଲା ସଚିବ ଥିଲେ । ଏହି ଘଟଣାକୁ ନେଇ କର୍ନାଟକ ମୁଖ୍ୟମନ୍ତ୍ରୀ ବସବରାଜ ବୋମ୍ମଇ ଭାଜପା ନେତାଙ୍କ ପରିବାରକୁ ସମବେଦନା ଜଣାଇବା ସହ ପରିବାରକୁ ଖୁବଶୀଘ୍ର ନ୍ୟାୟ ମିଳିବ ବୋଲି କହିଛନ୍ତି । ଏହସହ ମୁଖ୍ୟମନ୍ତ୍ରୀ ଏହି ଘଟଣାର ନିନ୍ଦା ବି କରିଛନ୍ତି ।

ସୂଚନାଯୋଗ୍ୟ, ମଙ୍ଗଳବାର ନେଟ୍ଟାରୁ ତାଙ୍କ ଦୋକାନ ବନ୍ଦ କରୁଥିବା ସମୟରେ ବାଇକରେ ଆସିଥିବା ଅଜ୍ଞାତ ଆକ୍ରମଣକାରୀ ତାଙ୍କୁ କୁରାଢି ଓ ଖଣ୍ଡାରେ ଆକ୍ରମଣ କରିଥିଲେ । ଫଳରେ ସେ ଗୁରୁତର ହୋଇ ପଡିଥିଲେ । ତୁରନ୍ତ ତାଙ୍କୁ ହସ୍ପିଟାଲ ନିଆଯାଇଥିଲେ ବି ବାଟରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା ।
ଏହି ଘଟଣା ଜଣାପଡିବା ପରେ ମୁଖ୍ୟମନ୍ତ୍ରୀ ବସବରାଜ ବୋମ୍ମଇ ଟୁଇଟ କରି ଦୁଃଖ ପ୍ରକାଶ କରିବା ସହ ଘଟଣାର ନିନ୍ଦା କରିଥିଲେ । ଏହି ଘଟଣାର ବିରୋଧ କରି ଭାଜପା କର୍ମୀମାନେ ସାରା ରାତି ସଡ଼କ ଉପରେ ବସି ରହିଥିଲେ । ଏହାସହ ଆମକୁ ନ୍ୟାୟ ଦରକାର ବୋଲି ସ୍ଲୋଗାନ ବି ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri