ପ୍ରଚାର କଲେଣି ଭାଜପା, କଂଗ୍ରେସ:ବିଜେଡି ନୀରବ

ହାଟଡିହୀ,୧୭l୪(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ କଂଗ୍ରେସ ଓ ଭାଜପା ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତିି। ଭାଜପାରୁ ଆଲୋକ ସେଠୀ ଓ କଂଗ୍ରେସରୁ ଜୟଦେବ ଯେନା ଉଭୟେ ହାଟଡିହୀ ବ୍ଲକ ଅଞ୍ଚଳର ବାସିନ୍ଦା। ସେମାନେ ପ୍ରଚାର ଆରମ୍ଭ କରିଦେଇଥିବା ବେଳେ ବିଜେଡି ନୀରବ ରହିଛି। କାରଣ ଦଳ ଏଯାଏ ପ୍ରାର୍ଥୀ ଘୋଷଣା କରିନାହିଁ।
୨୦୧୯ରେ ବିଜେଡିରୁ ବିଧାୟକ ଭାବେ ଭାଗୀରଥି ସେଠୀ ବିଜୟୀ ହୋଇଥିଲେ। ୨୦୨୨ ପଞ୍ଚାୟତ ନିର୍ବାଚନର ଫଳାଫଳକୁ ଦେଖିଲେ ବିଜେଡି ଓ କଂଗ୍ରେସର ଭୋଟ ପରିମାଣ ୨୦୧୯ ବିଧାନସଭା ନିର୍ବାଚନର ଭୋଟ ପରିମାଣଠାରୁ କମ୍‌ ରହିଛି। ବିଜେଡିର ଭୋଟ ପରିମାଣ କମିବା ପଛରେ ଦୁଇ ପୁରୁଣା ବିଧାୟକ ଭାଗୀରଥି ସେଠୀ ଏବଂ ମାୟାଧର ଯେନାଙ୍କ ପ୍ରତି କର୍ମୀ ଅସନ୍ତୋଷ ବ୍ୟକ୍ତ କରୁଥିବା ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ ଭାଜପାର ଭୋଟ ପରିମାଣ ଇତିମଧ୍ୟରେ ବଢ଼ିଛି। ୨୦୧୯ ବିଧାନସଭା ନିର୍ବାଚନରେ କଂଗ୍ରେସକୁ ୪୫,୬୫୭, ବିଜେଡିକୁ ୮୯,୮୫୦ ଏବଂ ଭାଜପାକୁ ୩୧, ୫୫୪ ଖଣ୍ଡ ଭୋଟ ମିଳିଥିଲା। ୨୦୨୨ ପଞ୍ଚାୟତ ନିର୍ବାଚନରେ ୧ ଲକ୍ଷ ୮୪ ହଜାର ୮୯୩ ଜଣ ଭୋଟ ଦେଇଥିଲେ। ମୋଟ ୭ ଜିଲା ପରିଷଦ ଜୋନ୍‌ ଏବଂ ଆନନ୍ଦପୁର ମ୍ୟୁନିସିପାଲିଟିରୁ କଂଗ୍ରେସକୁ ୧୯, ୫୯୭ ଖଣ୍ଡ, ବିଜେଡିକୁ ୮୯, ୭୧୩ ଖଣ୍ଡ ଏବଂ ଭାଜପାକୁ ୭୦, ୮୧୭ ଖଣ୍ଡ ଭୋଟ ମିଳିଥିଲା। କଂଗ୍ରେସକୁ ପଛରେ ପକାଇ ଭାଜପା ଦ୍ୱିତୀୟ ସ୍ଥାନରେ ରହି ବିଜେଡି ସହ ପ୍ରତିଦ୍ବନ୍ଦ୍ୱିତା କରିଥିଲା। ତେବେ ଭାଜପାର ଆଲୋକ ଏବେ ମୋଦି ଗ୍ୟାରେଣ୍ଟିକୁ ନେଇ ନିର୍ବାଚନ ପ୍ରଚାରକୁ ଜୋର କରିଛନ୍ତିି। ସେ ଏଥର ସେଠାରେ ଭଲ ପ୍ରଦର୍ଶନ କରିବେ ବୋଲି ତାଙ୍କ ସମର୍ଥକମାନେ କହୁଛନ୍ତି।
ପୂର୍ବ ରେକର୍ଡକୁ ଦେଖିଲେ ଏଠାରେ ବିଜେଡି, ଭାଜପା ଏବଂ କଂଗ୍ରେସ ମଧ୍ୟରେ ତ୍ରିମୁଖୀ ଲଢ଼େଇ ହୁଏ। ଗତ ୩ ବିଧାନସଭା ନିର୍ବାଚନରେ ଲଗାତର ପରାଜିତ ହୋଇଥିବା କଂଗ୍ରେସର ଜୟଦେବ ଯେନାଙ୍କ ପାଇଁ ଏଥର ନିର୍ବାଚନ କର ବା ମର ସ୍ଥିତି ସୃଷ୍ଟି କରିଛି। ଜୟଦେବ ବିଭିନ୍ନ ଅଞ୍ଚଳ ଗସ୍ତକରି ପ୍ରଚାର କରିଚାଲିଛନ୍ତି। ଦଳ ଛାଡ଼ି ପଳାଇଥିବା କର୍ମୀଙ୍କୁ ଫେରାଇ ଆଣିବାକୁ ଚେଷ୍ଟା କରୁଛନ୍ତି। ବିଜେଡି କଥା ଦେଖିଲେ ପୁରୁଣା ମୁହଁକୁ ବାଦ୍‌ ଦେଇ ଖୁବ୍‌ଶୀଘ୍ର ଦଳ ଏଠାରେ ନୂଆ ପ୍ରାର୍ଥୀ ଘୋଷଣା କରିବ ବୋଲି ଦଳୀୟ କର୍ମୀମାନେ ଆଶା ବାନ୍ଧିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri