ଭାଜପାର ବଡ଼ ଘୋଷଣା: ସରକାରକୁ ଆସିଲେ ଖୋଲାଯିବ ରତ୍ନ ଭଣ୍ଡାର

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରରେ ଏକ ବଡ଼ ପ୍ରତିଶ୍ରୁତି ଦିଆଯାଇଛି। ଭାଜପା ସରକାରକୁ ଆସିଲେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି ଦଳର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଘୋଷଣା କରିଛନ୍ତି। ସେ କହିଛନ୍ତି, ହଜିଥିବା ରତ୍ନଭଣ୍ଡାର ଚାବିର ତଦନ୍ତ ହେବ ଏବଂ ରତ୍ନଭଣ୍ଡାର ଖୋଲାଯିବ।ରତ୍ନ ଗଣତି, ମଣତି କରାଯାଇ ତଥ୍ୟ ସାର୍ବଜନୀନ ହେବ। କ୍ଷତିଗ୍ରସ୍ତ ହୋଇଥିବା ମଠ ଗୁଡ଼ିକର ପୁନରୁଦ୍ଧାର କରାଯିବ। କେବଳ ଏତିକି ନୁହେଁ, ଭକ୍ତମାନଙ୍କ ପାଇଁ ଶ୍ରୀମନ୍ଦିର ଚାରି ଦ୍ବାର ଖୋଲି ଦିଆଯିବ। ଶ୍ରୀମନ୍ଦିର ପ୍ରଶାସନରେ ଚାଲିଥିବା ଅବ୍ୟବସ୍ଥା ଦୂର କରାଯିବ। ଶ୍ରୀମନ୍ଦିର ପ୍ରଶାସନକୁ ସଂପୂର୍ଣ୍ଣ ସ୍ବଚ୍ଛତାର ସହ ପରିଚାଳନା କରାଯିବ।
ଏହାସହ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡା ବିଜେଡି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିକାଶ ବ୍ୟବସ୍ଥା ସଂପୂର୍ଣ୍ଣ ଭୁଶୁଡି ପଡିଛି। ମହିଳା ନିର୍ଯାତନାରେ ଓଡ଼ିଶା ଦେଶରେ ନମ୍ବର-୧ ହୋଇଛି। ଲୋକେ ଦାଦନ ଖଟିବାକୁ ବାହାର ରାଜ୍ୟକୁ ପଳାଉଛନ୍ତି, ଏଠାକାର ସରକାରଙ୍କୁ ସେ ବିଷୟରେ ଚିନ୍ତା ନାହିଁ। ଚାଷୀଙ୍କୁ ସେମାନଙ୍କ ଫସଲର ଉପଯୁକ୍ତ ମୂଲ୍ୟ ମିଳୁନାହିଁ। ବଳାତ୍କାର, ହତ୍ୟାରେ ବିଜେଡି ଦଳର ନେତା ସଂପୃକ୍ତ ଅଛନ୍ତି। ବିଜେଡିର ୪୫ରୁ ଅଧିକ ବିଧାୟକ ବିଭିନ୍ନ ଅପରାଧରେ ସଂପୃକ୍ତ ଅଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ଏଠାରେ ଆୟୁଷ୍ମାନ ଭାରତ ଲାଗୁ ହେଉନି। ସ୍ବାସ୍ଥ୍ୟ ବ୍ୟବସ୍ଥା, ହସ୍ପିଟାଲ କୋମାକୁ ଚାଲିଯାଇଛି। ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି।
ସରକାରକୁ ଆସିବାକୁ ଆମେ ନିର୍ବାଚନ ଲଢୁଛୁ। ବିରୋଧୀ ଦଳରେ ବସିବାକୁ ଆମେ ନିର୍ବାଚନ ଲଢୁନୁ ବୋଲି ନଡ୍ଡା ସ୍ପଷ୍ଟ କରିଛନ୍ତି।
ରାଜ୍ୟ ଭାଜପାର ଇସ୍ତାହାରରେ ବିଶେଷ କରି ୪ଟି ବର୍ଗକୁ ଫୋକସ କରାଯାଇଛି। ଏଥିରେ ଯୁବ, ମହିଳା ଓ କୃଷକଙ୍କୁ ଅଧିକ ଗୁରୁତ୍ୱ ଦିଆଯାଇଥିବା ସୂଚନା ମିଳୁଛି। ଏହି ଅବସରରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ପୂର୍ବତନ ସଭାପତି ସମୀର ମହାନ୍ତି, ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ।
ଏହାପରେ ନଡ୍ଡା ଦଳର ବରିଷ୍ଠ ନେତାମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ସାରେ କଟକଠାରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?