Posted inଜାତୀୟ

ବିହାର ବିଧାନସଭା ନିର୍ବାଚନରେ ଭାଜପାର ୧୧ ସଂକଳ୍ପ: ମାଗଣା କରୋନା ଟିକା-୧୯ଲକ୍ଷଙ୍କୁ ନିଯୁକ୍ତି

ପାଟନା, ୨୨।୧୦: ବିହାର ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ୧୧ ସଂକଳ୍ପ ଥିବା ଘୋଷଣା ପତ୍ର ଗୁରୁବାର ଜାରି କରାଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଉପସ୍ଥିତିରେ ଘୋଷଣା ପତ୍ର ଜାରି କରାଯାଇଛି। ଏହି ଅବସରରେ ରାଜ୍ୟ ଭାଜପା ଅଧ୍ୟକ୍ଷ ସଞ୍ଜୟ ଜୟସ୍ବାଲ, ଭୂପେନ୍ଦ୍ର ଯାଦବ, ନିତ୍ୟାନ୍ଦ ରାୟ, ଅଶ୍ୱିନୀ ଚୌବେ, ପ୍ରମୋଦ କୁମାର ପ୍ରମୁଖ ଉପସ୍ଥିତଥିଲେ। ରାଜ୍ୟରେ ମାଗଣାରେ କରୋନା ଟିକା ଦେବାକୁ ଘୋଷଣା ପତ୍ରରେ ଉଲ୍ଲେଖ କରାଯାଇଛି। ସେହିପରି ୧୯ ଲକ୍ଷ ବେକାରଙ୍କୁ ନିଯୁକ୍ତି ସୁଯୋଗ ପ୍ରଦାନ ସହିତ ଏକ କୋଟି ମହିଳାଙ୍କୁ ଆତ୍ମନିର୍ଭର କରାଇବା ଲକ୍ଷ୍ୟକୁ ଘୋଷଣା ପତ୍ରରେ ଅନ୍ତର୍ଭୁକ୍ତ କରାଯାଇଛି। ୨୦୨୦ ସୁଦ୍ଧା ରାଜ୍ୟର ୩୦ ଲକ୍ଷ ଗରିବ ଲୋକଙ୍କୁ ପକ୍କା ଘର ଯୋଗାଇ ଦିଆଯିବା ସହିତ ଦରଭଙ୍ଗାରେ ଏମ୍ସ୍‌ ସ୍ଥାପନର ପ୍ରତିଶ୍ରୁତି ଭାଜପା ପକ୍ଷରୁ ଦିଆଯାଇଛି। ମେଡ଼ିକାଲ, ଇଞ୍ଜିନିୟରିଂ ଅନ୍ୟ ଜ୍ଞାକୌଶଳ ଭିତ୍ତିକ ଶିକ୍ଷା ହିନ୍ଦୀ ଭାଷାରେ ଉପଲବ୍ଧ କରାଇବାକୁ ଘୋଷଣା ପତ୍ରରେ କୁହାଯାଇଛି। ୨ ବର୍ଷର ୧୫ ନୂଆ ପ୍ରକିୟାକରଣ ଉଦ୍ୟୋଗ ସ୍ଥାପନ, ମଧୁର ମାଛ ଉତ୍ପାଦନ ବୃଦ୍ଧି ଆଦି ଲୋଭନୀୟ ପ୍ରତିଶ୍ରୁତି ଘୋଷଣା ପତ୍ରରେ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri