ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡା ଓ ଜିଲା ଭାଜପା ସଭାପତି ନୀଳମାଧବ ପାତ୍ରଙ୍କ ଅନୁମୋଦନ କ୍ରମେ ସମସ୍ତ ଜିଲା ପଦାଧିକାରୀଙ୍କ ନାମ ଘୋଷଣା ହୋଇଛି।

ସଭାପତି ଭାବେ ପୋଲସରାର କୃଷ୍ଣଚନ୍ଦ୍ର ମହାପାତ୍ର ମନୋନୀତ ହୋଇଛନ୍ତି। ସେହିଭଳି ଉପସଭାପତି ଭାବେ ଭଞ୍ଜନଗରର କୁନି ବିସୋଇ, ବେଲଗୁଣ୍ଠାର ଶୁଭଶ୍ରୀ ପରିଡ଼ା, ପୋଲସରାର ଦୁର୍ଗା ପ୍ରସାଦ ବେହେରା, ସୋରଡ଼ାର ଶ୍ରୀତମ କୁମାର ନାୟକ, ଜଗନ୍ନାଥପ୍ରସାଦର ଲାଲୁ ଓଦଡ୍ରା ମନୋନୀତ ହୋଇଛନ୍ତି। ସାଧାରଣ ସମ୍ପାଦକ ଭାବେ ସୋରଡ଼ାର ଧରଣୀଧର ବେହେରା, ଜଗନ୍ନାଥପ୍ରସାଦର ସରୋଜ କାନ୍ତ ଗୌଡ଼ ମନୋନୀତ ହୋଇଥିବା ବେଳେ ସମ୍ପାଦକ ଭାବେ ଭଞ୍ଜନଗରର ସାଇ ଆଦିତ୍ୟ ଜେନା, ସୋରଡ଼ା ର ଡମ୍ବରୁଧର ସାଇଁ, ବୁଗୁଡ଼ା ର ଶୁଭମ ପ୍ରସାଦ ସାହୁ, ବେଲଗୁଣ୍ଠାର ଦୀପକ ବିଷୋୟୀ ମନୋନୀତ ହୋଇଛନ୍ତି। କାର୍ଯ୍ୟାଳୟ ସମ୍ପାଦକ ଭାବେ ବୁଗୁଡାର ଶୁଭମ ମିଶ୍ର, କୋଷାଧକ୍ଷ ଭାବେ ଭଞ୍ଜନଗର ର ଉମାକାନ୍ତ ବେହେରା ଓ ଆଇଟି ଏବଂ ସାମାଜିକ ଗଣମାଧ୍ୟମ ସମ୍ପାଦକ ଭାବେ ବୁଗୁଡାର ସୋରେନ କୁମାର ପ୍ରଧାନ ମନୋନୀତ ହୋଇଛନ୍ତି। ନୂତନ କର୍ମକର୍ତ୍ତାଙ୍କୁ ବିଭିନ୍ନ ଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି। ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷଣା ପରେ ଜିଲାରେ ଛାତ୍ର ସଂଗଠନ ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri