Posted inଜାତୀୟ

ଭାଜପାର ବଡ଼ ଆକ୍ସନ, ଅଧ୍ୟକ୍ଷ ପଦରୁ ହଟିଲେ ରବୀନ୍ଦ୍ର

ଶ୍ରୀନଗର,୩।୧୧: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ପରେ ଭାଜପା ବର୍ତ୍ତମାନ ସଂଗଠନରେ ପରିବର୍ତ୍ତନ ଆଣିବା ଆରମ୍ଭ କରିଛି। ଭାଜପା ସତ ଶର୍ମାଙ୍କୁ ଜମ୍ମୁ କଶ୍ମୀର ଭାଜପାର ନୂତନ ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛି। ଦଳ ପକ୍ଷରୁ ଜାରି ଏକ ଚିଠିରେ କୁହାଯାଇଛି ଯେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ସତ ଶର୍ମାଙ୍କୁ ଭାରତୀୟ ଜନତା ପାର୍ଟି ଜମ୍ମୁ କଶ୍ମୀରର ପ୍ରଦେଶ ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି।
ଜମ୍ମୁ କଶ୍ମୀର ଭାଜପା ସଭାପତି ପଦରୁ ହଟାଯିବା ପରେ ରବିନ୍ଦ୍ର ରାଇନାଙ୍କୁ ଦଳର ଜାତୀୟ କାର୍ଯ୍ୟନିର୍ବାହୀ ସଦସ୍ୟ ଭାବେ ନିଯୁକ୍ତି ଦିଆଯାଇଛି। ଆପଣଙ୍କୁ କହିରଖୁଛୁ ଯେ ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ପୂର୍ବରୁ ଦଳ ସତ ଶର୍ମାଙ୍କୁ ରାଜ୍ୟର କାର୍ଯ୍ୟକାରୀ ସଭାପତି ଭାବରେ ନିଯୁକ୍ତ କରିଛି।

ସୂଚନାଯୋଗ୍ୟ, ଜମ୍ମୁ କଶ୍ମୀର ଭଜେପାର ନୂତନ ଅଧ୍ୟକ୍ଷ ସତ ଶର୍ମା ଏହି ପଦବୀରେ ରହିଆସିଛନ୍ତି। ସଂଗଠନରେ କାର୍ଯ୍ୟ କରିବାର ତାଙ୍କର ଅଭିଜ୍ଞତା ଅଛି। ପାର୍ଟି ସୂତ୍ର ଅନୁଯାୟୀ, ରବିନ୍ଦ୍ର ରାଇନାଙ୍କ କାର୍ଯ୍ୟକାଳ ବହୁ ପୂର୍ବରୁ ଶେଷ ହୋଇଥିଲା। ସେ ୨୦୧୮ରୁ ଏହି ପଦବୀରେ ଥିଲେ। ଦଳ ସୂତ୍ରରୁ ପ୍ରକାଶ ଯେ ଦଳ ସାଂଗଠନିକ ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଛି, ତେଣୁ ନେତୃତ୍ୱରେ ପରିବର୍ତ୍ତନ ଏକ ପ୍ରାକୃତିକ ପ୍ରକ୍ରିୟା। ସେ କହିଛନ୍ତି ଆଗାମୀ ଦିନରେ ଦଳ ଅନେକ ରାଜ୍ୟରେ ନୂତନ ଅଧ୍ୟକ୍ଷ ପାଇବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ। ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ ପରିଣତ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri