ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ଏବଂ ତାଙ୍କ ଜନ୍ମଦିନ ଉପଲକ୍ଷେ ଏହି କାର୍ଯ୍ୟକ୍ରମ ଦେଶବ୍ୟାପୀ ଭାଜପା କରିବାକୁ ଯୋଜନା କରିଛି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବର୍ଗର ଲୋକମାନଙ୍କୁ ସାମିଲ କରିବାକୁ ଦଳ ପକ୍ଷରୁ ନିଷ୍ପତ୍ତି ହୋଇଛି। ଏହି କାର୍ଯ୍ୟକ୍ରମର ପ୍ରଥମ ଦିନ ଜନସେବକ ମହାକୁମ୍ଭ କରାଯିବ। ପଞ୍ଚାୟତରୁ ଆରମ୍ଭ କରି ସଂସଦ ପର୍ଯ୍ୟନ୍ତ ସବୁ ଜନପ୍ରତିନଧିମାନେ ବନ୍ଦେ ମାତରମ୍‌ର ସମସ୍ତ ୬ଟି ସ୍ତବକର ସାମୂହିକ ଗାନ କରିବେ। ଏହି କାର୍ଯ୍ୟକ୍ରମରେ ଆନୁମାନିକ ୧.୨୫ ଲକ୍ଷ ଜନପ୍ରତିନିଧି ସାମିଲ ହେବେ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ମାସେବ୍ୟାପୀ ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମ ଭିତରେ ଦଳ ପକ୍ଷରୁ ଛାତ୍ର ଏବଂ ଯୁବଗୋଷ୍ଠୀଙ୍କ ସହିତ ଅଧିକ ଯୋଡ଼ିହେବାକୁ ଲକ୍ଷ୍ୟ ରଖାଯାଇଛି। ନିକଟରେ ନୂଆଦିଲ୍ଲୀଠାରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ୍‌ ନବୀନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଦଳ ପକ୍ଷରୁ ଅଧିକରୁ ଅଧିକ ଯୁବଗୋଷ୍ଠୀ ସହ ଯୋଡ଼ିହେବା ଲାଗି କାର୍ଯ୍ୟକ୍ରମ କରିବା ପାଇଁ ଆଲୋଚନା ହୋଇଥିଲା। ତାକୁ ବାସ୍ତବରୂପ ଦେବା ଲାଗି ରାଜ୍ୟସ୍ତରରେ ମଧ୍ୟ ଦଳ ପକ୍ଷରୁ ଯୋଜନା କରାଯାଉଥିବା ଜଣାପଡିଛି।
ଦଳର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ବୁଧବାର ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦଳର ପ୍ରଭାରୀ ବିଜୟପାଲ ସିଂ ତୋମାର, ରାଜ୍ୟ ସାଧାରଣ ସମ୍ପାଦକ(ସଙ୍ଗଠନ) ମାନସ ମହାନ୍ତି ଏବଂ ଦଳର ଅନ୍ୟ କେତେଜଣ ମନ୍ତ୍ରୀ, ବିଧାୟକ, ରାଜ୍ୟ ପଦାଧିକାରୀ, ଜିଲା ସଭାପତି ଓ ପ୍ରଭାରୀ ଏବଂ ରାଜ୍ୟ ଓ ଜିଲାର ସଂଯୋଜକମାନେ ଯୋଗଦେଇଛନ୍ତି। ଏହି ଅଭିଯାନକୁ ସଫଳକରିବା ଲାଗି ଗଠିତ ରାଜ୍ୟସ୍ତରୀୟ କମିଟିରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସଂଯୋଜକ ଥିବାବେଳେ ରାଜ୍ୟ ସାଧାରଣ ସମ୍ପାଦକ ସୀମାଞ୍ଚଳ ଖଟେଇ ଏବଂ ସୁଶ୍ରୀ ସୁକେଶୀ ଓରାମ ସହସଂଯୋଗକ ଅଛନ୍ତି। ସେହିପରି କମିଟିରେ ଅନ୍ୟମାନଙ୍କ ମଧ୍ୟରେ ନବରଙ୍ଗପୁର ଏମ୍‌ପି ବଳଭଦ୍ର ମାଝୀ, ବିଧାୟକ ଇରାଶିଷ ଆଚାର୍ଯ୍ୟ, ପ୍ରତାପ ନାଏକ, ପୂର୍ବତନ ଏମ୍‌ପି ଅମର ପଟ୍ଟନାୟକ ଏବଂ ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ସଦସ୍ୟ ରହିଛନ୍ତି। ସେବା ସଂକଳ୍ପ ଅଭିଯାନ ବାବଦରେ ସୂଚନା ଦେଇ ମନ୍ତ୍ରୀ ମହାପାତ୍ର କହିଛନ୍ତି, ଏହି କାର୍ଯ୍ୟକ୍ରମ ଜରିଆରେ ଗରିବ, ଅସହାୟ, ମହିଳା, ଯୁବ, କୃଷକ ଓ ବଞ୍ଚିତ ବର୍ଗଙ୍କ ନିକଟରେ ସେବା ପହଞ୍ଚାଇବା ସହ ସ୍ବଚ୍ଛତା, ସ୍ବାସ୍ଥ୍ୟ, ପରିବେଶ ସୁରକ୍ଷା ଓ ସାମାଜିକ ସଚେତନତା ଭଳି ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟକ୍ରମ ଆୟୋଜନ କରିବା। ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଘରକୁ ଯାଇ ଦୀପ ପ୍ରଜ୍ୱଳନ କରାଯିବ। ରାଜ୍ୟ, ଜିଲା ଓ ବ୍ଲକ୍‌ ସ୍ତରରେ ରକ୍ତଦାନ ଶିବିର କରାଯିବ। ଆସନ୍ତା ୧୭ରୁ ଅକ୍ଟୋବର ୭ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ସବୁ ବିଦ୍ୟାଳୟରେ ଚିତ୍ରାଙ୍କନ, ଭାଷଣ, ବକ୍ତୃତା ଆଦି ପ୍ରତିଯୋଗିତା କରାଯିବ। ବ୍ଲକ୍‌ସ୍ତରରେ ସେବା ସେତୁ ଶିବିରର ଆୟୋଜନ କରାଯିବ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?