ସୋଫିଆଙ୍କ ବିରୋଧରେ ତେଜିଲା ସ୍ବର; ଦେଶ ବିରୋଧୀ ସ୍ଲୋଗାନ ପାଇଁ କାର୍ଯ୍ୟାନୁଷ୍ଠାନ ଦାବି କଲେ ଭାଜପା ଯୁବମୋର୍ଚ୍ଚା, ହିନ୍ଦୁସେନା

କଟକ, ୧୦ା୬(ଶିଳ୍ପା ପ୍ରିୟଦର୍ଶିନୀ): ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀର ନବନିର୍ବାଚିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ବିରୋଧରେ ଭାଜପା ଯୁବମୋର୍ଚ୍ଚା କଟକନଗର ପକ୍ଷରୁ ସ୍ବର ଉତ୍ତୋଳନ କରାଯାଇଛି। ଏଥିସହ ସୋଫିଆଙ୍କ ବିରୋଧରେ ଲାଲବାଗ ଥାନାରେ ଲିଖିତ ଅଭିଯୋଗପତ୍ର ଦିଆଯାଇଛି। ସେଥିରେ ଦର୍ଶାଯାଇଛି, କଟକ ମହାନଗର ନିଗମ(ସିଏମ୍‌ସି) ଅଧୀନ ୧୩ ନମ୍ବର ଓ୍ବାର୍ଡରେ ଶନିବାର କଂଗ୍ରେସର ବିଜୟ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏଥିରେ ଛୋଟ ପିଲାଙ୍କୁ ସାମିଲ କରାଯିବା ସହ ପାକିସ୍ତାନ ଜିନ୍ଦାବାଦ୍‌ ନାରା ଦିଆଯାଇଥିଲା।

ଏହା ଅତ୍ୟନ୍ତ ଅଶୋଭନୀୟ ଓ ନିନ୍ଦନୀୟ ଘଟଣା। ତୁରନ୍ତ ଏହି ଘଟଣାର ତଦନ୍ତ କରାଯିବା ସହ ସୋଫିଆ ବିଧାୟିକା ଭାବେ ଶପଥ ନେବା ପୂର୍ବରୁ ତାଙ୍କୁ ବହିଷ୍କାର କରିବା ପାଇଁ ଭାଜପା ଯୁବମୋର୍ଚ୍ଚା ଦାବି କରିଛି। ଏହାକୁ ନେଇ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ଲାଲ୍‌ବାଗ ଥାନା ସମ୍ମୁଖରେ ସୋଫିଆଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ଏଥିସହ ଥାନାରେ ଜୋନ୍‌-୩ ଏସିପି ପ୍ରଦୀପ କୁମାର ରାଉତଙ୍କୁ ଲିଖିତ ଆକାରରେ ଅବଗତ କରାଯାଇଛି। ଏନେଇ ଭାଜପା ଯୁବମୋର୍ଚ୍ଚା କଟକ ନଗର ସଭାପତି ହରିଚନ୍ଦନ ନାୟକ କହିଛନ୍ତି, ସୋଫିଆ ବିଧାନସଭାରେ ଦାବି ଉପସ୍ଥାପନା କରିବା ପୂର୍ବରୁ କଟକରେ ଏଭଳି ସ୍ଥିତି ଉପୁଜିଲାଣି। ଶୋଭାଯାତ୍ରାରେ ଛୋଟ ପିଲାଙ୍କୁ ସାମିଲ କରାଯିବା ସହ ପାକିସ୍ତାନ ଜିନ୍ଦାବାଦ ସ୍ଲୋଗାନ ଦିଆଯିବା ଅତ୍ୟନ୍ତ ଲଜ୍ଜାଜନକ ଘଟଣା। ତୁରନ୍ତ ଏ ଦିଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଆଗାମୀ ଦିନରେ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ରାସ୍ତାରେ ଧାରଣା ଦିଆଯିବ ବୋଲି ନାୟକ ଚେତାବନୀ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ଭାଜପା ଯୁବମୋର୍ଚ୍ଚା କଟକ ନଗରର କର୍ମୀମାନେ ଉପସ୍ଥିତ ଥିଲେ।

ସେହିପରି ଉକ୍ତ ଘଟଣାକୁ ହିନ୍ଦୁସେନା ପକ୍ଷରୁ ବିରୋଧ କରାଯାଇ ରବିବାର ପଦଯାତ୍ରା ଅନୁଷ୍ଠିତ ହୋଇଥିଲା। ଚାନ୍ଦିନୀଚୌକସ୍ଥିତ ଜଗନ୍ନାଥ ମନ୍ଦିର ନିକଟରୁ ପଦଯାତ୍ରା ବାହାରି ଲାଲ୍‌ବାଗ ଥାନା ସମ୍ମୁଖରେ ପହଞ୍ଚିଥିଲା। ପରେ ଥାନାରେ ଏସିପି ରାଉତଙ୍କୁ ଲିଖିତ ଆକାରରେ ଅବଗତ କରାଯାଇଥିଲା। ଏନେଇ ହିନ୍ଦୁସେନା ରାଜ୍ୟ ସଭାପତି ଦେବାଶିଷ ରାଉତ କହିଛନ୍ତି, ଶୋଭାଯାତ୍ରାରେ କର୍ମୀମାନେ ଦେଶଦ୍ରୋହ ସ୍ଲୋଗାନ ଦେଉଛନ୍ତି। ଏ ସମ୍ପର୍କିତ ଭିଡିଓ ଭାଇରାଲ ହେବାରେ ଲାଗିଛି।

କଟକ ପାଇଁ ଏହା ଲଜ୍ଜାଜନକ ପରିସ୍ଥିତି ସୃଷ୍ଟି କରିଛି। ଏ ଦିଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଆଗାମୀ ଦିନରେ ଲାଲବାଗ ଥାନା ସମ୍ମୁଖରେ ବିକ୍ଷୋଭ କରିବୁ। ଫଳରେ ଯାହା ପରିସ୍ଥିତି ସୃଷ୍ଟି ହେବ ସେଥିପାଇଁ ପୋଲିସ ପ୍ରଶାସନ ଦାୟୀ ରହିବ ବୋଲି ରାଉତ କହିଛନ୍ତି। ଏହି ଶୋଭାଯାତ୍ରାରେ ହିନ୍ଦୁସେନାର ଶତାଧିକ କର୍ମୀ ଉପସ୍ଥିତ ଥିଲେ। ଏହି ଘଟଣାର ତଦନ୍ତ କରାଯିବ ବୋଲି ଏସିପି ରାଉତ ପ୍ରତିଶ୍ରୁତି ଦେଇଛନ୍ତି। ଅପରପକ୍ଷରେ ସୋଫିଆ କହିଛନ୍ତି, ଉକ୍ତ ଭିଡିଓକୁ ଏଡିଟ୍‌ କରି ଜାଣିଶୁଣି ଭାଇରାଲ କରାଯାଉଛି। ସିଏମ୍‌ସିର ୧୩ ନମ୍ବର ଓ୍ବାର୍ଡ ବାସିନ୍ଦା ଶୋଭାଯାତ୍ରା ଆୟୋଜନ କରିଥିଲେ। ଶୋଭାଯାତ୍ରା ନେଇ ୱାର୍ଡର ମୁଖ୍ୟ ଏକ ଭିଡିଓ ଜାରି କରି ଏହାକୁ ଏଡିଟ୍‌ କରାଯାଇ ଅପପ୍ରଚାର କରାଯାଉଥିବା ସତ୍ୟ ସାମ୍ନାକୁ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri