ଭାଜପାର ବଡ଼ ଘୋଷଣା: ବୈଜୟନ୍ତଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ

ନୂଆଦିଲ୍ଲୀ,୧୫।୧୨: ଭାରତୀୟ ଜନତା ପାର୍ଟି ତାମିଲନାଡୁ ଏବଂ ଆସାମ ବିଧାନସଭା ନିର୍ବାଚନ ପାଇଁ ପ୍ରଭାରୀ ଏବଂ ସହ-ପ୍ରଭାରୀଙ୍କ ନାମ ଘୋଷଣା କରିଛି ଭାଜପା। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ପ୍ରଭାରୀ କରାଯାଇଛି। ଆସାମ ବିଧାନସଭା ନିର୍ବାଚନ ପାଇଁ ଏହି ଦାୟିତ୍ୱ ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ଦିଆଯାଇଛି।

ଦଳର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅରୁଣ ସିଂହଙ୍କ ଦ୍ୱାରା ଜାରି ଚିଠି ଅନୁଯାୟୀ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ତାମିଲନାଡୁ ବିଧାନସଭା ପାଇଁ ନିର୍ବାଚନ ପ୍ରଭାରୀ ଏବଂ ସହ-ପ୍ରଭାରୀ ନିଯୁକ୍ତ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ନିର୍ବାଚନ ପ୍ରଭାରୀ ନିଯୁକ୍ତ କରାଯାଇଛି। କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଏବଂ ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ମୁରଲୀଧର ମୋହୋଲଙ୍କୁ ସହ-ପ୍ରଭାରୀ ନିଯୁକ୍ତ କରାଯାଇଛି।

 

Dharitri – Odisha’s No.1 Odia Daily