Posted inଜାତୀୟ

ଭାଜପାର ବଡ଼ ଘୋଷଣା: ବୈଜୟନ୍ତଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ

ନୂଆଦିଲ୍ଲୀ,୧୫।୧୨: ଭାରତୀୟ ଜନତା ପାର୍ଟି ତାମିଲନାଡୁ ଏବଂ ଆସାମ ବିଧାନସଭା ନିର୍ବାଚନ ପାଇଁ ପ୍ରଭାରୀ ଏବଂ ସହ-ପ୍ରଭାରୀଙ୍କ ନାମ ଘୋଷଣା କରିଛି ଭାଜପା। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ପ୍ରଭାରୀ କରାଯାଇଛି। ଆସାମ ବିଧାନସଭା ନିର୍ବାଚନ ପାଇଁ ଏହି ଦାୟିତ୍ୱ ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ଦିଆଯାଇଛି।

ଦଳର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅରୁଣ ସିଂହଙ୍କ ଦ୍ୱାରା ଜାରି ଚିଠି ଅନୁଯାୟୀ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ତାମିଲନାଡୁ ବିଧାନସଭା ପାଇଁ ନିର୍ବାଚନ ପ୍ରଭାରୀ ଏବଂ ସହ-ପ୍ରଭାରୀ ନିଯୁକ୍ତ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ନିର୍ବାଚନ ପ୍ରଭାରୀ ନିଯୁକ୍ତ କରାଯାଇଛି। କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଏବଂ ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ମୁରଲୀଧର ମୋହୋଲଙ୍କୁ ସହ-ପ୍ରଭାରୀ ନିଯୁକ୍ତ କରାଯାଇଛି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଲିଭ୍‌ ଇନ୍‌ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…

ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍‌ ଇନ୍‌ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ…

ମାଓବାଦୀ ନେତା ଶୁକ୍ରୁ ବିପଦରେ

ଭୁବନେଶ୍ୱର,୨୦।୩: ଡିଜିପି ଓ୍ବାଇ.ବି ଖୁରାନିଆଙ୍କ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ରାଜ୍ୟରୁ ମାଓବାଦୀ ନିପାତ ଲକ୍ଷ୍ୟରେ ଶେଷ ଲଢ଼େଇ ଜାରି…

ଇରାନ ବିବାଦ: ଟ୍ରମ୍ପଙ୍କ ନାଁ ନନେଇ ଏମିତି କହିଦେଲେ ମୋହନ ଭାଗବତ, ବିଶ୍ବକୁ ଦେଲେ ଶାନ୍ତିର ମନ୍ତ୍ର

ନୂଆଦିଲ୍ଲୀ,୨୦।୩: ଇରାନ-ଆମେରିକା ବିବାଦ ଭିତରେ ଆରଏସଏସ ମୁଖ୍ୟ ମୋହନ ଭାଗବତ ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଛନ୍ତି । ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ: ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୦।୩: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଗୃହରେ ଏକ ବଡ଼ ବୟାନ ଦେଇଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୯୩୦ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ…

ରାଜ୍ୟ ସରକାରଙ୍କ ବଡ଼ ଆକ୍ସନ: ୨୫ ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର,୨୦ା୩: ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ…

ସରକାରଙ୍କ ନୂଆ ନିର୍ଦ୍ଦେଶ: ତେଲ-ଗ୍ୟାସ ବ୍ୟବହାର କରୁଥିବା କମ୍ପାନୀଗୁଡ଼ିକୁ କରିବାକୁ ପଡିବ ଏହି କାମ

ନୂଆଦିଲୀ,୨୦।୩: ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ଶକ୍ତି ସଙ୍କଟ ମଧ୍ୟରେ, ସରକାର ଦେଶ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛନ୍ତି। ଏହି…

ଯୁଦ୍ଧ ମଧ୍ୟରେ ଆଡଭାଇଜରି ଜାରି କଲା DGCA: ଏହି ୯ଟି ଦେଶର ଆକାଶମାର୍ଗରେ ଯାତ୍ରା ନ କରିବାକୁ ପରାମର୍ଶ

ନୂଆଦିଲ୍ଲୀ,୨୦ା୩: ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଯୁଦ୍ଧଗ୍ରସ୍ତ ଉପସାଗରୀୟ ଅଞ୍ଚଳରେ ୯ଟି ଦେଶର ଆକାଶମାର୍ଗକୁ ଏଡ଼ାଇବା ପାଇଁ ପରାମର୍ଶ ଦେଇଛି। ଏହି ଅଞ୍ଚଳରେ ଚାଲିଥିବା ସଂଘର୍ଷ…

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବେ ଛଅଟି ଦେଶ; ବିଶ୍ୱ ସାରାରେ ଖାଦ୍ୟ ସଙ୍କଟ ତୀବ୍ର ହୋଇପାରେ

ତେହାରାନ,୨୦।୩: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଆମେରିକା ଏବଂ ଇସ୍ରାଏଲର ଭୟଙ୍କର ଆକ୍ରମଣରୁ ପୂର୍ବରୁ ଜଳୁଥିବା ଏକ ମୋର୍ଚ୍ଚାରେ, ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri